ରାସ୍ତା ନିର୍ମାଣ ଦାବିରେ ଶିକ୍ଷକଙ୍କ ଆମରଣ ଅନଶନ

ଭଞ୍ଜନଗର,୧୯।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂ ପଞ୍ଚାୟତରେ ଦୀର୍ଘ ଦିନରୁ ପଡ଼ି ରହିଥିବା ଅଧାପନ୍ତରିଆ ରାସ୍ତା କାମକୁ ନେଇ ଅସନ୍ତୋଷ ତେଜିଛି। ଛେଦାଭୂମୀ ରୋଡର ପୁନଃ ନିର୍ମାଣ ଦାବିରେ ସୋମବାର ଅବସରପ୍ରାପ୍ତ ଶିକ୍ଷକ ସତ୍ୟ ନାରାୟଣ ସାହୁ ଆମରଣ ଅନଶନରେ ବସିଥିଲେ। ପ୍ରଶାସନିକ ଅଧିକାରୀଙ୍କ ପ୍ରତିଶ୍ରୁତି ପରେ ସେ ତାଙ୍କର ଆନ୍ଦୋଳନ ପ୍ରତ୍ୟାହୃତ କରିଛନ୍ତି।

ଶିକ୍ଷକ ସତ୍ୟ ନାରାୟଣ ସାହୁ ଅନଶନରେ ବସିବା ଖବର ପାଇ ଅତିରିକ୍ତ ତହସିଲଦାର ଅବିନାଶ ମହାର ଘଟଣାସ୍ଥଳରେ ପହଞ୍ଚିଥିଲେ। ପରେ ଥାନା ପରିସରରେ ଗ୍ରାମ୍ୟ ଉନ୍ନୟନ ବିଭାଗର ଅଧିକାରୀଙ୍କ ଉପସ୍ଥିତିରେ ଏକ ଆଲୋଚନା ଅନୁଷ୍ଠିତ ହୋଇଥିଲା। ରାସ୍ତା କାମ ତୁରନ୍ତ ଶେଷ କରାଯିବ ବୋଲି ବିଭାଗୀୟ ଅଧିକାରୀମାନେ ଲିଖିତ ପ୍ରତିଶ୍ରୁତି ଦେବା ପରେ ସାହୁ ଅନଶନ ଭାଙ୍ଗିଥିଲେ।

କିଛି ମାସ ପୂର୍ବରୁ ଏହି ରାସ୍ତା ନିର୍ମାଣ ହୋଇଥିଲେ ମଧ୍ୟ କାମ ଅଧାରେ ଅଟକି ରହିଛି। ଏହି କାରଣରୁ ରାସ୍ତାରେ ଦୈନନ୍ଦିନ ଛୋଟବଡ଼ ଦୁର୍ଘଟଣା ଘଟୁଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏହି ସମସ୍ୟା ନେଇ ସାହୁ ପୂର୍ବରୁ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ ମଧ୍ୟ କୌଣସି ସୁଫଳ ନମିଳିବାରୁ ସେ ଶେଷରେ ଆନ୍ଦୋଳନକୁ ଓହ୍ଲାଇଥିଲେ।

ରାସ୍ତା କାମ ଶେଷ ହେଲେ ଲାଲସିଂ ପଞ୍ଚାୟତର ବହୁ ଗ୍ରାମବାସୀ ଉପକୃତ ହେବେ। ପ୍ରଶାସନ ଏହି ପ୍ରତିଶ୍ରୁତି କେବେ ପୂରଣ କରୁଛି, ତାହା ଉପରେ ଏବେ ସମସ୍ତଙ୍କ ନଜର।


Enter your email to get our daily news in your inbox.

All Right Reserved By Dharitri.Com

ଗୋଛାବାଡ଼ି ଆଶ୍ରମରେ ନନ୍ଦୋତ୍ସବ: ବିଧାୟକ ପ୍ରଦ୍ୟୁମ୍ନ ନାୟକ ଯୋଗଦେଇ ଶ୍ରଦ୍ଧାଳୁଙ୍କୁ…

ଜଗନ୍ନାଥପ୍ରସାଦ,୫ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ଗୋଛାବାଡ଼ି ଗ୍ରାମସ୍ଥିତ ଶ୍ରୀ ଗୌରାଙ୍ଗ ରାଧାକୃଷ୍ଣ ଆଶ୍ରମ ପରିସରରେ ପବିତ୍ର ଜନ୍ମାଷ୍ଟମୀ ଓ ନନ୍ଦ ଉତ୍ସବ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri