ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର ହଜାର ଶିକ୍ଷକ ଓ କର୍ମଚାରୀ। ଭୁବନେଶ୍ୱରର ଲୋୟର ପିଏମ୍‌ଜିରେ ଏକାଠି ହୋଇ ଶିକ୍ଷକମାନେ ବିଭିନ୍ନ ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।

ଅଣଅନୁଦାନପ୍ରାପ୍ତ ଓ ଯୋଗ୍ୟ ବିଦ୍ୟାଳୟଗୁଡ଼ିକୁ ଅନୁଦାନ ପ୍ରଦାନ, ପେନଶନ ଓ ଅବସରକାଳୀନ ସୁବିଧା, ସେବା ସର୍ତ୍ତରେ ସମାନତା ଭଳି ଦୀର୍ଘଦିନର ଦାବିକୁ ନେଇ ଶିକ୍ଷକମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଶିକ୍ଷକ ଓ କର୍ମଚାରୀମାନଙ୍କ କହିବା ଅନୁଯାୟୀ, ବର୍ଷ ବର୍ଷ ଧରି ଦାବି ଜଣାଇ ଆସୁଥିଲେ ମଧ୍ୟ ଅନେକ ସମସ୍ୟାର ସ୍ଥାୟୀ ସମାଧାନ ହୋଇନାହିଁ।

ପୂର୍ବରୁ ମଧ୍ୟ ରାଜ୍ୟର ବିଭିନ୍ନ ସ୍କୁଲ୍‌ ଓ କଲେଜର ଶିକ୍ଷକ-କର୍ମଚାରୀମାନେ ଭୁବନେଶ୍ୱରରେ ‘ଡିମାଣ୍ଡ ଡେ’ ପାଳନ କରି ବିକ୍ଷୋଭ କରିଥିଲେ। ସେମାନଙ୍କ ଦାବି ମଧ୍ୟରେ ଯୋଗ୍ୟ ସ୍କୁଲ୍‌ଗୁଡ଼ିକୁ ଅନୁଦାନ, ଅନୁଦାନପ୍ରାପ୍ତ ସ୍କୁଲ୍‌ ଓ କଲେଜକୁ ସରକାରୀ ଅଧୀନକୁ ଆଣିବା, ପୁରୁଣା ପେନସନ ବ୍ୟବସ୍ଥା, ପେନଶନ ଓ ଅବସରକାଳୀନ ସୁବିଧା ଏବଂ ଅନ୍ୟାନ୍ୟ ସେବା ସୁବିଧା ଅନ୍ତର୍ଭୁକ୍ତ ଥିଲା।

ବିଶେଷକରି ଅବସର ନେଇଥିବା ଅନେକ ଶିକ୍ଷକ ଓ କର୍ମଚାରୀ ପେନଶନ ଏବଂ ଅନ୍ୟାନ୍ୟ ଅବସରକାଳୀନ ସୁବିଧାରୁ ବଞ୍ଚିତ ହୋଇ ଆର୍ଥିକ ସମସ୍ୟାରେ ରହୁଥିବା ଅଭିଯୋଗ ଆନ୍ଦୋଳନକାରୀମାନେ କରିଆସୁଛନ୍ତି। ଏଥିସହ ଚାକିରିର ସେବା ସର୍ତ୍ତ, ଦରମା ଓ ଗ୍ରେଡ୍‌ ପେ’ରେ ଥିବା ଅସଙ୍ଗତି ଦୂର କରିବାକୁ ମଧ୍ୟ ଦାବି ହୋଇଛି।

ଗୁରୁଦିବସରେ ଲୋୟର ପିଏମ୍‌ଜିରେ ଶିକ୍ଷକମାନଙ୍କ ଏହି ବିକ୍ଷୋଭ ଫଳରେ ରାଜଧାନୀରେ ଆନ୍ଦୋଳନର ମାହୋଲ ସୃଷ୍ଟି ହୋଇଛି। ଦାବି ପୂରଣ ନହେଲେ ଆଗାମୀ ଦିନରେ ଆନ୍ଦୋଳନକୁ ଆହୁରି ତୀବ୍ର କରାଯିବ ବୋଲି ଶିକ୍ଷକ ସଂଗଠନଗୁଡ଼ିକ ଚେତାବନୀ ଦେଇଛନ୍ତି।

ଉଲ୍ଲେଖଯୋଗ୍ୟ, ଚଳିତ ମାସରେ ଭୁବନେଶ୍ୱରର ଲୋୟର ପିଏମ୍‌ଜିରେ ଶିକ୍ଷକ ନିଯୁକ୍ତି ଦାବିରେ ମଧ୍ୟ ଆନ୍ଦୋଳନ ହୋଇଥିଲା। ତେବେ ସେହି ଆନ୍ଦୋଳନ ଶିକ୍ଷକ ଆଶାୟୀମାନଙ୍କ ପକ୍ଷରୁ ଥିଲା ଏବଂ ଖାଲି ପଡ଼ିଥିବା ଶିକ୍ଷକ ପଦବୀ ପୂରଣ ଓ ନୂଆ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ ଦାବି କରାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri