ଶିକ୍ଷକଙ୍କ ଅବସର ବୟସ ୬୨ କରିବାକୁ…..

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଭଞ୍ଜନଗରଠାରେ ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ, ଓଷ୍ଟାର ଡାକରାରେ ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ ସମିତି, ଭଞ୍ଜନଗର ବ୍ଲକ ତରଫରୁ ଜିଲା ସଭାପତି ସନ୍ତୋଷ ଜେନାଙ୍କ ସଭାପତିତ୍ୱରେ ଏକ ଜରୁରୀ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ନିମ୍ନ ମାଧ୍ୟମିକ ଶିକ୍ଷକ ସଂଘ ରାଜ୍ୟ ମୁଖ୍ୟ ଉପଦେଷ୍ଟା ଜଗବନ୍ଧୁ ଜେନା, ଉପଦେଷ୍ଟା ଅମର ବିଳାସ ବେହେରା, ଅଧ୍ୟକ୍ଷ ତଥା ବ୍ଲକ ଓଷ୍ଟା ସମ୍ପାଦକ ଗୌରୀ ନନ୍ଦନ ହୋତା, ପ୍ରଧାନ ଶିକ୍ଷକ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, କାମରାଜୁ ଗୌଡ଼, ସତ୍ୟବାନ ସାହୁ, ସରୋଜ ଲଷ୍ମୀ ଦାସ ଯୋଗଦେଇ ୧୯୪ ଉଚ୍ଚ ବିଦ୍ୟାଳୟକୁ ସରକାରୀ ଅନୁଦାନ ଦେବା, ନିୟୁ ଏଇଡେଡ଼ ହାଇସ୍କୁଲର ଚାକିରି ସର୍ତ୍ତାବଳୀ, ଶିକ୍ଷକଙ୍କ ଅବସର ବୟସକୁ ୬୨ ବର୍ଷ କରିବା, ସମସ୍ତ ବିଦ୍ୟାଳୟକୁ ସରକାରୀକରଣ ସହ ଅନ୍ୟାନ୍ୟ ଦାବି ଉପରେ ଆଲୋଚନା କରାଯାଇ ଏହାକୁ ସରକାର ଗ୍ରହଣ କରିବା ପାଇଁ ଦାବି ଉପସ୍ଥାପନା କରାଯାଇଥିଲା । ଯଦି ସରକାର ଏହାକୁ ତୁରନ୍ତ କାର୍ଯ୍ୟକାରୀ ନ କରନ୍ତି ତାହାହେଲେ ଆଗାମୀ ଦିନରେ ସମନୟ ସମିତି ତରଫରୁ ରାଜ୍ୟ ସ୍ତରରୁ ବିଶାଳ ଆନ୍ଦୋଳନ କରାଯିବା ପାଇଁ ବୈଠକରେ ସ୍ଥିର କରାଗଲା। ଅନ୍ୟ ମାନଙ୍କ ମଧ୍ୟରେ ପ୍ରଧାନଶିକ୍ଷକ ଭାସ୍କର ପାଣି, ସନତ କୁମାର ଦଳବେହେରା, ଶରତ ଚନ୍ଦ୍ର ମହାରଣା, ମନୋରଞ୍ଜନ ପଣ୍ଡା ପ୍ରମୁଖ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଶେଷରେ ପ୍ରଧାନଶିକ୍ଷକ ସତ୍ୟବାନ ସାହୁ ଧନ୍ୟବାଦ ପ୍ରଦାନ କରିଥିଲେ। ସଭାରେ ବହୁ ପ୍ରଧାନଶିକ୍ଷକ, ଶିକ୍ଷକ, ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

କେତୁଙ୍କ ଗୋଚରରେ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନଯୋଗ ସହ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ବକ୍ରି ବା ଓଲଟା ଚଳନ କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପାଦରୁ ପ୍ରଥମ ପାଦକୁ ଗୋଚର କରିବାକୁ ଯାଉଛନ୍ତି। କେତୁଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?