Posted inଜାତୀୟ

ଅନ୍ୟ କାର୍ଯ୍ୟରେ ନିୟୋଜିତ ହେବେନି ଶିକ୍ଷକ

ନୂଆଦିଲ୍ଲୀ,୧୨।୨: ପଞ୍ଜାବର ଶିକ୍ଷକମାନେ ଶିକ୍ଷାଦାନ ବ୍ୟତୀତ ଅନ୍ୟ କୌଣସି କାର୍ଯ୍ୟ କରିବେ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ ପ୍ରିନ୍ସିପାଲମାନଙ୍କ ଏକ ସମ୍ମିଳନୀରେ କହିଛନ୍ତି। କାର୍ଯ୍ୟକ୍ରମରେ ଯୋଗଦେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ କହିଥିଲେ, ଏଏପି ନେତୃତ୍ୱାଧୀନ ସରକାରରେ ଶିକ୍ଷାକୁ ପ୍ରାଥମିକତା ଦିଆଯାଉଛି। ଦିଲ୍ଲୀ ଏବଂ ପଞ୍ଜାବରେ ସମସ୍ତ ସରକାରୀ ସ୍କୁଲ୍‌କୁ ବିଶ୍ୱରେ ସର୍ବଶ୍ରେଷ୍ଠ କରିବା ଦିଗରେ କାର୍ଯ୍ୟ କରାଯିବ। କେଜ୍‌ରିଓ୍ବାଲ କହିଥିଲେ, ଦିଲ୍ଲୀରେ ସରକାର ଗଢ଼ିବା ଦିନଠାରୁ ଶିକ୍ଷା ବ୍ୟବସ୍ଥାରୁ ସମସ୍ୟା ହଟାଇବା ସହ ଏହାକୁ ଉନ୍ନତ କରିବା ଦିଗରେ କାର୍ଯ୍ୟ ଜାରି ରହିଛି। ପ୍ରଥମେ ଭିତ୍ତିଭୂମିର ଉନ୍ନତି କରାଯିବା ପରେ ଏବେ ଶିକ୍ଷକ ଓ ପ୍ରିନ୍ସପାଲମାନଙ୍କ ପ୍ରଶିକ୍ଷଣ ଉପରେ ଫୋକସ୍‌ କରାଯାଉଛି ବୋଲି ଏଏପି ଆବାହକ କହିଥିଲେ। ପଞ୍ଜାବ ସରକାରୀ ସ୍କୁଲ୍‌ର କେତେଜଣ ପ୍ରିନ୍ସିପାଲ ଗତ ୬ରୁ ୧୦ ତାରିଖ ପର୍ଯ୍ୟନ୍ତ ସିଙ୍ଗାପୁରରେ ତାଲିମ ନେଇଥିଲେ। ସମ୍ମିଳନୀରେ ପଞ୍ଜାବ ଶିକ୍ଷାମନ୍ତ୍ରୀ ହରଜୋତ୍‌ ସିଂ ବାଇନ୍ସ, ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡ଼ିଆ ପ୍ରମୁଖ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ସରକାରୀ ସ୍କୁଲ୍‌ର ଶିକ୍ଷକମାନଙ୍କୁ ଜନଗଣନାଠାରୁ ଆରମ୍ଭ କରି ଭୋଟର ତାଲିକା ପ୍ରସ୍ତୁତି, ଭୋଟ ପରିଚାଳନା ସମେତ ବିଭିନ୍ନ କେନ୍ଦ୍ରୀୟ ଓ ରାଜ୍ୟ ସରକାରଙ୍କ ଯୋଜନା କାର୍ଯ୍ୟକାରୀ କରିବାରେ ସାମିଲ କରାଯାଇଥାଏ। ଫଳରେ ପିଲାମାନଙ୍କ ଶିକ୍ଷାଦାନ ବିଶେଷ ବାଧାପ୍ରାପ୍ତ ହୋଇଥାଏ। ତେଣୁ ଶିକ୍ଷକମାନଙ୍କୁ ଶିକ୍ଷାଦାନ ବ୍ୟତୀତ ଅନ୍ୟ କାର୍ଯ୍ୟରେ ସାମିଲ କରାଯିବ ନାହିଁ ବୋଲି ପଞ୍ଜାବ ମୁଖ୍ୟମନ୍ତ୍ରୀ ଘୋଷଣା କରିବା ସ୍ବାଗତଯୋଗ୍ୟ ପଦକ୍ଷେପ। ଅନ୍ୟ ରାଜ୍ୟଗୁଡ଼ିକ ମଧ୍ୟ ଏହାକୁ ଅନୁକରଣ କରିବା ଆବଶ୍ୟକ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ହର୍ମୁଜ ଖୋଲୁ ଖୋଲୁ ଭାରତ ପାଇଁ ଆସିଲା ଖୁସି ଖବର! ରାତି ରାତି ପଲଟିଗଲା ବାଜି

ନୂଆଦିଲ୍ଲୀ,୧୭।୪: ଗତ ଦେଢ଼ ମାସ ଧରି ସମଗ୍ର ବିଶ୍ୱ ନିଶ୍ୱାସ ବନ୍ଦ କରି ରଖିଛି। ଫେବୃଆରୀ 28 ତାରିଖରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯେଉଁ ସଂଘର୍ଷ…

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

ଭାଷଣ ଦେବା ପୂର୍ୱରୁ ହାତରେ କାହିଁକି ବ୍ୟାଣ୍ଡେଜ ବାନ୍ଧିଥିଲେ ରାହୁଲ? ସଂସଦ ଭିତରେ କହିଦେଲେ…

ନୂଆଦିଲ୍ଲୀ,୧୭।୪: ସଂସଦର ସ୍ୱତନ୍ତ୍ର ଅଧିବେଶନ ସମୟରେ ମହିଳା ସଂରକ୍ଷଣ ବିଲ ଉପରେ ଚାଲିଥିବା ବିତର୍କ ମଧ୍ୟରେ ସମସ୍ତଙ୍କ ନଜର ରାହୁଲ ଗାନ୍ଧୀଙ୍କ ଉପରେ ଥିଲା। ଉଲ୍ଲେଖନୀୟ ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri