ଆଜି ରାଜଧାନୀରେ ଶିକ୍ଷକ ସମାବେଶ

ଭୁବନେଶ୍ୱର,୧୦ା୧୨: ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ମଙ୍ଗଳବାର ରାଜଧାନୀରେ ବଡ଼ଧରଣର ଶିକ୍ଷକ ସମାବେଶ ଅନୁଷ୍ଠିତ ହେବ। ବିଭିନ୍ନ ସମସ୍ୟା ଓ ଦାବି ନେଇ ହଜାର ହଜାର ଶିକ୍ଷୟିତ୍ରୀଶିକ୍ଷକ ଓ ଶିକ୍ଷା କର୍ମଚାରୀ ଏଥିରେ ସାମିଲ ହେବେ ବୋଲି ସମନ୍ବୟ ସମିତିର ଆବାହକ ରଞ୍ଜନ କୁମାର ଦାଶ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।

ସେ କହିଛନ୍ତି, ସମସ୍ତ ଅନୁଦାନ ଯୋଗ୍ୟ ବିଦ୍ୟାଳୟକୁ ତୁରନ୍ତ ଅନୁଦାନ ସହ ଚାକିରି ସର୍ତ୍ତାବଳୀ ପ୍ରଦାନ ଆଦି କ୍ଷେତ୍ରରେ ସରକାର ଅହେତୁକ ବିଳମ୍ବ କରୁଥିବା ପ୍ରତିବାଦରେ ଏହି ସମାବେଶ ହେବ। ସେହିପରି ରାଜ୍ୟର ସମସ୍ତ ନୂତନ ଅନୁଦାନପ୍ରାପ୍ତ ସ୍କୁଲ କଲେଜକୁ ଉଚ୍ଚନ୍ୟାୟାଳୟଙ୍କ ନିର୍ଦ୍ଦେଶାନୁସାରେ ଚାକିରି ସର୍ତ୍ତାବଳୀ ସହିତ ପେନ୍‌ସନ୍‌ ପ୍ରଦାନ କରିବା, ବଞ୍ଚତ୍ତ ବିଦ୍ୟାଳୟକୁ ପୂର୍ଣ୍ଣ ଅନୁଦାନ ପ୍ରଦାନ କରିବା, ନୂତନ ପେନ୍‌ସନ୍‌ ବ୍ୟବସ୍ଥାକୁ ବାତିଲ କରି ପୂର୍ବ ପ୍ରଚଳିତ ପୁରୁଣା ପେନ୍‌ସନ୍‌ ବ୍ୟବସ୍ଥା ଲାଗୁ କରିବା, ୨୦୦୪ରୁ ୨୦୧୩ ମଧ୍ୟରେ ନିଯୁକ୍ତି ପାଇଥିବା ଚୁକ୍ତିଭିତ୍ତିକ ଶିକ୍ଷକଙ୍କୁ ୬ଟି ନୋସ୍‌ନାଲ ଇନ୍‌କ୍ରିମେଣ୍ଟ ଦେବା, ୨୦୦୪ରୁ ଏଯାବତ ଅବସର ନେଉଥିବା ଶିକ୍ଷକ କର୍ମଚାରୀଙ୍କୁ ପେନ୍‌ସନ୍‌ ଓ ଅବସରକାଳୀନ ସୁବିଧା ପ୍ରଦାନ କରିବା, ସମସ୍ତ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟକୁ ସରକାରୀକରଣ କରିବା ଭଳି ବିଭିନ୍ନ ଦାବି ସରକାରଙ୍କ ନିକଟରେ ରଖିବେ। ଏହି ଅବସରରେ ଏକ ଶୋଭାଯାତ୍ରା କଂଗ୍ରେସଭବନରୁ ବାହାରି ବିଧାନସଭା ସମ୍ମୁଖ ତଥା ଲୋୟର୍‌ ପିଏମ୍‌ଜିସ୍ଥିତ ସମାବେଶସ୍ଥଳକୁ ଯିବ। ରାଜ୍ୟ ସରକାର ତୁରନ୍ତ ସମନ୍ବୟ ସମିତିର ନେତୃତ୍ୱଙ୍କ ସହିତ ଆଲୋଚନା କରି ସମସ୍ୟା ସମାଧାନର ରାସ୍ତା ବାହାର କରିବା ପାଇଁ ସଭାପତି ସୁକାନ୍ତ କୁମାର ବେହେରା ଓ ଅକ୍ଷୟ କୁମାର ମିଶ୍ର, ବିକ୍ରମ କୁମାର ଦାସ, ପ୍ରମୋଦ କୁମାର ହୋତା, ହରେକୃଷ୍ଣ ପାଣିଗ୍ରାହୀ, ଗରୁଡ଼ ଚନ୍ଦ୍ର ସାହୁ, ରଞ୍ଜନ କୁମାର ପଣ୍ଡା ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri