ଶିକ୍ଷକଙ୍କୁ କରୋନା ଯୋଦ୍ଧା ଘୋଷଣା କରାଯାଉ

ଭୁବନେଶ୍ୱର, ୧୯ା୫(ବ୍ୟୁରୋ):କରୋନା ଲଢ଼େଇରେ ଆରମ୍ଭରୁ ନିଜକୁ ସାମିଲ କରିଥିବା ଶିକ୍ଷକଙ୍କୁ ତୁରନ୍ତ କରୋନା ଯୋଦ୍ଧାର ମାନ୍ୟତା ମିଳୁ। ରାଜ୍ୟ ସରକାର ଶିକ୍ଷକଙ୍କୁ ଯୋଦ୍ଧା ଭାବେ ଘୋଷଣା କରନ୍ତୁ ବୋଲି ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ମିଳିତ ମଞ୍ଚ ଦାବି କରିଛି। ମିଳିତମଞ୍ଚ ପକ୍ଷରୁ କୁହାଯାଇଛି, ସରକାର ଯୋଦ୍ଧା ଘୋଷଣାରେ ପାତରଅନ୍ତର କରୁଛନ୍ତି। ଏପର୍ଯ୍ୟନ୍ତ ଶିକ୍ଷକଙ୍କୁ କରୋନା ଯୋଦ୍ଧାର ମାନ୍ୟତା ପ୍ରଦାନ ନ କରିବା ଦୁର୍ଭାଗ୍ୟର ବିଷୟ। ରାଜ୍ୟରେ କରୋନାର ସଂକ୍ରମଣ ଖୁବ୍‌ ଦ୍ରୁତଗତିରେ ବଢ଼ି ଚାଲିଛି। ରାଜ୍ୟ ସରକାର କୋଭିଡ୍‌ ପରିଚାଳନା ନିମନ୍ତେ ଶିକ୍ଷକମାନଙ୍କୁ କାର୍ଯ୍ୟରେ ନିୟୋଜିତ କରୁଛନ୍ତି। ୨୦୨୦ ଫେବୃୟାରୀଠାରୁ କରୋନା ବିରୋଧୀ ଲଢ଼େଇରେ ଅନ୍ୟ ସମସ୍ତ କର୍ମଚାରୀଙ୍କ ଭଳି ଶିକ୍ଷକମାନେ କାର୍ଯ୍ୟକରି ଆସୁଛନ୍ତି। ପ୍ରଥମେ ପ୍ରବାସୀଙ୍କୁ କୋଭିଡ୍‌ କେୟାର ସେଣ୍ଟରକୁ ଆଣିବା ସହ ଜଗିବା, ଘରଘର ବୁଲି ସ୍ବାସ୍ଥ୍ୟ ସଚେତନତା ବୃଦ୍ଧି, ଔଷଧ ବଣ୍ଟନ ସହିତ ସେମାନଙ୍କ ଉପରେ ନଜର ରଖି ପ୍ରଶାସନକୁ ଖବର ଦେବା କାର୍ଯ୍ୟ ସୁଚାରୁ ରୂପେ ସମ୍ପାଦନ କରୁଥିଲେ। ଏବେ ଯେତେବେଳେ କରୋନାର ୨ୟ ଲହର ଅତି ଭୟଙ୍କର ଭାବେ ଉଗ୍ରରୂପ ଧାରଣ କରିଛି ସେତେବେଳେ ଶିକ୍ଷକଙ୍କୁ ହିଁ ଅଧିକ କାର୍ଯ୍ୟରେ ସରକାର ନିୟୋଜିତ କରିଛନ୍ତି। ରାଜ୍ୟର ସୀମା ଜଗିବାଠାରୁ ଆରମ୍ଭ କରି ରେଲ୍‌ୱେ ଷ୍ଟେଶନଗୁଡିକରେ ଥର୍ମାଲ୍‌ ଟେଷ୍ଟିଂ ଓ ଶବଦାହ ପର୍ଯ୍ୟନ୍ତ କାର୍ଯ୍ୟ କରୁଛନ୍ତି। କରୋନାରେ ପ୍ରଥମ ଲହରକୁ ବାଦ୍‌ ଦେଲେ ୨ୟ ଲହରରେ ରାଜ୍ୟରୁ ପ୍ରାୟ ଏକ ହଜାରରୁ ଅଧିକ ଶିକ୍ଷକଙ୍କ ପ୍ରାଣ ଗଲାଣି। ତେଣୁ ଶିକ୍ଷକଙ୍କୁ କରୋନା ଯୁଦ୍ଧର ଆଗଧାଡ଼ିର ଯୋଦ୍ଧା ଭାବେ ଘୋଷଣା କରି କରୋନା ଦାୟିତ୍ୱରେ ଥାଇ ମୃତ୍ୟୁବରଣ କରିଥିବା ଶିକ୍ଷକ, ଅଧ୍ୟାପକ ଓ କର୍ମଚାରୀଙ୍କୁ ରାଜ୍ୟ ସରକାର ଘୋଷିତ ଅନୁକମ୍ପା ରାଶି ପ୍ରଦାନ କରିବା ପାଇଁ ମଞ୍ଚ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା ତୋରଣ ଭଙ୍ଗା ଘଟଣା: ଜନପ୍ରିୟ ସରକାରକୁ ବଦନାମ କରିବାକୁ ଚାଲିଛି ଚକ୍ରାନ୍ତ,ବରଗଡ଼ ଏମପି…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା ସବୁଠି ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତୁରନ୍ତ ଭିଜିଲାନ୍ସ ତଦନ୍ତ କରିବା ପାଇଁ ବରଗଡ଼…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri