ଆଜି ରାଜଧାନୀରେ ଶିକ୍ଷକ ସମାବେଶ

ଭୁବନେଶ୍ୱର,୧୦ା୧୨: ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ମଙ୍ଗଳବାର ରାଜଧାନୀରେ ବଡ଼ଧରଣର ଶିକ୍ଷକ ସମାବେଶ ଅନୁଷ୍ଠିତ ହେବ। ବିଭିନ୍ନ ସମସ୍ୟା ଓ ଦାବି ନେଇ ହଜାର ହଜାର ଶିକ୍ଷୟିତ୍ରୀଶିକ୍ଷକ ଓ ଶିକ୍ଷା କର୍ମଚାରୀ ଏଥିରେ ସାମିଲ ହେବେ ବୋଲି ସମନ୍ବୟ ସମିତିର ଆବାହକ ରଞ୍ଜନ କୁମାର ଦାଶ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।

ସେ କହିଛନ୍ତି, ସମସ୍ତ ଅନୁଦାନ ଯୋଗ୍ୟ ବିଦ୍ୟାଳୟକୁ ତୁରନ୍ତ ଅନୁଦାନ ସହ ଚାକିରି ସର୍ତ୍ତାବଳୀ ପ୍ରଦାନ ଆଦି କ୍ଷେତ୍ରରେ ସରକାର ଅହେତୁକ ବିଳମ୍ବ କରୁଥିବା ପ୍ରତିବାଦରେ ଏହି ସମାବେଶ ହେବ। ସେହିପରି ରାଜ୍ୟର ସମସ୍ତ ନୂତନ ଅନୁଦାନପ୍ରାପ୍ତ ସ୍କୁଲ କଲେଜକୁ ଉଚ୍ଚନ୍ୟାୟାଳୟଙ୍କ ନିର୍ଦ୍ଦେଶାନୁସାରେ ଚାକିରି ସର୍ତ୍ତାବଳୀ ସହିତ ପେନ୍‌ସନ୍‌ ପ୍ରଦାନ କରିବା, ବଞ୍ଚତ୍ତ ବିଦ୍ୟାଳୟକୁ ପୂର୍ଣ୍ଣ ଅନୁଦାନ ପ୍ରଦାନ କରିବା, ନୂତନ ପେନ୍‌ସନ୍‌ ବ୍ୟବସ୍ଥାକୁ ବାତିଲ କରି ପୂର୍ବ ପ୍ରଚଳିତ ପୁରୁଣା ପେନ୍‌ସନ୍‌ ବ୍ୟବସ୍ଥା ଲାଗୁ କରିବା, ୨୦୦୪ରୁ ୨୦୧୩ ମଧ୍ୟରେ ନିଯୁକ୍ତି ପାଇଥିବା ଚୁକ୍ତିଭିତ୍ତିକ ଶିକ୍ଷକଙ୍କୁ ୬ଟି ନୋସ୍‌ନାଲ ଇନ୍‌କ୍ରିମେଣ୍ଟ ଦେବା, ୨୦୦୪ରୁ ଏଯାବତ ଅବସର ନେଉଥିବା ଶିକ୍ଷକ କର୍ମଚାରୀଙ୍କୁ ପେନ୍‌ସନ୍‌ ଓ ଅବସରକାଳୀନ ସୁବିଧା ପ୍ରଦାନ କରିବା, ସମସ୍ତ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟକୁ ସରକାରୀକରଣ କରିବା ଭଳି ବିଭିନ୍ନ ଦାବି ସରକାରଙ୍କ ନିକଟରେ ରଖିବେ। ଏହି ଅବସରରେ ଏକ ଶୋଭାଯାତ୍ରା କଂଗ୍ରେସଭବନରୁ ବାହାରି ବିଧାନସଭା ସମ୍ମୁଖ ତଥା ଲୋୟର୍‌ ପିଏମ୍‌ଜିସ୍ଥିତ ସମାବେଶସ୍ଥଳକୁ ଯିବ। ରାଜ୍ୟ ସରକାର ତୁରନ୍ତ ସମନ୍ବୟ ସମିତିର ନେତୃତ୍ୱଙ୍କ ସହିତ ଆଲୋଚନା କରି ସମସ୍ୟା ସମାଧାନର ରାସ୍ତା ବାହାର କରିବା ପାଇଁ ସଭାପତି ସୁକାନ୍ତ କୁମାର ବେହେରା ଓ ଅକ୍ଷୟ କୁମାର ମିଶ୍ର, ବିକ୍ରମ କୁମାର ଦାସ, ପ୍ରମୋଦ କୁମାର ହୋତା, ହରେକୃଷ୍ଣ ପାଣିଗ୍ରାହୀ, ଗରୁଡ଼ ଚନ୍ଦ୍ର ସାହୁ, ରଞ୍ଜନ କୁମାର ପଣ୍ଡା ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri