ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ: ଅବ୍ୟବସ୍ଥାରେ ଶିକ୍ଷାଦାନ,ଏନଜିଓ ହାତରେ ପିଲାଙ୍କ ଭବିଷ୍ୟତ

ଥୁଆମୂଳ ରାମପୁର,୧୯।୧୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କେରପାଇ ପଞ୍ଚାୟତ ସ୍ଥିତ ପୋଡ଼ାପାଇ ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟ ଅତ୍ୟନ୍ତ ଶୋଚନୀୟ ଅବସ୍ଥାରେ ଗତି କରୁଛି। ୨୦୦୮ରେ ସ୍ଥାପିତ ଏହି ବିଦ୍ୟାଳୟରେ ପ୍ରଥମ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ରହିଥିବା ବେଳେ ଏଠାରେ ସମୁଦାୟ ୩୦ ଜଣ ଛାତ୍ରୀଛାତ୍ରଙ୍କୁ ଦୁଇଜଣ ଶିକ୍ଷକ ଅଛନ୍ତି। ସେଥିମଧ୍ୟରୁ ଜଣେ ହେଲେ ତ୍ରିଲୋଚନ ବରାଳ (ପ୍ରଧାନଶିକ୍ଷକ), ଆଉ ଜଣେ ହେଲେ ସୋମନାଥ ମାଝୀ (ସହ ଶିକ୍ଷକ)।
ସରକାର ଆଦିବାସୀ ପଛୁଆ ଅଞ୍ଚଳରେ ଶିକ୍ଷାର ବିକାଶ ପାଇଁ ଲକ୍ଷ ଲକ୍ଷ ଟଙ୍କା ବ୍ୟୟ କରୁଛନ୍ତି। କିନ୍ତୁ ଏହାର ଠିକ ବିନିଯୋଗ ଓ ବିଭାଗୀୟ ଅଧିକାରୀଙ୍କ କର୍ତ୍ତବ୍ୟରେ ଅବହେଳା ଏବଂ ଉଚିତ ତଦାରଖର ଅଭାବ ଯୋଗୁ ଆଜି ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧାର ଆଡ଼କୁ ଗତି କରୁଥିବା ସାଙ୍ଗକୁ ଶିକ୍ଷକ ଶିକ୍ଷାଦାନରେ ପ୍ରାୟ ଦିନ ଅନୁପସ୍ଥିତ ରହୁଥିବା ଯାହା ଗ୍ରାମବାସୀ ଗଣମାଧ୍ୟମ ଆଗରେ ଅଭିଯୋଗ କରିଛନ୍ତି l କୌଣସି ଛୁଟିଦିନ ନ ଥିବା ସତ୍ତ୍ୱେ ଶିକ୍ଷକମାନେ ମନଇଚ୍ଛା ଛୁଟି ନେଇ ଘରକୁ ପଳାଇବା ସହ ସ୍କୁଲ ଆସୁନାହାନ୍ତି। ଏକ ସ୍ବାସ୍ଥ୍ୟ ସ୍ବରାଜ ନାମକ ଜଣେ ସଂସ୍ଥାରେ କାର୍ଯ୍ୟରତ ଜଣଙ୍କ ହାତରେ ପ୍ରତିଦିନ ପିଲାଙ୍କ ପାଠପଢ଼ା ଛାଡ଼ି ଦେଇଥିବା ଘଟଣାକୁ ନେଇ ଅଭିଭାବକ ମହଲରେ କ୍ଷୋଭ ପ୍ରକାଶ ପାଇଛି।

ପୂର୍ବ ସରକାର ୫ଟି ଯୋଜନାରେ ବିଦ୍ୟାଳୟ ଗୁଡିକର ରୂପାନ୍ତକରଣରେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିବା ବେଳେ ପୋଡ଼ାପାଇ ସରକାରୀ ପ୍ରାଥମିକ ବିଦ୍ୟାଳୟ ଉପରେ ମଧ୍ୟ ଆମ ଓଡ଼ିଶା ନବୀନ ଓଡ଼ିଶା ପାଣ୍ଠିରୁ ଆର୍ଥିକ ବର୍ଷ ୨୦୨୩-୨୪ରେ ୪ଲକ୍ଷ୍ୟ ବ୍ୟୟ ଅଟକଳରେ ସ୍କୁଲର ଉନ୍ନତିକରଣ ପାଇଁ ଅନୁଦାନ ଆସିଥିବା ଯାହା ଜଣାଯାଏ, ହେଲେ ଏ ପର୍ଯ୍ୟନ୍ତ କାମ ଆରମ୍ଭ ହୋଇ ନ ଥିବା ନେଇ ସ୍ଥାନୀୟ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି l ବର୍ତ୍ତମାନ ବିଦ୍ୟାଳୟ କୋଠା ସମ୍ପୂର୍ଣ୍ଣ ଦୁର୍ବଳ ହୋଇ ପଡିଛି। ଛାତରୁ ସିମେଣ୍ଟ ଖସି ଯାଇ ଲୁହାରଡ ଗୁଡ଼ିକ ଦେଖାଯାଉଛି। ବର୍ଷାଦିନେ ଛାତରୁ ପାଣି ଝରିବା ଫଳରେ ସମୁଦାୟ ୨ଟି କୋଠରି ମଧ୍ୟରୁ ଗୋଟି କୋଠରିରେ ପାଠ ପଢିବା ପଢାଇବା ପାଇଁ ବାଧ୍ୟ ହେଉଛନ୍ତି। ବିଦ୍ୟାଳୟ ଅବସ୍ଥା ଅତି ଦୟନୀୟ କହିଲେ ଅତ୍ୟୁକ୍ତି ହେବ ନାହିଁ।

ସ୍କୁଲରେ ପାନୀୟ ଜଳର ଘୋର ଅଭାବ ସାଙ୍ଗକୁ ସୁରକ୍ଷା ପାଚେରୀ ଭୁଷୁଡ଼ି ଯାଇଛି।ଏଣୁ ସରକାର ତୁରନ୍ତ ନୂତନ ଗୃହ ଯୋଗାଇ ଦେବାକୁ ସାଧାରଣରେ ଦାବି ହେଉଛି l ଏ ସମ୍ପର୍କରେ ପ୍ରଧାନ ଶିକ୍ଷକ ତ୍ରିଲୋଚନ ବରାଳଙ୍କୁ ଫୋନ ଯୋଗେ ଯୋଗାଯୋଗ କରି ଶିକ୍ଷକଙ୍କ କାର୍ଯ୍ୟରେ ଅବହେଳା ବିଷୟରେ ପ୍ରତିକ୍ରିୟା ନେବାରୁ, ମୁଁ ଛୁଟି ନେଇକି ଘରକୁ ଯାଇଛି ଏବଂ ମୋ ସହଶିକ୍ଷକ କାର୍ଯ୍ୟରେ ରହିବା କଥା ହେଲେ ପିଲା କମ ମାତ୍ରାରେ ସ୍କୁଲ ଆସୁଛନ୍ତି, କାରଣ ବର୍ତ୍ତମାନ ଉକ୍ତ ଅଳରେ ଧାନ କଟା, ଅଳସି କଟା ଭଳି ଇତ୍ୟାଦି ଚାଷ ଜନିତ କାମ କରିବାରେ ପିଲା ବ୍ୟସ୍ତ। ପିଲା ପାଠପଢିବାକୁ ଆସୁ ନ ଥିବାରୁ ମୁଁ ନିଜେ ସହଶିକ୍ଷକଙ୍କୁ ସ୍କୁଲ ନ ଆସିବା ପାଇଁ ମନା କଲି ବୋଲି ତାଙ୍କ ପ୍ରତିକ୍ରିୟାରେ କହିଥିଲେ।

ସେ ଆହୁରି ମଧ୍ୟ କହିଛନ୍ତି, ପୂର୍ବ ସରକାର ସମୟରେ ଆମ ସ୍କୁଲ ପାଇଁ ଯେଉଁ ଉନ୍ନତିକରଣ ପାଇଁ ଅନୁଦାନ ଆସିଥିଲା। ସରକାର ବଦଳିଲା ପରେ ବିଲ କରିବାରେ ଅସୁବିଧା ହେଉଛି। ଯାହା ଜ଼େଇ ସେମ୍ଭୁ ପ୍ରସାଦ କେଙ୍ଗୁଆ ସୂଚନା ଦେଇଛନ୍ତି, ଯେମିତି ବ୍ଲକ କାର୍ଯ୍ୟାଳୟ ଆଡୁ ମରାମତି କାମ କରିବାକୁ ସବୁଜ ସଙ୍କେତ ମିଳିବା ପରେ କାମ ଆରମ୍ଭ ହେବ ବୋଲି କଛିଛନ୍ତି। ତେବେ ବିଭାଗୀୟ ଅଧିକାରୀ ଏଥିପ୍ରତି ଦୃଷ୍ଟି ଦେବାକୁ ସାଧାରଣରେ ଦାଦି ହେଉଛି l

 


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri