ଜିଲା ଶିକ୍ଷା ବିଭାଗରେ ମନମାନି, ଶିକ୍ଷାଦାନ ହୋଇପାରୁନି

ପଟ୍ଟାମୁଣ୍ଡାଇ,୧୭ା୯(କଳ୍ପତରୁ ନାୟକ)ପଟ୍ଟାମୁଣ୍ଡାଇ ବ୍ଲକରେ ଗୁଣାତ୍ମକ ଶିକ୍ଷାର ପ୍ରସାର ପାଇଁ ରାଜ୍ୟ ସରକାର ଚନ୍ଦନନଗର ପଞ୍ଚାୟତ ବନ୍ତୋପାଟଣାଠାରେ ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି। ପ୍ରାୟ ୧୧ କୋଟି ୭୫ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିଲେ ମଧ୍ୟ ହସ୍ତାନ୍ତର ହୋଇ ନ ଥିବା ଯୋଗୁ ଶିକ୍ଷାଦାନ ହୋଇ ପାରୁ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।

କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନନଗର ପଞ୍ଚାୟତ ବନ୍ତୋପାଟଣାଠାରେ ପ୍ରତିଷ୍ଠା କରାଯାଇଥିବା ଆଦର୍ଶ ବିଦ୍ୟାଳୟ ଗୃହରେ ଶିକ୍ଷାଦାନ କରା ନ ଯାଇ ପୌରାଞ୍ଚଳ ଅନ୍ତର୍ଗତ କଷଣଅଣ୍ଟାଠାରେ ଅସ୍ଥାୟୀ ଭାବେ ପଟ୍ଟାମୁଣ୍ଡାଇ ଆଦର୍ଶ ବିଦ୍ୟାଳୟ ଶିକ୍ଷାଦାନ ଚାଲୁ ରହିଛି। ଫଳରେ ଛାତ୍ରୀଛାତ୍ରମାନେ ବିଶେଷ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଫଳରେ ଏ ନେଇ ଅବିଭାବକ ଓ ଛାତ୍ରୀଛାତ୍ର ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଜୁଲାଇ ୩୧ରେ ଜିଲାପାଳଙ୍କ ଜନଶୁଣାଣି ଶିବିରରେ ଏ ନେଇ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିବା ପରେ ଜିଲାପାଳ ଜିଲା ଶିକ୍ଷାଧିକାରୀ ଆସନ୍ତା ଅଗଷ୍ଟ ୧୫ରେ ବନ୍ତୋପାଟଣା ଆଦର୍ଶ ବିଦ୍ୟାଳୟ ନବନିର୍ମିତ ଗୃହରେ ଆଦର୍ଶ ବିଦ୍ୟାଳୟ ଯଥାରୀତି ଚାଲିବ ବୋଲି ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ବସ୍ତୁତଃ ଏ ଦିଗରେ କୌଣସି ପଦକ୍ଷେପ ନିଆଯାଇନାହିଁ। ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିବା ଆଦର୍ଶ ବିଦ୍ୟାଳୟ ଗୃହକୁ ଗତ ୬ ମାସ ହେବ ଜିଲା ଶିକ୍ଷା ବିଭାଗକୁ ବିଧିବଦ୍ଧ ଭାବେ ହସ୍ତାନ୍ତର କରାଯାଇଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ସୂତ୍ରରୁ ଜଣାପଡ଼ିଛି। ଜିଲା ଶିକ୍ଷାଧିକାରୀଙ୍କ ଉଦାସୀନ ମନୋଭାବ ଯୋଗୁ ଉକ୍ତ ଆଦର୍ଶ ବିଦ୍ୟାଳୟର ନବନିର୍ମିତ ଶ୍ରେଣୀ ଗୃହ ପାଇଁ ଡେସ୍କ, ବେଞ୍ଚ ସହ ଅନୁଷଙ୍ଗିକ ବ୍ୟବସ୍ଥା ହୋଇ ନ ଥିବାରୁ ଶିକ୍ଷାଦାନ ବ୍ୟବସ୍ଥା ଆରମ୍ଭ କରାଯାଇପାରୁନାହିଁ। ଗତ ଜନଶୁଣାଣି ଶିବିରରେ ଅଭିଯୋଗ ଉପରେ ଜିଲାପାଳ ଅମୃତ ଋତୁରାଜ ତୁରନ୍ତ ନୂତନ ଗୃହରେ ଶିକ୍ଷାଦାନ ଆରମ୍ଭ ପାଇଁ ନିର୍ଦ୍ଦେଶ ଦେବା ପରେ ଅଗଷ୍ଟ ୧୫ସୁଦ୍ଧା ଶିକ୍ଷାଦାନ ଆରମ୍ଭ କରିବା ପାଇଁ ଜିଲା ଶିକ୍ଷାଧିକାରୀଙ୍କ ପ୍ରତିଶ୍ରୁତିରେ ରହିଯାଇଛି।

ଯାହା ଫଳରେ ଆଦର୍ଶ ବିଦ୍ୟାଳୟ ନୂତନ ଗୃହରେ ଶିକ୍ଷାଦାନ ନ ହୋଇ ଅସ୍ଥାୟୀ ଭାବେ କଷଣଅଣ୍ଟା ହାଇସ୍କୁଲରେ ଶିକ୍ଷାଦାନ ଚାଲିବା ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ନେଇ ଖେଳିବା ସଙ୍ଗେ ସମାନ ବୋଲି ଅଭିଯୋଗ ହେଉଛି। ପଟ୍ଟାମୁଣ୍ଡାଇ ଚନ୍ଦନନଗର ପଞ୍ଚାୟତ ବନ୍ତୋପାଟଣାଠାରେ ନବନିର୍ମିତ ଆଦର୍ଶ ବିଦ୍ୟାଳୟ ଶ୍ରେଣୀ ଗୃହ ପାଇଁ ଡେସ୍କ, ବେଞ୍ଚ ଶୀଘ୍ର ନିର୍ମାଣ କରି ଶିକ୍ଷାଦାନ ଆରମ୍ଭ କରିବା ଦିଗରେ ଜିଲାପାଳ ଓ ଜିଲାଶିକ୍ଷାଧିକାରୀ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?