ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ ପକ୍ଷରୁ ଗୁରୁ ଦିବସ ଅବସରରେ ‘ଶିକ୍ଷା, ଶିକ୍ଷକ ଓ ଶିକ୍ଷାୟତନ’ ସମ୍ପର୍କିତ ଆଲୋଚନା ସଭା ଅନୁଷ୍ଠିତ ହୋଇଥିଲା। ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚର ପ୍ରମୁଖ କାର୍ଯ୍ୟକର୍ତ୍ତା କୁରେଶୁ ପଣ୍ଡାଙ୍କ ଆବାହକତ୍ୱରେ ଆୟୋଜିତ ସଭାରେ କବି ବୃନ୍ଦାବନ ପଣ୍ଡା ଅଧ୍ୟକ୍ଷତା କରିଥିଲେ। ସଭାରେ ନୂଆପଡ଼ା କଲେଜର ଅବସରପ୍ରାପ୍ତ  ଅଧ୍ୟକ୍ଷ  ଡ଼. ଶଙ୍କର ପ୍ରସାଦ ପଣ୍ଡା, ଗୋପାଳପୁର କଲେଜର ଅବସରପ୍ରାପ୍ତ ଓଡ଼ିଆ ପ୍ରାଧ୍ୟାପକ ଡ଼. ରାଜେନ୍ଦ୍ର କୁମାର ମହାପାତ୍ର, ଅବସରପ୍ରାପ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଲିଙ୍ଗରାଜ ସ୍ୱାଇଁ, ଅବସରପ୍ରାପ୍ତ ଶିକ୍ଷକ ବିଜୟ କୁମାର ପାଢ଼ୀ ମଞ୍ଚାସିନ ଥିଲେ। ଅତୀତର ଗୁରୁ ଶିଷ୍ୟ ପରମ୍ପରା ବର୍ତ୍ତମାନର ଗୁରୁ ଶିଷ୍ୟର ସମ୍ପର୍କ ମଧ୍ୟରେ ବହୁ ପାର୍ଥକ୍ୟ ରହି ଆସିଥିବା ଅତିଥିବୃନ୍ଦ ମତପୋଷଣ କରିଥିଲେ।  ଦିଗପହଣ୍ଡି ଅଞ୍ଚଳର ଅବସରପ୍ରାପ୍ତ ଶିକ୍ଷକ ବିଜୟ କୁମାର ପାଢ଼ୀ, ପଦ୍ମ ଚରଣ ମେକାପ, ରମେଶ ଚନ୍ଦ୍ର ପାଢ଼ୀ, ସୁବାସ ଚନ୍ଦ୍ର ଚୌଧୁରୀ, ସିମାଞ୍ଚଳ ପାଠୀଙ୍କ ସମେତ ଶିକ୍ଷୟିତ୍ରୀ ନନ୍ଦିନୀ କୁମାରୀ ପଟ୍ଟନାୟକଙ୍କୁ ସେମାନଙ୍କ ଜୀବନବ୍ୟାପୀ ସାଧନା ଓ ସହସ୍ରାଧିକ ଛାତ୍ରୀଛାତ୍ର ମାନଙ୍କୁ ଶିକ୍ଷାଦାନ କରିଥିବାରୁ ସେମାନଙ୍କୁ ସମ୍ମାନପତ୍ର ସହ ଅଙ୍ଗବସ୍ତ୍ର ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା। ସଭାରେ ଆଇନଜୀବୀ ପି.ଶିବଶଙ୍କର,ଅବସରପ୍ରାପ୍ତ କର୍ମଚାରୀ ସଂଘ ର ସମ୍ପାଦକ କେ.ନାଗେଶ୍ଵର ରାଓ,କାର୍ଯ୍ୟକର୍ତ୍ତା ସୁଷମା ପାଠୀ,ସୁବାସ ପାଢ଼ୀ, ଜନାର୍ଦ୍ଦନ ପଣ୍ଡା, ଆର. ଦୀନବନ୍ଧୁ ,କବି ପୀତବାସ ତ୍ରିପାଠୀ,ଶିକ୍ଷୟତ୍ରୀ ଯାଜ୍ଞସେନୀ ରଥ, ସେଚ୍ଛାସେବୀ ଅଭିମନ୍ୟୁ ପାତ୍ର ପ୍ରମୁଖ ବହୁ ସଂଖ୍ୟକ ଗନ୍ୟମାନ୍ୟ ବ୍ୟକ୍ତି ବୃନ୍ଦ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri