ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ ଅବସ୍ଥାରେ ଅଶ୍ଳୀଳ ଭାଷା ପ୍ରୟୋଗ କରିବା ସହ ଉପସ୍ଥିତ ଶିକ୍ଷକଙ୍କୁ ଲୁହା ହତା ଧରି ମାରିବାକୁ ଉଠିଲେ ମଦ୍ୟପ ଶିକ୍ଷକ। ଏଭଳି ଘଟଣା ଦେଖିବାକୁ ମିଳିଛି ପରଜଙ୍ଗ ବ୍ଲକ କୁମୁସି ଉଚ୍ଚ ବିଦ୍ୟାଳୟରେ। କୁମୁସି ଉଚ୍ଚ ବିଦ୍ୟାଳୟରେ ଆଜକୁ ପାଞ୍ଚଦିନ ଧରି ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ କର୍ମଶାଳା ଆୟୋଜିତ ହେଉଥିଲା। କିନ୍ତୁ ଏହି ସମୟରେ କୁମୁସି ସେବାଶ୍ରମ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶଙ୍କର୍ଷଣ ପ୍ରଧାନ ନିଶାସକ୍ତ ଅବସ୍ଥାରେ ସେଠାରେ ଉପସ୍ଥିତ ଥିବା ଅନ୍ୟ ଶିକ୍ଷକଙ୍କୁ ଅସଭ୍ୟ ଭାଷାରେ ଗାଳିଗୁଲଜ କରିବା ସହିତ ମାରିବାକୁ ଉଦ୍ୟମ କରିଛନ୍ତି। ଜିଲା ଶିକ୍ଷାଧିକାରୀ, ବ୍ଲକ ଶିକ୍ଷାଧିକାରୀଙ୍କଠାରୁ ଆରମ୍ଭ କରି ଉପସ୍ଥିତ ଥିବା ବିଭିନ୍ନ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀଙ୍କୁ ମଦ୍ୟପ ଶିକ୍ଷକ ଜଣକ ଅଶ୍ଳୀଳ ଭାଷା ପ୍ରୟୋଗ କରିବା ସହ କିଛି ସମୟ ପାଇଁ କର୍ମଶାଳା ପରିସରରେ ଆତଙ୍କ ସୃଷ୍ଟି କରିଥିଲେ। ଏପରିକି ହାତରେ ଲୁହା ହତା ଧରି ଆକ୍ରମଣ ଉଦ୍ୟମ କରିବା ଭିଡିଓ ସାମ୍ନାକୁ ଆସିଛି। ଏହାକୁ ନେଇ ଉପସ୍ଥିତ ଶିକ୍ଷକମାନେ ସାଆନ୍ଦା ଫାଣ୍ଡିରେ ଜଣାଇବା ପରେ ସାଆନ୍ଦା ଫାଣ୍ଡି ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ପ୍ରଧାନ ଶିକ୍ଷକଙ୍କୁ ଧରି ଫାଣ୍ଡିକୁ ନେଇଥିଲେ ଏବଂ ପରେ ଛାଡ଼ି ଦେଇଛନ୍ତି। କିନ୍ତୁ ଘଟଣା ସମ୍ପର୍କରେ ପରଜଙ୍ଗ ଥାନାରେ ଅଭିଯୋଗ ହେବା ପରେ ପୋଲିସ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛି। ତେବେ ଏ ନେଇ ମଦ୍ୟପ ଶିକ୍ଷକଙ୍କ ବିରୋଧରେ ପରଜଙ୍ଗ ଥାନାରେ ଏକ ମାମଲା ରୁଜୁ ହୋଇଛି। ପ୍ରଧାନଶିକ୍ଷକ ଜଣକ ଫେରାର ହୋଇଯାଇଛନ୍ତି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….

ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍‌ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?