ସ୍ମାର୍ଟ ହୋଇପାରୁନି ଶିକ୍ଷାଦାନ

ବଇଣ୍ଡା,୩।୧୨(ଡି.ଏନ.ଏ.) ସରକାରୀ ସ୍କୁଲଗୁଡ଼ିକର ରୂପାନ୍ତରଣ ଚାଲିଛି। ଭିତ୍ତିଭୂମି, ଶିକ୍ଷାଦାନକୁ ସ୍ମାର୍ଟ କରାଯିବାର ବ୍ୟବସ୍ଥା ହେଉଛି। ଇତିମଧ୍ୟରେ ଅନୁଗୋଳ ଜିଲାର ୯୦ଟି ବିଦ୍ୟାଳୟକୁ ସ୍ମାର୍ଟ ବୋଲି ଘୋଷଣା କରାଯାଇସାରିଛି। ହେଲେ ଆବଶ୍ୟକ ସଂଖ୍ୟକ ଶିକ୍ଷକ ନ ଥିଲେ ସ୍ମାର୍ଟ ସ୍କୁଲଗୁଡ଼ିକରେ ଗୁଣାତ୍ମକ ଶିକ୍ଷାଦାନ କେମିତି ସମ୍ଭବ ତାହାକୁ ନେଇ ଅଭିଭାବକଙ୍କ ମନରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କିଶୋରନଗର ବ୍ଲକ ବଇଣ୍ଡାସ୍ଥିତ ରାମଦେଓ ଉଚ୍ଚ ବିଦ୍ୟାଳୟ ଏହାର ଏକ ଉଦାହରଣ। ସ୍ମାର୍ଟ ଘୋଷିତ ଏହି ଶିକ୍ଷାନୁଷ୍ଠାନରେ ଦୀର୍ଘଦିନ ହେବ ୫ ଜଣ ଶିକ୍ଷକ ନାହାନ୍ତି। ପ୍ରଧାନ ଶିକ୍ଷକ ପଦବୀ ମଧ୍ୟ ଖାଲି ପଡ଼ିଛି। ଫଳରେ ସ୍ମାର୍ଟ ଶିକ୍ଷାଦାନ ଏଠାରେ ହୋଇପାରୁ ନ ଥିବା ଅଭିଭାବକମାନେ ଅଭିଯୋଗ କରୁଛନ୍ତି। ଶୀଘ୍ର ଶିକ୍ଷକ ନିଯୁକ୍ତି ଦେବାକୁ ବଇଣ୍ଡା ଗ୍ରାମବାସୀ ଓ ବିଦ୍ୟାଳୟ ପରିଚାଳନା କମିଟି ପକ୍ଷରୁ ମଙ୍ଗଳବାର ଗଣଶିକ୍ଷା ମନ୍ତ୍ରୀ, ସଚିବ, ଆଠମଲ୍ଲିକ ବିଧାୟକ, ଅନୁଗୋଳ ଜିଲାପାଳ, ଜିଲା ଶିକ୍ଷା ଅଧିକାରୀଙ୍କ ନିକଟରେ ଅଭିଯୋଗପତ୍ର ମାଧ୍ୟମରେ ଦାବି କରାଯାଇଛି।
ଗ୍ରାମବାସୀ ଦର୍ଶାଇଛନ୍ତି, ୧୯୬୨ ମସିହାରେ ଗ୍ରାମବାସୀ ଏହି ବିଦ୍ୟାଳୟ ସ୍ଥାପନ କରିଥିଲେ। ଏଠାରେ ୬ଷ୍ଠ ରୁ ଦଶମ ଶ୍ରେଣୀ ମଧ୍ୟରେ ୨୭୯ ପିଲା ପାଠ ପଢ଼ୁଛନ୍ତି। ମୋଟ ୧୪ ଜଣ ଶିକ୍ଷକ ରହିବାର ବ୍ୟବସ୍ଥା ଥିବାବେଳେ ଦୀର୍ଘଦିନ ହେବ ପ୍ରଧାନ ଶିକ୍ଷକ ପଦବୀ ସହ କଳାରେ ୨, ବିଜ୍ଞାନରେ ୧, ଖେଳ ବିଭାଗରେ ୧ ଶିକ୍ଷକ ପଦବୀ ଖାଲି ପଡ଼ିଛି। ୨ଟି ପିଅନ ପଦବୀରେ ମଧ୍ୟ କେହି ନାହାନ୍ତି। ଶିକ୍ଷାଦାନ ବାଧାପ୍ରାପ୍ତ ହେଉଥିବାରୁ ୨୦ ମେ ୨୦୨୦ ଓ ୧୫ ଫେବୃୟାରୀ ୨୦୨୧ରେ ଗ୍ରାମବାସୀ ଶିକ୍ଷକ ନିଯୁକ୍ତି ପାଇଁ ଜିଲାପାଳଙ୍କ ଠାରୁ ଆରମ୍ଭ କରି ଗଣଶିକ୍ଷା ମନ୍ତ୍ରୀଙ୍କ ନିକଟରେ ଅଭିଯୋଗ କରିଥିଲେ। ଇତିମଧ୍ୟରେ ଉକ୍ତ ସ୍କୁଲର ଭିତ୍ତିଭୂମିରେ ଉନ୍ନତି କରାଯାଇ ସ୍ମାର୍ଟ ବୋଲି ଘୋଷଣା କରାଯାଇଛି। ହେଲେ ଶିକ୍ଷକ ନିଯୁକ୍ତି ନେଇ ପଦକ୍ଷେପ ନିଆଯାଇ ନାହିଁ। ସେହିପରି ବିଦ୍ୟାଳୟରେ ଏକ ଛାତ୍ରାବାସ ପାଇଁ ବହୁବାର ଅଭିଯୋଗ କରାଯାଇଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେଇ ସ୍ମାର୍ଟ ସ୍କୁଲ କାର୍ଯ୍ୟକ୍ରମର ସୁଫଳ ପିଲାଙ୍କ ନିକଟରେ ପହଞ୍ଚାଇବାକୁ ଗ୍ରାମବାସୀ ଦାବି କରିଛନ୍ତି। ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ସୁକାନ୍ତି ମଞ୍ଜରୀ ଚାତମ୍ବା କହିଛନ୍ତି, ଶିକ୍ଷକ ଅଭାବ ଯୋଗୁ ପାଠପଢ଼ାରେ ବ୍ୟାଘାତ ସୃଷ୍ଟି ହେଉଛି। ବ୍ଲକ ଶିକ୍ଷା ଅଧିକାରୀ ଓ ଜିଲା ଶିକ୍ଷା ଅଧିକାରୀଙ୍କୁ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?