ଶିକ୍ଷାନୁଷ୍ଠାନରେ ଠପ୍‌ ସଂସ୍କୃତ ଶିକ୍ଷା

ବଇଣ୍ଡା,୨୦ା୮(ପରିକ୍ଷିତ ସାହୁ)ଅନୁଗୋଳ ଜିଲା କିଶୋରନଗର ବ୍ଲକ ଉରୁକୁଳା ପଞ୍ଚାୟତ ଠାରେ ଥିବା ରାଧାକୃଷ୍ଣ ଉଚ୍ଚ ବିଦ୍ୟାଳୟ (ପର୍ଶୁମାଳ) ନାନା ସମସ୍ୟା ଦେଇ ଗତି କରୁଛି। ଆବଶ୍ୟକ ଶିକ୍ଷକ ନ ଥିବା ଯୋଗୁ ଏଠାରେ ଶିକ୍ଷାଦାନ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିଛି। ଖାଲି ପଡ଼ିଥିବା ୪ ଶିକ୍ଷକ ପଦବୀ ସହ କିରାଣି ଓ ପିଅନ ପଦବୀ ତୁରନ୍ତ ପୂରଣ ପାଇଁ ଉରୁକୁଳା ପଞ୍ଚାୟତବାସୀ ଓ ବିଦ୍ୟାଳୟ ପରିଚାଳନା କମିଟି ପକ୍ଷରୁ ଗଣଶିକ୍ଷାମନ୍ତ୍ରୀ, ଶିକ୍ଷା ସଚିବ, ଆଠମଲିକ ବିଧାୟକ, ଅନୁଗୋଳ ଜିଲାପାଳ, ଜିଲା ଶିକ୍ଷା ଅଧିକାରୀଙ୍କୁ ପୁନର୍ବାର ଅଭିଯୋଗପତ୍ର ପ୍ରଦାନ କରାଯାଇଛି।
ଅଞ୍ଚଳବାସୀ କହିଛନ୍ତି, ୧୯୮୪ ଜୁଲାଇ ୫ରେ ଗ୍ରାମବାସୀ ଉରୁକୁଳା ଗ୍ରାମ ପଞ୍ଚାୟତ ରାଧାକୃଷ୍ଣ ଉଚ୍ଚ ବିଦ୍ୟାଳୟ ସ୍ଥାପନ କରିଥିଲେ। ଏଠାରେ ନବମ ଓ ଦଶମ ଶ୍ରେଣୀର ପିଲାଙ୍କୁ ପଢ଼ାଯାଉଥିବା ବେଳେ ବର୍ତ୍ତମାନ ୧୮୭ ଛାତ୍ରୀଛାତ୍ର ଅଛନ୍ତି। ହେଲେ ଦୀର୍ଘଦିନ ହେବ ଶିକ୍ଷାନୁଷ୍ଠାନରେ ୪ ଶିକ୍ଷକ ପଦବୀ ଖାଲି ପଡିଛି। ଜଣେ ସଂସ୍କୃତ ଶିକ୍ଷକ, ଜଣେ ଖେଳ ଶିକ୍ଷକ ଓ କଳା ବିଭାଗରେ ୨ ଜଣ ଶିକ୍ଷକ ନାହାନ୍ତି। ସେହିପରି ୩ ପିଅନ ଓ ଗୋଟିଏ କିରାଣି ପଦବୀ ମଧ୍ୟ ଖାଲି ପଡିଛି। ବିଶେଷକରି ୨୦୧୯ ନଭେମ୍ବର ୧ରୁ ସଂସ୍କୃତ ଶିକ୍ଷକ ନ ଥିବା ଯୋଗୁ ବିଦ୍ୟାଳୟରେ ଏହି ଶିକ୍ଷାଦାନ ହୋଇପାରୁ ନାହିଁ। ଫଳରେ ଛାତ୍ରୀଛାତ୍ରମାନେ ହିନ୍ଦୀ ପଢ଼ିବାକୁ ବାଧ୍ୟ ହେଉଛନ୍ତି। ସେହିପରି ଖେଳ ଶିକ୍ଷକ ପଦବୀ ପୂରଣ କରାଯାଉ ନ ଥିବାରୁ ଛାତ୍ରୀଛାତ୍ରଙ୍କ କ୍ରୀଡ଼ାର ବିକାଶ ହୋଇପାରୁ ନାହିଁ। ଏଥିସହ କିରାଣି ପଦବୀ ଖାଲି ପଡିଥିବା ଯୋଗୁ ଅଫିସ କାର୍ଯ୍ୟ ବାଧାପ୍ରାପ୍ତ ହେଉଛି। ପିଅନ ପଦବୀ ମଧ୍ୟ ପୂରଣ କରାଯାଉ ନାହିଁ। ବିଦ୍ୟାଳୟର ଏପରି ସମସ୍ୟା ସମ୍ପର୍କରେ ଗ୍ରାମବାସୀ ୨୦ ଜୁନ ୨୦୨୦, ୧୫ ମାର୍ଚ୍ଚ ୨୦୨୧ ଓ ୨୨ ମାର୍ଚ୍ଚ ୨୦୨୨ରେ ଜିଲାପାଳଙ୍କଠାରୁ ଆରମ୍ଭ କରି ଗଣଶିକ୍ଷା ମନ୍ତ୍ରୀଙ୍କୁ ଅଭିଯୋଗ କରିଥିଲେ ମଧ୍ୟ ସୁଫଳ ମିଳୁନାହିଁ। ତୁରନ୍ତ ଏଥିପ୍ରତି ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ ଉରୁକୁଳା ପଞ୍ଚାୟତବାସୀ ଦାବି କରିଛନ୍ତି। ଏ ସମ୍ପର୍କରେ କିଶୋରନଗର ବ୍ଲକ ଶିକ୍ଷା ଅଧିକାରୀ ସୁନୀଲ କୁମାର ସେଠୀ କହିଛନ୍ତି, ଉରୁକୁଳା ହାଇସ୍କୁଲ ସମସ୍ୟା ସମ୍ପର୍କରେ ଜିଲା ଶିକ୍ଷା ବିଭଗକୁ ଅବଗତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାପନ୍ତରିଆ ଭିତ୍ତିଭୂମି, ପର୍ଯ୍ୟଟକ ନିରାଶ, ଜରାଜୀର୍ଣ୍ଣ ଅବସ୍ଥାରେ…

ଯାଜପୁର,୨୦ା୧୨(ହର୍ଷବର୍ଦ୍ଧନ ବେହେରା): ଏବେ ପିକ୍‌ନିକ୍‌ ଋତୁ। ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ ଲାଭ କରିଥିବା ଯାଜପୁର ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ପର୍ଯ୍ୟଟକମାନେ ବୁଲିବାକୁ ଆସୁଛନ୍ତି।...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ ମହିଳା: ଧୋକା ମିଳିବା ପରେ ପୁଣି ଫେରିଲେ ଶାଶୁଘରକୁ, ତା’ପରେ ଯାହା ଘଟିଲା…

ଇନ୍ଦୋର,୨୦।୧୨: ମଧ୍ୟପ୍ରଦେଶର ଇନ୍ଦୋରରେ ଜଣେ ମହିଳା ପ୍ରଥମେ ତାଙ୍କ ସ୍ବାମୀଙ୍କୁ ପ୍ରତାରଣା କରିଥିଲେ ଏବଂ ପରେ ନିଜେ ପ୍ରତାରଣାର ଶିକାର ହୋଇଥିଲେ। ସେ ତାଙ୍କ ପ୍ରେମିକ...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ଗ୍ରାହକଙ୍କୁ ଆଶ୍ୱସ୍ତି: ୧୨ ହଜାର କମିଲା ସୁନା ଦର

ନୂଆଦିଲ୍ଲୀ,୨୦।୧୨: ରେକର୍ଡ ବୃଦ୍ଧି ପରେ, ଭାରତରେ ୨୪-କ୍ୟାରେଟ, ୨୨-କ୍ୟାରେଟ ଏବଂ ୧୮-କ୍ୟାରେଟ ସୁନାର ମୂଲ୍ୟ ହ୍ରାସ ପାଇବାରେ ଲାଗିଛି। ଗୋଟିଏ ସପ୍ତାହରେ ୧୦ ଗ୍ରାମ ୨୪-କ୍ୟାରେଟ...

ଠିକ୍‌ ଭାବେ ହେଉନି ଅଧିକାଂଶ ବିଭାଗର କାର୍ଯ୍ୟ: ସାଧାରଣ ଲୋକେ ହନ୍ତସନ୍ତ

ଥୁଆମୂଳ ରାମପୁର,୨୦ା୧୨(ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସଭାଗୃହରେ ଶୁକ୍ରବାର ୫ମ ମାସିକ ବୈଠକ ବିଡିଓ ଧ୍ରୁବଚରଣ ମୁଦୁଲିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...

ନୂଆ ବର୍ଷ ଆରମ୍ଭ ପୂର୍ବରୁ ବଡ଼ ଘୋଷଣା କରିଦେଲେ ଟ୍ରମ୍ପ, ସାଧାରଣ ଲୋକଙ୍କୁ ହେବ ଫାଇଦା

ଓ୍ବାଶିଂଟନ୍‌,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଟାରିଫ୍‌ ଏବଂ ଟିକସ ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଉତ୍ତର କାରୋଲିନାରେ ତାଙ୍କ ଭାଷଣ...

ମାଲାୟାଲମ୍ ଅଭିନେତା-ନିର୍ଦ୍ଦେଶକ ଶ୍ରୀନିବାସନଙ୍କ ପରଲୋକ, ୨୦୦ରୁ ଅଧିକ ଚଳଚ୍ଚିତ୍ରରେ କରିଥିଲେ ଅଭିନୟ

ନୂଆଦିଲ୍ଲୀ,୨୦ା୧୨: ମାଲାୟାଲମ ସିନେମା ଅଭିନେତା-ନିର୍ଦ୍ଦେଶକ ଶ୍ରୀନିବାସନଙ୍କ ଦେହାନ୍ତ ହୋଇଛି । ସ୍ୱାସ୍ଥ୍ୟଗତ ସମସ୍ୟା ହେତୁ ସେ କିଛି ଦିନ ହେବ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ...

ଟେଷ୍ଟ କ୍ରିକେଟ୍‌ରେ ଏମିତି ବିଶ୍ୱରେକର୍ଡ: ପୂର୍ବରୁ କେବେ ହୋଇ ନ ଥିଲା…

ମାଉଣ୍ଟ ମାଉଙ୍ଗାନୁଇ,୨୦।୧୨: ମାଉଣ୍ଟ ମାଉଙ୍ଗାନୁଇରେ ଖେଳାଯାଉଥିବା ନ୍ୟୁଜିଲାଣ୍ଡ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଟେଷ୍ଟ ଏକ ରୋମାଞ୍ଚକର ଘଟଣା ପାଲଟିଛି। ଆୟୋଜକ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଦିନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri