ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ ପକ୍ଷରୁ ଗୁରୁ ଦିବସ ଅବସରରେ ‘ଶିକ୍ଷା, ଶିକ୍ଷକ ଓ ଶିକ୍ଷାୟତନ’ ସମ୍ପର୍କିତ ଆଲୋଚନା ସଭା ଅନୁଷ୍ଠିତ ହୋଇଥିଲା। ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚର ପ୍ରମୁଖ କାର୍ଯ୍ୟକର୍ତ୍ତା କୁରେଶୁ ପଣ୍ଡାଙ୍କ ଆବାହକତ୍ୱରେ ଆୟୋଜିତ ସଭାରେ କବି ବୃନ୍ଦାବନ ପଣ୍ଡା ଅଧ୍ୟକ୍ଷତା କରିଥିଲେ। ସଭାରେ ନୂଆପଡ଼ା କଲେଜର ଅବସରପ୍ରାପ୍ତ  ଅଧ୍ୟକ୍ଷ  ଡ଼. ଶଙ୍କର ପ୍ରସାଦ ପଣ୍ଡା, ଗୋପାଳପୁର କଲେଜର ଅବସରପ୍ରାପ୍ତ ଓଡ଼ିଆ ପ୍ରାଧ୍ୟାପକ ଡ଼. ରାଜେନ୍ଦ୍ର କୁମାର ମହାପାତ୍ର, ଅବସରପ୍ରାପ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଲିଙ୍ଗରାଜ ସ୍ୱାଇଁ, ଅବସରପ୍ରାପ୍ତ ଶିକ୍ଷକ ବିଜୟ କୁମାର ପାଢ଼ୀ ମଞ୍ଚାସିନ ଥିଲେ। ଅତୀତର ଗୁରୁ ଶିଷ୍ୟ ପରମ୍ପରା ବର୍ତ୍ତମାନର ଗୁରୁ ଶିଷ୍ୟର ସମ୍ପର୍କ ମଧ୍ୟରେ ବହୁ ପାର୍ଥକ୍ୟ ରହି ଆସିଥିବା ଅତିଥିବୃନ୍ଦ ମତପୋଷଣ କରିଥିଲେ।  ଦିଗପହଣ୍ଡି ଅଞ୍ଚଳର ଅବସରପ୍ରାପ୍ତ ଶିକ୍ଷକ ବିଜୟ କୁମାର ପାଢ଼ୀ, ପଦ୍ମ ଚରଣ ମେକାପ, ରମେଶ ଚନ୍ଦ୍ର ପାଢ଼ୀ, ସୁବାସ ଚନ୍ଦ୍ର ଚୌଧୁରୀ, ସିମାଞ୍ଚଳ ପାଠୀଙ୍କ ସମେତ ଶିକ୍ଷୟିତ୍ରୀ ନନ୍ଦିନୀ କୁମାରୀ ପଟ୍ଟନାୟକଙ୍କୁ ସେମାନଙ୍କ ଜୀବନବ୍ୟାପୀ ସାଧନା ଓ ସହସ୍ରାଧିକ ଛାତ୍ରୀଛାତ୍ର ମାନଙ୍କୁ ଶିକ୍ଷାଦାନ କରିଥିବାରୁ ସେମାନଙ୍କୁ ସମ୍ମାନପତ୍ର ସହ ଅଙ୍ଗବସ୍ତ୍ର ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା। ସଭାରେ ଆଇନଜୀବୀ ପି.ଶିବଶଙ୍କର,ଅବସରପ୍ରାପ୍ତ କର୍ମଚାରୀ ସଂଘ ର ସମ୍ପାଦକ କେ.ନାଗେଶ୍ଵର ରାଓ,କାର୍ଯ୍ୟକର୍ତ୍ତା ସୁଷମା ପାଠୀ,ସୁବାସ ପାଢ଼ୀ, ଜନାର୍ଦ୍ଦନ ପଣ୍ଡା, ଆର. ଦୀନବନ୍ଧୁ ,କବି ପୀତବାସ ତ୍ରିପାଠୀ,ଶିକ୍ଷୟତ୍ରୀ ଯାଜ୍ଞସେନୀ ରଥ, ସେଚ୍ଛାସେବୀ ଅଭିମନ୍ୟୁ ପାତ୍ର ପ୍ରମୁଖ ବହୁ ସଂଖ୍ୟକ ଗନ୍ୟମାନ୍ୟ ବ୍ୟକ୍ତି ବୃନ୍ଦ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?