Posted inଖେଳ

ସବୁ ତାରକା ଫେଲ୍‌

ଲିଡ୍ସ,୨୫।୮ : ଲୋକେଶ ରାହୁଲ, ରୋହିତ ଶର୍ମା, ବିରାଟ କୋହଲି, ଚେତେଶ୍ୱର ପୂଜାରା, ଅଜିଙ୍କ୍ୟ ରାହାନେଙ୍କ ଭଳି ତାରକା ଖଚ୍ଚିତ ଭାରତୀୟ ବ୍ୟାଟିଂ ଲାଇନଅପ୍‌ ଫେଲ୍‌ ମାରିଛି। କେବଳ ଦୁଇ ବ୍ୟାଟ୍ସମ୍ୟାନଙ୍କୁ ଛାଡ଼ି ଦେଲେ ଦୁଇ ଅଙ୍କ ସ୍କୋର ଛୁଇଁ ପାରି ନ ଥିଲେ ଅନ୍ୟ କୌଣସି ଖେଳାଳି। ଫଳରେ ଇଂଲଣ୍ଡ ବିପକ୍ଷ ତୃତୀୟ ଟେଷ୍ଟର ପ୍ରଥମ ଇନିଂସରେ ମାତ୍ର ୭୮ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି ଟିମ୍‌ ଇଣ୍ଡିଆ।

ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବା ଭାରତୀୟ ଦଳକୁ ଆରମ୍ଭରୁ ୩ ଝଟ୍‌କା ଦେଇଥିଲେ ଇଂଲଣ୍ଡର ଅଭିଜ୍ଞ ପେସର ଜେମ୍ସ ଆଣ୍ଡରସନ। ଐତିହାସିକ ଲଡର୍‌ସ ଟେଷ୍ଟରେ ଶତକ ହାସଲ କରିଥିବା ରାହୁଲ ଖାତା ଖୋଲି ପାରି ନ ଥିଲେ। ପୂଜାରା ୧ ଓ ୭ ରନ୍‌ କରି ଆଉଟ୍‌ ହୋଇଥିଲେ ଅଧିନାୟକ କୋହଲି। ଏହାପରେ ସ୍ଥିତି ସମ୍ଭାଳିବାକୁ ଚେଷ୍ଟା କରିଥିଲେ ରୋହିତ ଓ ରାହାନେଙ୍କ ଯୋଡ଼ି। କିନ୍ତୁ କିଛି ଖାସ କରି ପାରି ନ ଥିଲେ ଦୁହେଁ। ରାହାନେ (୧୮)ଙ୍କ ପଛେ ପଛେ ଦଳର ସମସ୍ତ ବ୍ୟାଟ୍ସମ୍ୟାନ ପ୍ୟାଭିଲିୟନ ଫେରି ଯାଇଥିଲେ। କ୍ରିଜ୍‌ରେ ଦୀର୍ଘ ସମୟ ଧରି ଛିଡ଼ା ହୋଇଥିବା ରୋହିତ (୧୯) ମଧ୍ୟ ଫେଲ୍‌ ମାରିବାରୁ ଟିମ୍‌ ଇଣ୍ଡିଆ ୭୮ ରନ୍‌ରେ ସୀମିତ ରହିଛି। ଆଣ୍ଡରସନ ଏବଂ କ୍ରେଗ ଓଭରଟନ ୩ , ଓଲି ରବିନସନ ଓ ସାମ କୁରାନ ୨ ଉଇକେଟ ଲେଖାଏ ସଫଳତା ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ଚାନ୍ଦବାଲି ଲଜ୍ଜା: ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଏନେଇ ଉତ୍ତେଜନା ଦେଖାଯାଇଥିବା...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri