ଦୁଇ କଲେଜରେ ଅଧ୍ୟାପନା ମହଙ୍ଗା ପଡ଼ିଲା: ଦରମା ପ୍ରତ୍ୟାହାର ନିର୍ଦ୍ଦେଶ ଦେଲେ ଆର୍‌ଡିଇ

ଯାଜପୁର ଅଫିସ,୧୬।୧୧: ଯାଜପୁର ଜିଲାରେ ଜଣେ ଅଧ୍ୟାପକ ଦୁଇଟି କଲେଜରେ ଚଞ୍ଚକତାପୂର୍ଣ୍ଣ ନିଯୁକ୍ତି ଅଭିଯୋଗ ହେବା ପରେ ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ(ଆରଡିଇ) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଆରଡିଇ ତାଙ୍କ ନିର୍ଦ୍ଦେଶ ସଂଖ୍ୟା ୭୨୫୫/୨୯ା୧୦ା୨୦୨୦ରେ ଦରମା ବାବଦକୁ ପ୍ରଦାନ କରାଯାଇଥିବା ସହାୟକ ଅନୁଦାନ(ଗ୍ରାଣ୍ଟ-ଇନ୍‌-ଏଡ୍‌)କୁ ପ୍ରତ୍ୟାହାର କରିବାକୁ ଦର୍ଶାଯାଇଛି। କାରଣ ଦର୍ଶାଅ ନୋଟିସର ସନ୍ତୋଷଜନକ ଉତ୍ତର ଦେଇ ନ ପାରିବାରୁ ଯାଜପୁର ଜିଲା ବାଲିଆସ୍ଥିତ ଅଭିମନ୍ୟୁ ସାମନ୍ତସିଂହାର ଡିଗ୍ରୀ କଲେଜର ଇତିହାସ ବିଭାଗ ଅଧ୍ୟାପକ ତଥା ଭାରପ୍ରାପ୍ତ ଅଧ୍ୟକ୍ଷ ସୁଧୀର କୁମାର ରାଉତଙ୍କ ବିରୋଧରେ ଏଭଳି ପଦକ୍ଷେପ ନିଆଯାଇଛି।
ବରୀ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବାଲିଆ ଅଭିମନ୍ୟୁ ସାମନ୍ତସିଂହାର ଡିଗ୍ରୀ କଲେଜରେ ରାଉତ ୧୯୯୨ରୁ ଅଧ୍ୟାପକ ଥାଇ ସାହାସପୁର ମୁକ୍ତାଦେବୀ ସଂସ୍କୃତ କଲେଜରେ ୧୨ା୭ା୧୯୯୭ରୁ ଅଧ୍ୟାପକ ପରେ ଭାରପ୍ରାପ୍ତ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରୁଥିଲେ। ଏହି ମର୍ମରେ ସମ୍ପୃକ୍ତ ଅଞ୍ଚଳବାସୀ ବରୀ ବିଧାୟିକା ସୁନନ୍ଦା ଦାସଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ। ସ୍ମାରକପତ୍ରରୁ ଜଣାପଡ଼ିଛି ଯେ, ମୁକ୍ତାଦେବୀ ସଂସ୍କୃତ କଲେଜର ପରିଚାଳନା କମିଟିର ଅଧିବେଶନ ନଂ-୫ରେ ଚିଠି ସଂଖ୍ୟା ୩/୧୨ା୭ା୧୯୯୭ରେ ରାଉତଙ୍କୁ ଅଧ୍ୟାପକ ଭାବେ ନିଯୁକ୍ତି ଦିଆଯାଇଥିଲା। ସେ ୧୭ା୭ା୧୯୯୭ରେ ଉକ୍ତ ସଂସ୍କୃତ କଲେଜରେ ଯୋଗଦାନ କରିଥିଲେ ଏବଂ ୧୩ା୮ା୨୦୦୮ରେ ରିଲିଭ୍‌ ହୋଇଥିଲେ। ଲୋକଙ୍କ ଅଭିଯୋଗ ସମ୍ପର୍କରେ ବିଧାୟିକା ଦାସ ତାଙ୍କ ଡାଏରୀ
ସଂଖ୍ୟା ୩୬୮/୨୧ା୧ା୨୦୨୦ରେ ବିଭାଗୀୟ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିବା ପରେ ଉଚ୍ଚଶିକ୍ଷା ବିଭାଗର ଡେପୁଟି ଡାଇରେକ୍ଟର ହୃଷୀକେଶ ମହାନ୍ତି ତାଙ୍କ ପତ୍ରସଂଖ୍ୟା ୬୨୮୪/୧୦ା୨ା୨୦୨୦ରେ ଅଭିଯୋଗ ସଂକ୍ରାନ୍ତରେ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ଆରଡିଇ ପକ୍ଷରୁ ପତ୍ରସଂଖ୍ୟା ୪୬୪୯/୧୬ା୭ା୨୦୨୦ରେ ଅଧ୍ୟାପକ ରାଉତଙ୍କୁ ଅଭିଯୋଗ ଉପରେ ୧ ମାସ ମଧ୍ୟରେ ଉତ୍ତର ରଖିବାକୁ କାରଣ ଦର୍ଶାଅ ନୋଟିସ ଜାରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?