ବିଧାନସଭା ସମ୍ମୁଖରେ ଧାରଣା ଦେବେ ଶିକ୍ଷକ, କର୍ମଚାରୀ

ସୋନପୁର,୧୫।୧୧ (ନି.ପ୍ର.): ସୁବର୍ଣ୍ଣପୁର ଜିଲା ବ୍ଲକ ଗ୍ରାଣ୍ଟପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷୟିତ୍ରୀ ଶିକ୍ଷକ ଓ କର୍ମଚାରୀମାନଙ୍କର ଏକ ବୈଠକ ଜିଲା ସଭାପତି ଉମେଶ ଚନ୍ଦ୍ର ପଣ୍ଡାଙ୍କ ସଭାପତିତ୍ୱରେ ସୋମବାର ଅନୁଷ୍ଠିତ ହୋଇଯାଇଛି। ସୋନପୁର ସମଲେଇ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ବୈଠକରେ ବ୍ଲକଗ୍ରାଣ୍ଟ ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା ହୋଇଥିଲା। ଗତ ଜାନୁୟାରୀ ୧୧ରେ ସପ୍ତମ ବେତନ ଦେବା ପାଇଁ ସରକାର ବିଜ୍ଞପ୍ତି ପ୍ରକାଶ କରିଥିଲେ ମଧ୍ୟ ତାହା ଏ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇ ନଥିବାରୁ ବୈଠକରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଚାକିରୀ ସର୍ତ୍ତାବଳୀ, ସପ୍ତମ ବେତନ ପ୍ରଦାନ ଓ ଅବସରକାଳୀନ ସୁବିଧା ପ୍ରଦାନ ନିମନ୍ତେ ଦାବି ହୋଇଥିଲା। ଏହି ବର୍ଗର ଶିକ୍ଷକମାନଙ୍କୁ ସରକାର ଦୀର୍ଘ ୩୦ ବର୍ଷରୁ ଉର୍ଦ୍ଧ ସମୟ ଧରି ଅବହେଳା ପ୍ରଦର୍ଶନ କରି ଆସୁଛନ୍ତି। ତେଣୁ ଦାବି ପୂରଣ ପାଇଁ ରାଜ୍ୟ ସଂଘର ନିଷ୍ପତ୍ତି ଅନୁସାରେ ଆସନ୍ତା ବିଧାନସଭା ସମୟରେ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀ, ଶିକ୍ଷକ ଓ କର୍ମଚାରୀ ଧାରଣା ଦେବେ। ସେହିପରି ଆଗାମୀ ଦିନରେ ଜିଲାରେ ସଂଗଠନକୁ ସୁଦୃଢ କରିବା ସହିତ ବିଭିନ୍ନ ସମସ୍ୟା ନେଇ ଜିଲା ଶିକ୍ଷା ଅଧିକାରୀଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିବାକୁ ସର୍ବସମ୍ମତ ନିଷ୍ପତ୍ତି ହୋଇଥିଲା। ଉକ୍ତ ବୈଠକରେ ଜିଲାର ୪୨ଟି ବିଦ୍ୟାଳୟର ପ୍ରତିନିଧି ଯୋଗଦାନ କରିଥିଲେ। ପ୍ରାରମ୍ଭରେ ମୃତ୍ୟୁବରଣ କରିଥିବା ସଂଘ ଶିକ୍ଷକ ଓ କର୍ମଚାରୀଙ୍କ ଆତ୍ମାର ସଦ୍‌ଗତି ପାଇଁ ନିରବ ପ୍ରାର୍ଥନା କରା ଯାଇଥିଲା। ସଂଘର ଜିଲା ସମ୍ପାଦକ ମାନସ କୁମାର ପୂଜାହାରୀ, ଉପସଭାପତି ସଦାନନ୍ଦ ସାହୁ, ଯଶୋବନ୍ତ ବାରିକ, ଯବଦୁ ମହାନନ୍ଦ, ପ୍ରକାଶ ଚନ୍ଦ୍ର ବିଶି, ବନରାମ ପୁରୋହିତ, ସୁନିଲ କୁମାର ସାହୁ, ପରମେଶ୍ୱର ପଣ୍ଡା, ନିଗମାନନ୍ଦ ଦେହୁରୀ, ହରିଶ୍ଚନ୍ଦ୍ର ମାଝି ଓ ସୁବ୍ରତ କର୍ମୀ ପ୍ରମୁଖ ବୈଠକରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri