ବସୁଧା ଯୋଜନା ଫେଲ୍‌

ଦଶମନ୍ତପୁର,୫ା୯ ( ଡି.ଏନ. ଏ.):ସରକାର ଦୁର୍ଗମ ଅଞ୍ଚଳରେ ରହୁଥିବା ଗ୍ରାମବାସୀଙ୍କ ପାନୀୟ ଜଳ ସମସ୍ୟା ଦୂର କରିବାକୁ ବସୁଧା ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏହି ଯୋଜନାରେ ପ୍ରତ୍ୟେକ ଗ୍ରାମବାସୀଙ୍କ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ଲକ୍ଷ୍ୟ ଥିଲା। ମାତ୍ର ଦୂରଦୃଷ୍ଟି ଅଭାବରୁ ଏହି ଯୋଜନା କୋରାପୁଟ ଜିଲାର ଦଶମନ୍ତପୁର ବ୍ଲକରେ ଫେଲ୍‌ ମାରିଛି। ଗ୍ରାମବାସୀ ପାନୀୟ ଜଳ ପାଇଁ ନଦୀ, ନାଳର ଜଳ ଉପରେ ଭରସା କରୁଛନ୍ତି। ବ୍ଲକର ଦୁଆରଶୁଣି ପଞ୍ଚାୟତରେ ଥିବା ଅନଗାରଗୁଡା ଗ୍ରାମରେ ପାନୀୟ ଜଳ ସମସ୍ୟାକୁ ଦୃଷ୍ଟିରେ ରଖି ଦେଢ଼ ବର୍ଷ ତଳେ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ପକ୍ଷରୁ ୨୦ ଲକ୍ଷ ଟଙ୍କା ଅଟକଳ ବ୍ୟୟରେ ବସୁଧା ଯୋଜନାରେ ଏକ ଜଳ ପ୍ରକଳ୍ପ ନିର୍ମାଣ କରାଯାଇଥିଲା। ଏଥିପାଇଁ ନିର୍ମିତ ପାଣିଟାଙ୍କି ଠିକ୍‌ ସ୍ଥାନରେ ନିର୍ମାଣ ହୋଇ ନ ଥିବାରୁ ନିର୍ମାଣ ଦିନଠାରୁ ଏଯାଏ ପାଣି ପାଇପାରି ନ ଥିବା ଗ୍ରାମର ନକୁଳ କମାର, ଯମୁନା ଜାନୀ, କମଳଲୋଚନ ଦିଶାରି କହିଛନ୍ତି। ଝରଣା ପାଣି ଟାଙ୍କିକୁ ଆସିବା ସମସ୍ୟା ଦେଖାଦେବ ବୋଲି ଗ୍ରାମର ସାହିମୁଣ୍ଡରେ ପ୍ରକଳ୍ପ ନିର୍ମାଣ ନ କରିବାକୁ ଆମେ ଗ୍ରାମବାସୀ ଠିକାଦାରଙ୍କୁ ସେତେବେଳେ ଜଣାଇଥିଲୁ। ଠିକାଦାର ଆମ କଥା ନ ଶୁଣି ତାଙ୍କ ଇଚ୍ଛାରେ ସାହି ମୁଣ୍ଡରେ ତାଙ୍କ ମନୋନୀତ ସ୍ଥାନରେ ପ୍ରକଳ୍ପ ନିର୍ମାଣ କରି ଚାଲି ଯାଇଥିଲେ। ଏହି ବସୁଧା ଯୋଜନାରୁ ଆମେ କିଛି ସୁଫଳ ପାଇଲୁନି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ପାନୀୟ ଜଳ ପାଇଁ ଆମେ ଏବେ ମଧ୍ୟ ଗୁଡ଼ିଆଣି ନାଳ ଏବଂ ମୁରାନ ନଦୀ ପାଣି ଉପରେ ନିର୍ଭର କରିଆସୁଛୁ ବୋଲି ଗ୍ରାମବାସୀ କହିଛନ୍ତି। ନାଳ ନଦୀର ଦୂଷିତ ପାଣି ବ୍ୟବହାର କରି ବିଭିନ୍ନ ରୋଗରେ ଆକ୍ରାନ୍ତ ହେଉଛୁ ବୋଲି ଗ୍ରାମର ଦେଡୁ ଜାନି, ମଙ୍ଗଳୁ ଦିସାରି, ଲିମ ଜାନି, ଧନେଶ୍ୱର ଦିସାରି ପ୍ରମୁଖ ପ୍ରକାଶ କରିଛନ୍ତି। ବସୁଧା ଯୋଜନାର ଏହି ପ୍ରକଳ୍ପ ସମ୍ପର୍କରେ ଆମେ ଜିଲାପାଳଙ୍କୁ ଜଣାଇବୁ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ଆରଡ୍ଲ୍ୟୁଏସ୍‌ଏସ୍‌ର କନିଷ୍ଠ ଯନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପଚାରିବାରୁ ସେ କହିଲେ, ଝରଣାରେ ପାଣି ଶୁଖି ଯାଇଥିଲା। ଦଶହରା ପରେ ନୂତନ ଭାବେ ବୋରୱେଲ ଖନନ କରାଯାଇ ସେଥିରୁ ଗ୍ରାମବାସୀଙ୍କୁ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କରାଯିବ ବୋଲି କହିଥିଲେ।ସୂଚନାଯୋଗ୍ୟ, ଅନଗାରଗୁଡା ଗ୍ରାମରେ ୪୯ ପରିବାର ବସବାସ କରୁଛନ୍ତି। ଗ୍ରାମବାସୀଙ୍କ ପାଇଁ ଗ୍ରାମରେ ୨ଟି ନଳକୂପ ରହିଥିଲେ ସୁଦ୍ଧା ପାନୀୟ ଜଳ ସମସ୍ୟା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri