Posted inଖେଳ

ପାଣ୍ଡ୍ୟା ଟି୨୦, ଧାଓ୍ବନ ଦିନିକିଆ ଅଧିନାୟକ

ଆଡିଲେଡ୍‌, ୩୧ା୧୦: ନ୍ୟୁଜିଲାଣ୍ଡ ଟୁର୍‌ ପାଇଁ ସୋମବାର ଭାରତୀୟ କ୍ରିକେଟ ଦଳ ଘୋଷଣା କରାଯାଇଛି। ସେଠାରେ ନଭେମ୍ବର ୧୮ରୁ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଟି୨୦ ସିରିଜ ପାଇଁ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଅଧିନାୟକ ମନୋନୀତ କରାଯାଇଛି। ‘ଓ୍ବାର୍କଲୋଡ୍‌ ମ୍ୟାନେଜମେଣ୍ଟ ଅଫ୍‌ ପ୍ଲେୟର୍ସ’ର ଅଂଶ ବିଶେଷ ସ୍ବରୂପ ଓପନର କେ.ଏଲ୍‌ ରାହୁଲ ଓ ଦୀନେଶ କାର୍ତ୍ତିକଙ୍କୁ ବିଶ୍ରାମ ଦିଆଯାଇଛି। ନିୟମିତ ଅଧିନାୟକ ରୋହିତ ଶର୍ମା, ଷ୍ଟାର ବ୍ୟାଟର ବିରାଟ କୋହଲି ଓ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ମଧ୍ୟ ନ୍ୟୁଜିଲାଣ୍ଡ ଟୁର୍‌ରୁ ବିଶ୍ରାମ ଦିଆଯାଇଛି। ଅନ୍ୟପକ୍ଷରେ ଖେଳାଯିବାକୁଥିବା ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ ସିରିଜ ଲାଗି ଭେଟେରାନ ଶିଖର ଧାଓ୍ବନଙ୍କୁ ଅଧିନାୟକ କରାଯାଇଛି। ନ୍ୟୁଜିଲାଣ୍ଡ ଗସ୍ତରେ ଭାରତୀୟ ଦଳ ଅଲରାଉଣ୍ଡର ଶାହବାଜ ଅହମ୍ମଦ ଓ ଦ୍ରୁତ ବୋଲର ଉମରନ ମଲିକଙ୍କୁ ମଧ୍ୟ ସାମିଲ କରାଯାଇଛି। ଓ୍ବେଲିଂଟନରେ ଟି୨୦ ବିଶ୍ୱକପ୍‌ ଶେଷ ହେବାର ୪ ଦିନ ପରେ ନଭେମ୍ବର ୧୮ରେ ଟି୨୦ ସିରିଜ ଆରମ୍ଭ ହେବ। ଦ୍ୱିତୀୟ ମ୍ୟାଚ ନଭେମ୍ବର ୨୦ରେ ମାଉଣ୍ଟ ମଙ୍ଗାନୁଇଠାରେ ଏବଂ ତୃତୀୟ ମ୍ୟାଚ ନଭେମ୍ବର ୨୨ରେ ନାପିଏରଠାରେ ଖେଳାଯିବ। ଦିନିକିଆ ସିରିଜ ନଭେମ୍ବର ୨୫ (ଅକ୍‌ଲାଣ୍ଡ)ରୁ ଆରମ୍ଭ ହେବ। ଅନ୍ୟ ଦୁଇଟି ମ୍ୟାଚ ନଭେମ୍ବର ୨୭ (ହାମିଲଟନ) ଓ ନଭେମ୍ବର ୩୦ (ଖ୍ରିଷ୍ଟଚର୍ଚ୍ଚ)ରେ ଖେଳାଯିବ।

ନ୍ୟୁଜିଲାଣ୍ଡ ଟି୨୦ ସିରିଜ ପାଇଁ ଦଳ: ହାର୍ଦ୍ଦିକ ପାଣ୍ଡ୍ୟା (ଅଧିନାୟକ), ରିଷଭ ପନ୍ତ (ଉପଅଧିନାୟକ ଓ ଉଇକେଟକିପର), ଶୁବମନ ଗିଲ୍‌, ଇଶନ କିଶନ, ଦୀପକ ହୁଦା, ସୂର୍ଯ୍ୟକୁମାର ଯାଦବ, ଶ୍ରେୟାସ ଆୟାର, ସଞ୍ଜୁ ସାମ୍‌ସନ (ଉଇକେଟକିପର), ଡବ୍ଲ୍ୟୁ. ସୁନ୍ଦର, ୟୁଜବେନ୍ଦ୍ର ଚହଲ, କୁଲ୍‌ଦୀପ ଯାଦବ, ଅର୍ଶଦୀପ ସିଂ, ହର୍ଶଲ ପଟେଲ, ମହମ୍ମଦ ସିରାଜ, ଭୁବନେଶ୍ୱର କୁମାର, ଉମ୍‌ରାନ ମଲିକ।
ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜ ପାଇଁ ଦଳ: ଶିଖର ଧାଓ୍ବନ (ଅଧିନାୟକ), ରିଷଭ ପନ୍ତ (ଉପଅଧିନାୟକ ଓ ଉଇକେଟକିପର), ଶୁବମନ ଗିଲ୍‌, ଦୀପ ହୁଦା, ସୂର୍ଯ୍ୟକୁମାର ଯାଦବ, ଶ୍ରେୟସ ଆୟାର, ସଞ୍ଜୁ ସାମ୍‌ସନ (ଉଇକେଟକିପର) ଡବ୍ଲ୍ୟୁ. ସୁନ୍ଦର, ଶାର୍ଦ୍ଦୂଳ ଠାକୁର, ଶାହାବାଜ ଅହମଦ, ୟୁଜବେନ୍ଦ୍ର ଚହଲ, କୁଲଦୀପ ଯାଦବ, ଅର୍ଶଦୀପ ସିଂ, ଦୀପ ଚହର, କୁଲଦୀପ ସେନ ଓ ଉମରାନ ମଲିକ।


Enter your email to get our daily news in your inbox.

All Right Reserved By Dharitri.Com

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

‘ଫେକ ନ୍ୟୁଜ ଫେକ ଇଣ୍ଟଲିଜେନ୍ସ ଠାରୁ ମଧ୍ୟ ଖରାପ’: ହର୍ମୁଜକୁ ନିୟନ୍ତ୍ରଣ କରିବା ସମ୍ପର୍କରେ ଟ୍ରମ୍ପଙ୍କ ବୟାନ ଉପରେ ଇରାନର କଟାକ୍ଷ

ତେହରାନ,୧୩।୮: ଗୁରୁବାର ଇରାନର ବୈଦେଶିକ ମନ୍ତ୍ରୀ ସୈୟଦ ଆବାସ ଆରାଘଚି ଆମେରିକୀୟ ଗୁପ୍ତଚର ଉପରେ କଟାକ୍ଷ କରିଥିଲେ। ସେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହର୍ମୁଜ ପ୍ରଣାଳୀ…

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

Air Indiaର ସମସ୍ତ ପାଇଲଟଙ୍କର ହେବ ଡ୍ରଗ୍ସ ଟେଷ୍ଟ, ଜାଣନ୍ତୁ ଏହାର କାରଣ…

ନୂଆଦିଲ୍ଲୀ,୧୩।୮: ‘ମାରିଜୁଆନା ଘଟଣା’ ପରେ, ଏୟାର ଇଣ୍ଡିଆ ଏହାର ସମସ୍ତ ପାଇଲଟଙ୍କ ପାଇଁ ବାଧ୍ୟତାମୂଳକ ସ୍କ୍ରିନିଂ ନିର୍ଦ୍ଦେଶ ଦେଇଛି। ନିଷିଦ୍ଧ ପଦାର୍ଥ ଏବଂ ଔଷଧର ଯାଞ୍ଚ ନିୟମ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

ଗଭୀର ଅବପାତ ରୂପ ନେଲା ଲଘୁଚାପ, ସମୁଦ୍ର ଅଶାନ୍ତ, ଦୀଘା ବେଳାଭୂମିରେ ଲାଗିଲା…

ଭୋଗରାଇ,୧୩ା୮(ପ୍ରଦୀପ ଦାସ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ମୌସମୀ ସକ୍ରିୟ ସହ ଅବପାତ ହେବାରୁ ଉତ୍ତର ଓଡ଼ିଶା…

Sukhbir Badal: ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣର ହେବ ତଦନ୍ତ; ମୁଖ୍ୟମନ୍ତ୍ରୀ ଫଡନାଭିସ ଦେଲେ ବଡ଼ ନିର୍ଦ୍ଦେଶ

ମୁମ୍ବାଇ,୧୩।୮: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଅକାଳି ଦଳର ମୁଖ୍ୟ ଏବଂ ପୂର୍ବତନ ପଞ୍ଜାବ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ହୋଇଥିବା ଆକ୍ରମଣର ତଦନ୍ତ ନିର୍ଦ୍ଦେଶ…

ଗାତରେ ପଡ଼ିଗଲା ହାତୀଛୁଆ, ଜଗି ରହି ଚିତ୍କାର କରୁଥିଲା ମା’, ଆଉ ତା’ ପରେ…

ସୁନ୍ଦରଗଡ଼,୧୩ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ ହମିରପୁର ପଞ୍ଚାୟତର ଗୋପପୁର ଜଙ୍ଗଲରେ ଗାତରେ ପଡ଼ିଥିବା ଏକ ହାତୀଛୁଆକୁ ଗୁରୁବାର ସକାଳେ ଜଙ୍ଗଲ ବିଭାଗ ଦ୍ବାରା ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri