ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ ଦେବେ, ସେଥିପାଇଁ ଶୁକ୍ରବାର ଚୁକ୍ତିଭିତ୍ତିକ ନିଯୁକ୍ତି ପାଇଥିବା କନିଷ୍ଠ ଶିକ୍ଷକଙ୍କୁ ବିଧିବଦ୍ଧ ଭାବେ ମୁଖ୍ୟମନ୍ତ୍ରୀ ନିୟମିତ କରିଛନ୍ତି। ନିଯୁକ୍ତି ପାଇଥିବା ଦିନରୁ ହିଁ ସେମାନଙ୍କୁ ନିୟମିତ କରାଗଲା। ମୁଖ୍ୟମନ୍ତ୍ରୀଙ୍କର ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ। ସେହିପରି ଆଗକୁ ଶିକ୍ଷା କ୍ଷେତ୍ରରେ ଯେତେବେଳେ ଶିକ୍ଷକ ନିଯୁକ୍ତି କରାଯିବ, ସମସ୍ତଙ୍କୁ ନିୟମିତ ଭାବେ ନିଯୁକ୍ତି ଦିଆଯିବ ବୋଲି ଶନିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି।
ମନ୍ତ୍ରୀ କହିଲେ, ପୂର୍ୱ ସରକାର ରାଜ୍ୟରେ ୫ହଜାରରୁ ଊର୍ଦ୍ଧ୍ୱ ସ୍କୁଲ ବନ୍ଦ କରିଦେଇଥିଲେ। ହେଲେ ଆମ ସରକାର ଆସିବା ପରେ ଯେଉଁଠି ପିଲା ଅଛନ୍ତି, ସେମାନେ ଦୂର ସ୍କୁଲକୁ ଯାଉଛନ୍ତି, ସେଭଳି ଜାଗାରେ ବିଦ୍ୟାଳୟ ପୁନଃ ଖୋଲିବାକୁ ନିଷ୍ପତ୍ତି ନିଆଯିବ। ଏଥିପାଇଁ ଜିଲାର ଯାଞ୍ଚ କମିଟି ପକ୍ଷରୁ ସେମିତି କିଛି ପ୍ରସ୍ତାବ ଆସିଲେ, ରାଜ୍ୟ କମିଟି ତାହାର ଯାଞ୍ଚ ଓ ତର୍ଜମା କରିବ। ଏହାପରେ ଯଦି ଆବଶ୍ୟକତା ରହିଥିବା ନେଇ କମିଟି ସରକାରଙ୍କୁ ରିପୋର୍ଟ ଦେବ, ତେବେ ସେଠାରେ ପୁନଃ ବିଦ୍ୟାଳୟ ଖୋଲାଯିବ। ଇତିମଧ୍ୟରେ ୪୦ଟି ସ୍କୁଲକୁ ରି-ଓପନ କରି ପାଠପଢ଼ାଇବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ମନ୍ତ୍ରୀ ଗଣ୍ଡ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ: ୯ମ ଶ୍ରେଣୀ ପିଲାଙ୍କୁ ନିସ୍ତୁକ ପିଟିଲେ ୧୦ମ ଛାତ୍ର

କଲ୍ୟାଣସିଂହପୁର/ରାୟଗଡ଼ା, ୫।୮ (ଦୀପକ କୁମାର ପରିଡ଼ା/ କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ଥିବା ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ ବଢ଼ିବାରେ ଲାଗିଛି। କୋଲନରା ବ୍ଲକ୍‌ ଅନ୍ତର୍ଗତ ରିଭଲକଣାସ୍ଥିତ…

ସୁନାବେଡ଼ା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ: ଭିଡିଓ ଭାଇରାଲ ହେବା ପରେ…

ନୂଆପଡ଼ା,୫ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ବାଘ ରାସ୍ତାରେ ବୁଲୁଥିବା ଭିଡିଓ ସୋସିଆଲ ମିଡିଆରେ…

ସହାୟତା ନୀତି: ଚାଷୀ ଅଲୋଡ଼ା

ଭୁବନେଶ୍ୱର, ୫ା୮(ରବିନାରାୟଣ ଜେନା): ବନ୍ୟା, ବାତ୍ୟା ଭଳି ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟରେ ଚାଷୀଙ୍କ ଫସଲ ନଷ୍ଟ ହେଲେ ସରକାରଙ୍କ ପକ୍ଷରୁ ମିଳୁଥିବା ସହାୟତା ଅତ୍ୟନ୍ତ ନଗଣ୍ୟ। ମାତ୍ର…

ବଲିଉଡରୁ ଆସିଲା ଦୁଃଖଦ ଖବର: ପରଲୋକରେ ଲୋକପ୍ରିୟ ଅଭିନେତା

ମୁମ୍ବାଇ: ଲୋକପ୍ରିୟ ଅଭିନେତା ପ୍ରଦୀପ ରାୱତଙ୍କର ୭୪ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ଦେହାନ୍ତ ସମ୍ବନ୍ଧୀୟ ସୂଚନା ଅଭିନେତା ଯଶପାଳ ଶର୍ମା ସୋସିଆଲ ମିଡିଆରେ ପୋଷ୍ଟ…

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri