Posted inଫୁରସତ

୨୭ ବର୍ଷ ଧରି ଧାରଣାରେ ଶିକ୍ଷକ

ଲକ୍ଷ୍ନୌ: ବର୍ତ୍ତମାନ ସମୟରେ ଲୋକେ ସରକାରଙ୍କ ନିକଟରେ ତାଙ୍କର ଅନେକ ଦାବି ରଖି ଧାରଣାରେ ବସୁଥିବା ଦେଖିବାକୁ ମିଳୁଛି। ହେଲେ ଉତ୍ତର ପ୍ରଦେଶରେ ଜଣେ ଶିକ୍ଷକ ଜମି ମାଫିଆଙ୍କୁ ବିରୋଧ କରି ୧୯୯୬ ମସିହାରୁ ୨୭ ବର୍ଷ ହେବ ଧାରଣାରେ ବସିଥିବା ଜଣାପଡ଼ିଛି। ଶିକ୍ଷକ ବିଜୟ ସିଂ କହିଛନ୍ତି, ୩୩ ବର୍ଷ ବୟସରେ ସେ ଉତ୍ତର ପ୍ରଦେଶର ଶାମଲି ଜିଲାର ଚଉସିନା ଗଁାରେ ଥିବା ତାଙ୍କର ୪ ହଜାର ବିଘା ଜମିରେ ଚାଷ କରିଥିଲେ। ତେବେ ଜମି ମାଫିଆମାନେ ଏହାକୁ ଜବରଦଖଲ କରିନେଇଥିଲେ। ସେବେଠାରୁ ସେ ମାଫିଆଙ୍କୁ ବିରୋଧ କରି ଧାରଣାରେ ବସି ରହିଛନ୍ତି। ହେଲେ ସବୁ ବୃଥା। ଏହି ୨୭ ବର୍ଷ ଭିତରେ ତାଙ୍କ ଅଭିଯୋଗ ଉପରେ ଅନେକ ତଦନ୍ତ ଆରମ୍ଭ ହୋଇଛି। ହେଲେ ବର୍ତ୍ତମାନର ୭୦୦ କୋଟି ଟଙ୍କା ମୂଲ୍ୟର ତାଙ୍କ ଜମି ମାଫିଆଙ୍କ ନିୟନ୍ତ୍ରଣରେ ରହିଛି। ସେମାନେ ଶକ୍ତିଶାଳୀ ରାଜନେତା । ସେ ଗାନ୍ଧୀ ଏବଂ ବିନୋଭା ଭାବେଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ୨୦୧୯ ସେପ୍ଟେମ୍ବର ୧୯ଠାରୁ ମୁଜାଫରନଗରରେ ବିକ୍ଷୋଭ କରିଆସୁଛନ୍ତି। ସେ ନ୍ୟାୟ ପାଇବା ପାଇଁ ଜବରଦଖଲ ହୋଇଥିବା ଜମିକୁ ଫେରାଇ ଆଣିବାକୁ ନିଜ ଜୀବନକୁ ଉତ୍ସର୍ଗ କରିଥିବା କହିଛନ୍ତି। ଭାରତୀୟ କିଷାନ ୟୁନିୟନ ସଭାପତି ନରେଶ ଟିକାୟତ୍‌ ସୋମବାର ତାଙ୍କର ଏହି ଉତ୍ସର୍ଗୀକୃତକୁ ପ୍ରଶଂସା କରି ଏକ ଟୁଇଟ୍‌ କରିଛନ୍ତି। ଏହା ଯୁବପିଢି ପାଇଁ ପ୍ରେରଣା ବୋଲି କହିଛନ୍ତି। ବିଜୟ ଏନେଇ ମନ୍ତ୍ରୀଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କରିଥିଲେ ମଧ୍ୟ କୌଣସି ସମାଧାନ ହୋଇନାହିଁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା

ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…

ଜାତୀୟ ରାଜପଥର ଫୁଟ୍‌ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…

ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍‌ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ…

ଜାପାନ ପ୍ରଧାନମନ୍ତ୍ରୀ ସାନାଏ ତାକାଇଚିଙ୍କୁ ‘ସାନ ଭଉଣୀ’ ବୋଲି କାହିଁକି କହିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ

ନୂଆଦିଲ୍ଲୀ,୨।୭: ଭାରତ ଏବଂ ଜାପାନ ମଧ୍ୟରେ ସମ୍ପର୍କକୁ ଗୁରୁବାର ଏକ ଗଭୀର ବ୍ୟକ୍ତିଗତ ଏବଂ ଭାବପ୍ରବଣ ମୁହୂର୍ତ୍ତ ଭାବରେ ଚିହ୍ନିତ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଥର…

ଅଙ୍ଗନଓ୍ବାଡ଼ି ପାଚିକାଙ୍କୁ ରୋଷେଇ କରିବାକୁ ବିରୋଧ, ଅଭିଯୋଗ ଆଣି କହିଲେ ମୋ’ ହାତରୁ…

ଝାରବନ୍ଧ,୨ା୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନର୍ଗତ ଦଓ୍ବୋନପାଲି ଗ୍ରାମରେ ଜାତିବାଦକୁ ନେଇ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ, ଦଓ୍ବୋନପାଲି ଗ୍ରାମରେ…

ଶରଦ ପାୱାରଙ୍କ NCP-SPର କଂଗ୍ରେସ ସହିତ ମିଶ୍ରଣକୁ ନେଇ ଆସିଲା ବଡ଼ ଅପଡେଟ, ଦଳୀୟ ନେତା କହିଲେ…

ନୂଆଦିଲ୍ଲୀ,୨।୭: ମହାରଷ୍ଟ୍ର କଂଗ୍ରେସ ନେତା ନାନା ପାଟୋଲେ କହିଛନ୍ତି ଯେ ଶରଦ ପାୱାରଙ୍କ ଦଳର କଂଗ୍ରେସ ସହିତ ମିଶ୍ରଣ ସମ୍ପର୍କରେ କୌଣସି ଆଲୋଚନା ହେଉନାହିଁ। ସେ ଏହି…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହିତ ଜଡିତ ସମସ୍ତ ଟ୍ରେଡ ଡିଲ୍‌ କେବଳ ଗୁଜବ; ମୁମ୍ବାଇ ଇଣ୍ଡିଆନ୍ସରୁ ଆସୁଥିବା ଖବର ଆପଣଙ୍କ ହୋସ୍‌ ଉଡାଇ ଦେବ

ନୂଆଦିଲ୍ଲୀ,୨।୭: ୨୦୨୪ ପରି, ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଆଲୋଚନାର ବିଷୟ ପାଲଟିଛନ୍ତି। ତିନି ବର୍ଷ ପୂର୍ବେ ମୁମ୍ବାଇ ଇଣ୍ଡିଆନ୍ସ ଏକ ଟ୍ରେଡ ଡିଲ୍‌ ମାଧ୍ୟମରେ ହାର୍ଦ୍ଦିକଙ୍କୁ…

ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…

ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି।…

Video: ଶାହରୁଖ ଖାନଙ୍କ କ୍ରିକେଟ ଷ୍ଟାଡିୟମ! ଅଲିମ୍ପିକ୍ସ ସମୟରେ ଏହି ସ୍ଥାନରେ ଖେଳାଯିବ ମ୍ୟାଚ, ପୂଜାରୀଙ୍କୁ ଡାକି ହେଲା ପୂଜା

ନୂଆଦିଲ୍ଲୀ,୨।୭: ୧୨୮ ବର୍ଷର ଲମ୍ବା ଅପେକ୍ଷା ପରେ ୨୦୨୮ ଲସ ଆଞ୍ଜେଲସ ଅଲିମ୍ପିକ୍ସରେ କ୍ରିକେଟ ପୁନରାଗମନ କରୁଛି, ଏବଂ ପ୍ରଶଂସକମାନେ ଏହାକୁ ନେଇ ଅତ୍ୟନ୍ତ ଉତ୍ସାହିତ। ଚଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri