ପେସାରେ ଅଧ୍ୟାପନା, ନିଶାରେ କଳା ସାଧନା

ଲୋଇସିଂହା,୧୨।୧୨(ସୁଶାନ୍ତ ବାରିକ): ପେଶା ତାଙ୍କର ଅଧ୍ୟାପନା, ନିଶା କଳା ସାଧନା କରିବା ା ଏପରି ଜଣେ ବ୍ୟକ୍ତି ହେଉଛନ୍ତି ଅଧ୍ୟାପକ ଡ. ଲିଙ୍ଗରାଜ ମେହେର। ସେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗରୁ ଏମ୍‌ଏ, ଏମ୍‌.ଫିଲ ଓ ପିଏଚ୍‌ଡି ଡିଗ୍ରୀ ସହ ପ୍ରଦର୍ଶନ କଳା ନାଟ୍ୟ ନିର୍ଦ୍ଦେଶନା ବିଭାଗରେ ମଧ୍ୟ ଏମ୍‌ଏ ଡିଗ୍ରୀ ପ୍ରାପ୍ତ ହୋଇଛନ୍ତି। ବଲାଙ୍ଗୀର ରାଜେନ୍ଦ୍ର ସ୍ବୟଂଶାସିତ ମହାବିଦ୍ୟାଳୟରେ ୩ବର୍ଷ ଓ ଆଗଲପୁର ଡିଗ୍ରୀ ବିଜ୍ଞାନ ମହାବିଦ୍ୟାଳୟରେ ୧୨ ବର୍ଷ ଅଧ୍ୟାପନା କରିଛନ୍ତି। ସମ୍ପ୍ରତି ଆଗଲପୁର ପଞ୍ଚାୟତ ସମିତି ରୋତ ବାଣୀନିକେତନ ମହାବିଦ୍ୟାଳୟରେ ଓଡ଼ିଆ ଅଧ୍ୟାପକ ଭାବରେ କାର୍ଯ୍ୟ କରୁଛନ୍ତି। ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ସୁବଳୟା ଟିକିରାପଡାର ଶୁକଦେବ ମେହେର ଓ ଗୋଲାପୀ ମେହେରଙ୍କ ପୁତ୍ର ଲିଙ୍ଗରାଜ। ୧୯୮୨ ମସିହାରେ ଜନ୍ମିତ ଡ. ଲିଙ୍ଗରାଜ ପିଲାଟି ଦିନରୁ ମୁହଁରେ ରଙ୍ଗମାଖି ଅନେକ ମଞ୍ଚରେ ଅଭିନୟ କରିଛନ୍ତି। ପରେ ନାଟ୍ୟରଚନା ଓ ନିର୍ଦ୍ଦେଶନା ଦେଇ ରାଜ୍ୟସ୍ତରୀୟ ପୁରସ୍କାର ମଧ୍ୟ ପାଇଛନ୍ତି। ସେ ଜଣେ କଣ୍ଠଶିଳ୍ପୀ ଭାବରେ ମଧ୍ୟ ବିଭିନ୍ନ ମଞ୍ଚରେ ସଙ୍ଗୀତ ପରିବେଷଣ କରି ଦର୍ଶକଙ୍କ ମନ ଜିଣି ପାରିଛନ୍ତି। ୨୦୦୪ ମସିହାରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ନାଟ୍ୟ ସଂସଦର ସମ୍ପାଦକ ଥିବାବେଳେ ତତ୍କାଳୀନ ବରଗଡ ବିଶ୍ବ ପ୍ରସିଦ୍ଧ ଧନୁଯାତ୍ରାର ମହାରାଜ କଂସ ଗୋପାଳ ସାହୁଙ୍କଠାରୁ ପ୍ରେରଣା ପାଇ ଦିନେ ନା ଦିନେ ସେହି ମଞ୍ଚରେ କଂସ ଭୂମିକାରେ ଅଭିନୟ କରିବାର ଇଚ୍ଛା କରିଥିଲେ। ଚଳିତବର୍ଷ ବରଗଡ଼ ବିଶ୍ବ ପ୍ରସିଦ୍ଧ ଧନୁଯାତ୍ରାରେ ମହାରାଜ କଂସ ଭୂମିକା ପାଇଁ ହୋଇଥିବା ଅଡିସନ ଦେଇ ଦର୍ଶକ ମହଲରେ ପ୍ରଶଂସିତ ମଧ୍ୟ ହୋଇପାରିଛନ୍ତି। ସମୟ ଅଭାବରୁ ଅନେକ ମଞ୍ଚରେ ଅଭିନୟ ପାଇଁ ନିମନ୍ତ୍ରଣ ଆସୁଥିଲେ ମଧ୍ୟ ତାହା କରିପାରୁ ନାହାନ୍ତି ବୋଲି ସେ କହିଛନ୍ତି। କିନ୍ତୁ, ମନରେ ଅନେକ ଆଶା ଓ ବିଶ୍ବାସ ରହିଛି ଦିନେ ନା ଦିନେ ସେହି ବିଶ୍ବ ପ୍ରସିଦ୍ଧ ମଞ୍ଚରେ ମହାରାଜ କଂସ ଭୂମିକାରେ ଅଭିନୟ କରି ନିଜର ନିଖୁଣ ଅଭିନୟ ଦେଖାଇବା ସହ ତାର ମାନକୁ ଆହୁରି ଊର୍ଦ୍ଧ୍ୱକୁ ନେଇ ପାରିବେ ବୋଲି କହିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ବଡ଼ ନିଷ୍ପତ୍ତି: ସେ ତାଙ୍କର ପ୍ରଥମ ବିଦେଶ ଗସ୍ତରେ ଭାରତ ପରିବର୍ତ୍ତେ ଗସ୍ତ କରିବେ ଏହି ଦେଶ

ଢାକା,୨୧।୬: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ତାଙ୍କର ପ୍ରଥମ ବିଦେଶ ଗସ୍ତ ପାଇଁ ମାଲେସିଆ ଏବଂ ଚାଇନାକୁ ବାଛିଛନ୍ତି। ଏହି ନିଷ୍ପତ୍ତିକୁ ତାଙ୍କର ନୂତନ ବୈଦେଶିକ ନୀତି…

ଆରାବଳୀ ରାୟ ସମୀକ୍ଷା କମିଟିର ପରିବର୍ତ୍ତନ ଦାବି, ସିଜେଆଇଙ୍କୁ ପତ୍ର ଲେଖିଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୨୧।୬: ଆରାବଳୀ ପର୍ବତମାଳାର ସୁରକ୍ଷା ଲକ୍ଷ୍ୟରେ ଦିଆଯାଇଥିବା ପୂର୍ବ ରାୟର ସମୀକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟିରେ ପରିବର୍ତ୍ତନ ପାଇଁ ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ…

ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ: ଉଦ୍ଧବ

ମୁମ୍ବାଇ,୨୧।୬: ଶିବସେନା (ୟୁବିଟି)ରେ ବିଦ୍ରୋହ ଅଧିକ ଗମ୍ଭୀର ହେଉଥିବାବେଳେ ଦଳ ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ ଥିବା ନେଇ ଉଦ୍ଧବ ଠାକ୍‌ରେ ଶୁକ୍ରବାର କହିଛନ୍ତି। ତାଙ୍କ ନେତୃତ୍ୱ…

ଜୁନ୍‌ ସରିବାକୁ ବସିଲା, ହେଉନି ବର୍ଷା: ଚାଷ କାମରେ ବାଧା

ଅମରପଲି,୨୧ା୬(ପୀତାମ୍ବର ସାହୁ): ସାଧାରଣତଃ ଜୁନ୍‌ ମାସର ପ୍ରଥମ ସପ୍ତାହରେ ମୌସୁମୀ ବର୍ଷା ଆରମ୍ଭ ହୋଇଯାଏ। ଏହାସହ ଚାଷୀମାନେ ଜମି ହଳ କରି ଧାନ ବୁଣା ଓ ତଳି…

ରକ୍ଷକ ପାଲଟିବେ ଲୁଟେରା! ପ୍ରଥମେ କହିଥିଲେ ହର୍ମୁଜ ପ୍ରଣାଳୀ ମୁକ୍ତ ରହିବ, ଏବେ ଟ୍ରମ୍ପ କହୁଛନ୍ତି…

ଓ୍ବାଶିଂଟନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଚାଲିଛି, କିନ୍ତୁ ଏହା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂଆ ପଦକ୍ଷେପ…

ମନ୍ଥର ଗତିରେ ଚାଲିଛି ପୁନରୁଦ୍ଧାର କାର୍ଯ୍ୟ

ଲୋଇସିଂହା,୨୧।୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତ ସାନଟିକା ଗ୍ରାମର ଏମଆଇପି କଟାର ପୁନରୁଦ୍ଧାର କାର୍ଯ୍ୟ ହାତକୁ ନିଆଯାଇଛି। ତେବେ ଜୁନ୧୫ ତାରିଖ ଗଡି…

କଟ୍‌ନି ନାଁରେ ଚାଷୀଙ୍କୁ ଶୋଷଣ କରୁଛନ୍ତି ମିଲର

ଭବାନୀପାଟଣା,୨୧ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଇତିମଧ୍ୟରେ ମାସେ ବିତିଯାଇଛି। ଆସନ୍ତା ୩୦ରେ ଏହି ପ୍ରକ୍ରିୟା ସରିଯିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ…

୧ରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ୨୪ରେ ୧ ଘଣ୍ଟିଆ ଓପିଡି ସେବା ବନ୍ଦ

ଭୁବନେଶ୍ୱର, ୨୧ା୬ (ବନ୍ଦନା ସେଠୀ): ଅନ୍ତର୍ଜାତୀୟ ଡାକ୍ତର ଦିବସ ଅବସରରେ ଜୁଲାଇ ୧ରେ କାର୍ଯ୍ୟ ବନ୍ଦ ଆନ୍ଦୋଳନର ଆହ୍ବାନ ଦେଇଛି ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (ଓମ୍‌ସା)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri