ରାସ୍ତା ନିର୍ମାଣ ଦାବିରେ ଶିକ୍ଷକଙ୍କ ଆମରଣ ଅନଶନ

ଭଞ୍ଜନଗର,୧୯।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂ ପଞ୍ଚାୟତରେ ଦୀର୍ଘ ଦିନରୁ ପଡ଼ି ରହିଥିବା ଅଧାପନ୍ତରିଆ ରାସ୍ତା କାମକୁ ନେଇ ଅସନ୍ତୋଷ ତେଜିଛି। ଛେଦାଭୂମୀ ରୋଡର ପୁନଃ ନିର୍ମାଣ ଦାବିରେ ସୋମବାର ଅବସରପ୍ରାପ୍ତ ଶିକ୍ଷକ ସତ୍ୟ ନାରାୟଣ ସାହୁ ଆମରଣ ଅନଶନରେ ବସିଥିଲେ। ପ୍ରଶାସନିକ ଅଧିକାରୀଙ୍କ ପ୍ରତିଶ୍ରୁତି ପରେ ସେ ତାଙ୍କର ଆନ୍ଦୋଳନ ପ୍ରତ୍ୟାହୃତ କରିଛନ୍ତି।

ଶିକ୍ଷକ ସତ୍ୟ ନାରାୟଣ ସାହୁ ଅନଶନରେ ବସିବା ଖବର ପାଇ ଅତିରିକ୍ତ ତହସିଲଦାର ଅବିନାଶ ମହାର ଘଟଣାସ୍ଥଳରେ ପହଞ୍ଚିଥିଲେ। ପରେ ଥାନା ପରିସରରେ ଗ୍ରାମ୍ୟ ଉନ୍ନୟନ ବିଭାଗର ଅଧିକାରୀଙ୍କ ଉପସ୍ଥିତିରେ ଏକ ଆଲୋଚନା ଅନୁଷ୍ଠିତ ହୋଇଥିଲା। ରାସ୍ତା କାମ ତୁରନ୍ତ ଶେଷ କରାଯିବ ବୋଲି ବିଭାଗୀୟ ଅଧିକାରୀମାନେ ଲିଖିତ ପ୍ରତିଶ୍ରୁତି ଦେବା ପରେ ସାହୁ ଅନଶନ ଭାଙ୍ଗିଥିଲେ।

କିଛି ମାସ ପୂର୍ବରୁ ଏହି ରାସ୍ତା ନିର୍ମାଣ ହୋଇଥିଲେ ମଧ୍ୟ କାମ ଅଧାରେ ଅଟକି ରହିଛି। ଏହି କାରଣରୁ ରାସ୍ତାରେ ଦୈନନ୍ଦିନ ଛୋଟବଡ଼ ଦୁର୍ଘଟଣା ଘଟୁଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏହି ସମସ୍ୟା ନେଇ ସାହୁ ପୂର୍ବରୁ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ ମଧ୍ୟ କୌଣସି ସୁଫଳ ନମିଳିବାରୁ ସେ ଶେଷରେ ଆନ୍ଦୋଳନକୁ ଓହ୍ଲାଇଥିଲେ।

ରାସ୍ତା କାମ ଶେଷ ହେଲେ ଲାଲସିଂ ପଞ୍ଚାୟତର ବହୁ ଗ୍ରାମବାସୀ ଉପକୃତ ହେବେ। ପ୍ରଶାସନ ଏହି ପ୍ରତିଶ୍ରୁତି କେବେ ପୂରଣ କରୁଛି, ତାହା ଉପରେ ଏବେ ସମସ୍ତଙ୍କ ନଜର।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ଗୁଳି ମାଡ: ବାଇକରେ ଆସି ଫାୟାରିଂ କରି ଫେରାର୍‌ ହୋଇଗଲେ…

ଖୋର୍ଦ୍ଧା,୧୯।୧(ପ୍ରଭାତ ପାଣିଗ୍ରାହୀ): ଗୁଳି ମାଡରେ ଯୁବକଙ୍କ ମୃତ୍ୟୁ। ବେଗୁନିଆ ଥାନା ଅନ୍ତର୍ଗତ ପରିଛଳ ଜାମୁସହିରେ ଏହି ଘଟଣା ଘଟିଛି । ମୃତ ବ୍ୟକ୍ତିଙ୍କ ନାମ ବାସୁଦେବ...

ଅଞ୍ଚଳ ପାଇଁ ଗୌରବ ଆଣିଲେ ଗୋରା ସିଂ: OPSC ପରୀକ୍ଷାରେ ୬୩ତମ ର଼୍ୟାଙ୍କ ରଖି କୃତକାର୍ଯ୍ୟ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କିର୍ତ୍ତି): ଦୃଢ ଇଚ୍ଛାଶକ୍ତି ଓ ପରିଶ୍ରମ ଆଗରେ ହାର ମାନିଛି ଦାରିଦ୍ର୍ୟ। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସୁଯୋଗ୍ୟ ସନ୍ତାନ ଗୋରା...

ଆକ୍ସନ ମୋଡରେ ଯୋଗାଣ ନିରୀକ୍ଷକ: ଗାଁରେ ପହଞ୍ଚି ନିଜେ ବାଣ୍ଟିଲେ ବଞ୍ଚିତ ହିତାଧିକାରୀଙ୍କୁ ଚାଉଳ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କୀର୍ତ୍ତି): ଚମ୍ପାଛୁଆଁ ଗ୍ରାମର ହିତାଧିକାରୀମାନେ ଚଳିତ ବର୍ଷର ୩ ମାସର ପିଡିଏସ ଚାଉଳ ପାଇବାରୁ ବଞ୍ଚିତ ଥିବା ନେଇ ‘ଧରିତ୍ରୀ’ ରେ ଖବର...

ଭାରତ ମାତା ପୂଜନ ଉତ୍ସବରେ ଦୁଲୁକିବ ମଞ୍ଚ, ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ ରହିଛି…

ଦାରିଙ୍ଗବାଡି, ୧୯।୧ (ଅରୁଣ ସାହୁ ): ଆସନ୍ତା ସାଧାରଣତନ୍ତ୍ର ଦିବସରେ ୧୪ ତମ ଭାରତ ମାତା ପୂଜନ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ସିମନବାଡି ଦୁର୍ଗା...

ବ୍ରାଉନସୁଗାର କାରବାର ସୂଚନା ପାଇ ଅଚାନକ ଚଢାଉ କଲା ପୋଲିସ, ଜବତ ହେଲା…

ଜୟପୁର,୧୯।୧(ପବନ ପାଣିଗ୍ରାହୀ): ବ୍ରାଉନସୁଗାର କାରବାର ସମୟରେ ଟାଉନ ପୋଲିସ ଚଢାଉ କରିଛି । ଚଢାଉ ବେଳେ ୨ ଅଭିଯୁକ୍ତଙ୍କୁ ଗିରଫ କରି ବ୍ରାଉନସୁଗାର ଜବତ କରିଛି।...

ମା’ ସହ ୨ ଝିଅଙ୍କୁ ହତ୍ୟା ଉଦ୍ୟମ କରି ମାରିଥିଲେ ଚମ୍ପଟ, ଧରାପଡିବା ପରେ ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୯।୧(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବି. ତୁରୁବୁଡ଼ି ପଞ୍ଚାୟତ କାଣ୍ଡେଶ୍ୱର ଗ୍ରାମ ଇନ୍ଦିରା ଆବାସ କଲୋନୀରେ ରହୁଥିବା ସ୍ବର୍ଗତ ପାଣ...

ଏମ୍‌ପି ସପ୍ତଗିରି ଉଲାକାଙ୍କ ବଡ଼ ସୂଚନା: ଏହି ସବୁ ରୁଟ୍‌ରେ ବସିବ…

ରାୟଗଡା,୧୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ ହୋଇଥିଲେ ହେଁ ଟ୍ରେନ ଯାତାୟାତ ସିଗନାଲ ବ୍ୟବସ୍ଥା ସମେତ ଅନ୍ୟାନ୍ୟ ଟେକ୍ନିକାଲ ବ୍ୟବସ୍ଥାର କଣ୍ଟ୍ରୋଲ ବର୍ତ୍ତମାନ...

ମେଡିକାଲ ବାଥରୁମ୍‌ରେ ଶିଶୁ କନ୍ୟାଙ୍କୁ ଛାଡି ଚମ୍ପଟ ମାରିଲେ ମା’

ଭଦ୍ରକ, ୧୯।୧(ସନାତନ ରାଉତ): ମେଡିକାଲ ବାଥରୁମ୍‌ରେ ନବଜାତ ଶିଶୁ କନ୍ୟାକୁ ଛାଡ଼ି ମା’ ଫେରାର । ନବଜାତ ଶିଶୁ କନ୍ୟାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri