ବିପଦସଙ୍କୁଳ ଗୃହରେ ଶିକ୍ଷାଦାନ: ଛାତରୁ ଖସୁଛି ସିମେଣ୍ଟ ଖଣ୍ଡ 

ଚମ୍ପୁଆ,୧୨ା୧(ମହେଶ୍ୱର ଦାସ): କେନ୍ଦୁଝର ଜିଲା ଚମ୍ପୁଆ ସଦର ମହକୁମାସ୍ଥିତ ବ୍ଲକ୍‌ କଲୋନୀ ପ୍ରାଥମିକ ବିଦ୍ୟାଳୟ ଅବ୍ୟବସ୍ଥା ଘେରରେ ରହିଛି। ଶ୍ରେଣୀଗୃହ ଛାତରୁ ସିମେଣ୍ଟ ଖଣ୍ଡ ଖସୁଥିବାରୁ ବିପଦସଙ୍କୁଳ ଅବସ୍ଥାରେ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବା ଦେଖାଯାଇଛି। ସରକାର ଶିକ୍ଷାର ଉନ୍ନତି ପାଇଁ ନାନା ବିଧି ଯୋଜନା ହାତକୁ ନେଉଥିବା ବେଳେ ଦୁଇ କୋଠରୀ ବିଶିଷ୍ଟ ବିଦ୍ୟାଳୟର ଅବସ୍ଥା ସମ୍ମୁଖ ଭାବରୁ ଦେଖିଲେ ଏହି ବିଦ୍ୟାଳୟ ଉପରେ କାହାରି କୃପାଦୃଷ୍ଟି ପଡ଼ି ନ ଥିବା କୁହାଯାଇପାରେ।
ସୂଚନା ଅନୁଯାୟୀ, ୧୯୭୯ରେ କୁନିକୁନି ଛାତ୍ରଙ୍କ ଶିକ୍ଷାର ଉନ୍ନତି ନିମନ୍ତେ ବ୍ଲକ୍‌ କଲୋନୀଠାରେ ସରକାରୀ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ କରାଯାଇଥିଲା। ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଏଠାରେ ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ କରାଯାଉଥିବା ବେଳେ ୨ଜଣ ଶିକ୍ଷକ ଅଛନ୍ତି। ବିଦ୍ୟାଳୟର ସମ୍ମୁଖ ଭାଗରେ ଥିବା ସ୍ଲାପଗୁଡ଼ିକର ସିମେଣ୍ଟ ଖସି ଯାଇଛି। ଶ୍ରେଣୀ ଗୃହ ଛାତରୁ ମଧ୍ୟ ପ୍ଲାଷ୍ଟର ଖସିଯାଇ ରଡ୍‌ ଦେଖାଯାଉଛି।
ସେହି ପ୍ଲାଷ୍ଟର ଖସିଯାଇଥିବା ଶ୍ରେଣୀ ଗୃହରେ ବସି ପିଲାମାନେ ଶିକ୍ଷା ଲାଭ କରୁଛନ୍ତି। ଏନେି ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଛାୟା ପ୍ରଧାନଙ୍କୁ ପଚାରିବାରୁ ଘଟଣା ସମ୍ପର୍କରେ ଶିକ୍ଷା ବିଭାଗ, ଚମ୍ପୁଆ ଏନ୍‌ଏସି ଓ ବ୍ଲକକୁ ଅବଗତ କରାଯାଇଥିବା କହିଛନ୍ତି। ଏନେଇ ବ୍ଲକ୍‌ ଶିକ୍ଷା ଅଧିକାରୀ ପ୍ରକାଶ ସାହୁ କହିଛନ୍ତି, ଯେଉଁ ବିଦ୍ୟାଳୟଗୁଡ଼ିକ ଅସୁରକ୍ଷିତ ଅବସ୍ଥାରେ ଅଛି ବିଭାଗକୁ ଅବଗତ କରିବା ପାଇଁ ପ୍ରଧାନଶିକ୍ଷକମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ଯେଉଁମାନେ ଅବଗତ କରିଛନ୍ତି ସେମାନଙ୍କ ବିଦ୍ୟାଳୟ ମରାମତି ପାଇଁ ଆମେ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ଜଣାଇଛୁ ବୋଲି ସେ କହିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri