ଭଙ୍ଗା ଗୃହ ବାରଣ୍ଡାରେ ଚାଲିଛି ଶିକ୍ଷାଦାନ

ବାଲିଗୁଡା,୪ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ)ସରକାର ସଭିଏ ପଢନ୍ତୁ ଓ ସଭିଏ ବଢନ୍ତୁ ନାରା ଦେଇ ଶିକ୍ଷାକୁ ସାର୍ବଜନୀନ କରି ରାଜକୋଷରୁ କୋଟି କୋଟି ଅର୍ଥ ବ୍ୟୟ ବରାଦ କରୁଥିବା ବେଳେ ଭଙ୍ଗା ଶ୍ରେଣୀ ଗୃହରେ ଚାଲିଛି ଭବିଷ୍ୟତ ଗଢା। ଏହା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକରେ। ସିନ୍ଦ୍ରିଗାଁ ଗ୍ରାମପଞ୍ଚାୟତର ମେଣ୍ଡିପାଙ୍ଗା ପ୍ରାଥମିକ ବିଦ୍ୟାଳୟ ବର୍ତ୍ତମାନ ୪୩ ବର୍ଷରେ ପଦାର୍ପଣ କରିଥିବା ବେଳେ ଶ୍ରେଣୀ ଗୃହ ଭଗ୍ନ ଅବସ୍ଥାରେ ରହିଛି। ବିପଦପୂର୍ଣ୍ଣ ଭାବେ ଶ୍ରେଣୀ ଗୃହ ଥିବାରୁ ଗୋଟିଏ କୋଠରିରେ ପ୍ରଥମରୁ ପଞ୍ଚମ ଯାଏ ପାଞ୍ଚଟି ଶ୍ରେଣୀକୁ ପଢ଼ାନ୍ତି ଦୁଇ ଶିକ୍ଷକ। ୧୯୮୦ରେ ସ୍ଥାପିତ ହୋଇଥିବା ଏହି ବିଦ୍ୟାଳୟରେ ସର୍ବମୋଟ ୨୩ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରନ୍ତି। ସ୍ଥାନ ଅଭାବରୁ ଖରା ବର୍ଷା ଶୀତଦିନେ ବାରଣ୍ଡାରେ ବାଧ୍ୟ ହୋଇ ପାଠପଢା ଚାଲିଛି ବୋଲି ପ୍ରଧାନ ଶିକ୍ଷକ ସୁବାସ ଚନ୍ଦ୍ର ବେହେରା କହିଛନ୍ତି।
ତଳେ ସେହି ଗ୍ରାମପଞ୍ଚାୟତର କିଲୁପଡ଼ା ପ୍ରାଥମିକ ବିଦ୍ୟାଳୟରେ ସ୍କୁଲ୍‌ ଛାତ ଭୁଶୁଡ଼ି ଯିବାରୁ ଅଳ୍ପକେ ମୃତ୍ୟୁମୁଖରୁ ବର୍ତ୍ତି ଯାଇଥିଲେ ଛାତ୍ରୀଛାତ୍ର। ତଥାପି ବ୍ଲକ୍‌ ପ୍ରଶାସନ ବିଭାଗୀୟ ଅଧିକାରୀଙ୍କ ଚେତା ପଶୁନି। କିଲୁପଡ଼ା ସ୍କୁଲ ଛାତ ଭୁଶୁଡ଼ିବା ଘଟଣା ପରେ ଭୟରେ ଅଭିଭାବକ ପିଲାଙ୍କୁ ସ୍କୁଲକୁ ଛାଡ଼ୁ ନାହାନ୍ତି। ଏନେଇ ବିଦ୍ୟାଳୟ କର୍ତ୍ତୃପକ୍ଷ ବିଭାଗୀୟ ଅଧିକାରୀ ବ୍ଲକ ପ୍ରଶାସନକୁ ବହୁବାର ଲିଖିତ ଅଭିଯୋଗ କରିଥିଲେ ବି କାହାର ନିଘା ନାହିଁ ବୋଲି ସହକାରୀ ଶିକ୍ଷକ ସୁରେଶ ଚନ୍ଦ୍ର ଦାସ ପ୍ରକାଶ କରିଛନ୍ତି। ସେହିଭଳି ପିଲାଙ୍କ ମଧ୍ୟାହ୍ନ ଭୋଜନ ରୋଷେଇ ମଧ୍ୟ ଭଙ୍ଗା ଘରେ ଚାଲିଛି ବୋଲି ପାଚିକା ସିନନ୍ତୀ ମଲିକ କହିଛନ୍ତି। ନଳକୂପ ଅଚଳ ଅବସ୍ଥାରେ ରହିଛି, ଫଳରେ ଚୁଆ ପାଣିରେ ପ୍ରସ୍ତୁତ ହେଉଛି ମଧ୍ୟାହ୍ନଭୋଜନ। ପିଲାମାନେ ବାଧ୍ୟ ହୋଇ ଚୁଆପାଣିକୁ ପାନୀୟ ଜଳ ଭାବେ ବ୍ୟବହାର କରନ୍ତି ବୋଲି ଅଭିଭାବିକା ସୁଶୀଳା ମଲିକ କହିଛନ୍ତି। ପ୍ରଶାସନ କ’ଣ ଆଉ ଏକ ଦୁର୍ଘଟଣାକୁ ଅପେକ୍ଷା କରିଛି କି ବୋଲି ବୁଦ୍ଧିଜୀବୀ ମହଲରେ ପ୍ରଶ୍ନ ଉଠୁଛି। ତେବେ ପରତ୍ୟକ୍ତ ସ୍କୁଲ୍‌ ଘରକୁ ଭାଙ୍ଗି ପ୍ରଶାସନ କେବେ ନୂତନ କୋଠା ନିର୍ମାଣ କରୁଛି ତାହା ଅଞ୍ଚଳବାସୀ ତଥା ଅଭିଭାବକ ଅପେକ୍ଷା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri