ବିଧାନସଭା ସମ୍ମୁଖରେ ଧାରଣା ଦେବେ ଶିକ୍ଷକ, କର୍ମଚାରୀ

ସୋନପୁର,୧୫।୧୧ (ନି.ପ୍ର.): ସୁବର୍ଣ୍ଣପୁର ଜିଲା ବ୍ଲକ ଗ୍ରାଣ୍ଟପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷୟିତ୍ରୀ ଶିକ୍ଷକ ଓ କର୍ମଚାରୀମାନଙ୍କର ଏକ ବୈଠକ ଜିଲା ସଭାପତି ଉମେଶ ଚନ୍ଦ୍ର ପଣ୍ଡାଙ୍କ ସଭାପତିତ୍ୱରେ ସୋମବାର ଅନୁଷ୍ଠିତ ହୋଇଯାଇଛି। ସୋନପୁର ସମଲେଇ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ବୈଠକରେ ବ୍ଲକଗ୍ରାଣ୍ଟ ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା ହୋଇଥିଲା। ଗତ ଜାନୁୟାରୀ ୧୧ରେ ସପ୍ତମ ବେତନ ଦେବା ପାଇଁ ସରକାର ବିଜ୍ଞପ୍ତି ପ୍ରକାଶ କରିଥିଲେ ମଧ୍ୟ ତାହା ଏ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇ ନଥିବାରୁ ବୈଠକରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଚାକିରୀ ସର୍ତ୍ତାବଳୀ, ସପ୍ତମ ବେତନ ପ୍ରଦାନ ଓ ଅବସରକାଳୀନ ସୁବିଧା ପ୍ରଦାନ ନିମନ୍ତେ ଦାବି ହୋଇଥିଲା। ଏହି ବର୍ଗର ଶିକ୍ଷକମାନଙ୍କୁ ସରକାର ଦୀର୍ଘ ୩୦ ବର୍ଷରୁ ଉର୍ଦ୍ଧ ସମୟ ଧରି ଅବହେଳା ପ୍ରଦର୍ଶନ କରି ଆସୁଛନ୍ତି। ତେଣୁ ଦାବି ପୂରଣ ପାଇଁ ରାଜ୍ୟ ସଂଘର ନିଷ୍ପତ୍ତି ଅନୁସାରେ ଆସନ୍ତା ବିଧାନସଭା ସମୟରେ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀ, ଶିକ୍ଷକ ଓ କର୍ମଚାରୀ ଧାରଣା ଦେବେ। ସେହିପରି ଆଗାମୀ ଦିନରେ ଜିଲାରେ ସଂଗଠନକୁ ସୁଦୃଢ କରିବା ସହିତ ବିଭିନ୍ନ ସମସ୍ୟା ନେଇ ଜିଲା ଶିକ୍ଷା ଅଧିକାରୀଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିବାକୁ ସର୍ବସମ୍ମତ ନିଷ୍ପତ୍ତି ହୋଇଥିଲା। ଉକ୍ତ ବୈଠକରେ ଜିଲାର ୪୨ଟି ବିଦ୍ୟାଳୟର ପ୍ରତିନିଧି ଯୋଗଦାନ କରିଥିଲେ। ପ୍ରାରମ୍ଭରେ ମୃତ୍ୟୁବରଣ କରିଥିବା ସଂଘ ଶିକ୍ଷକ ଓ କର୍ମଚାରୀଙ୍କ ଆତ୍ମାର ସଦ୍‌ଗତି ପାଇଁ ନିରବ ପ୍ରାର୍ଥନା କରା ଯାଇଥିଲା। ସଂଘର ଜିଲା ସମ୍ପାଦକ ମାନସ କୁମାର ପୂଜାହାରୀ, ଉପସଭାପତି ସଦାନନ୍ଦ ସାହୁ, ଯଶୋବନ୍ତ ବାରିକ, ଯବଦୁ ମହାନନ୍ଦ, ପ୍ରକାଶ ଚନ୍ଦ୍ର ବିଶି, ବନରାମ ପୁରୋହିତ, ସୁନିଲ କୁମାର ସାହୁ, ପରମେଶ୍ୱର ପଣ୍ଡା, ନିଗମାନନ୍ଦ ଦେହୁରୀ, ହରିଶ୍ଚନ୍ଦ୍ର ମାଝି ଓ ସୁବ୍ରତ କର୍ମୀ ପ୍ରମୁଖ ବୈଠକରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri