Posted inଖେଳ

ଶ୍ରୀଲଙ୍କା ଉପରେ ବିଜୟ ପରେ ପାକିସ୍ତାନକୁ ଫାଇଦା: ୩ନଂ ସ୍ଥାନକୁ ଉଠିଲା, ୪ର୍ଥରେ ଭାରତ

ଦୁବାଇ,୨୦।୭: ଗାଲେ ଟେଷ୍ଟରେ ବୁଧବାର ଶ୍ରୀଲଙ୍କାକୁ ପରାଜିତ କରିବା ପରେ ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପର ୩ନଂ ସ୍ଥାନରେ ପହଞ୍ଚି ଯାଇଛି ପାକିସ୍ତାନ। ଶ୍ରୀଲଙ୍କା ଦ୍ୱିତୀୟ ଇନିଂସରେ ଦେଇଥିବା ୩୪୨ ରନର ଟାର୍ଗେଟକୁ ପାକିସ୍ତାନ ଶେଷ ଦିନରେ ହାସଲ କରି ସିରିଜ୍‌ରେ ୧-୦ରେ ଆଗୁଆ ହୋଇଛି। ଏଥିସହ ଦଳ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ଖେଳିବାର ସମ୍ଭାବନା ବୃଦ୍ଧି ପାଇଛି।

ଶ୍ରୀଲଙ୍କାକୁ ୪ ଉଇକେଟରେ ପରାସ୍ତ କରିବା ପରେ ପାକିସ୍ତାନକୁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପର ପଏଣ୍ଟ ଟେବୁଲରେ ଫାଇଦା ମିଳିଛି। ଏହି ବିଜୟ ପରେ ଦଳ ୫୮.୩୩ ପ୍ରତିଶତ ସହ ତୃତୀୟ ସ୍ଥାନରେ ପହଞ୍ଚିଛି। ପାକିସ୍ତାନ ଉପରେ ଅଷ୍ଟ୍ରେଲିଆ ୭୦% ଓ ଦକ୍ଷିଣ ଆଫ୍ରିକା ୭୧.୪୩% ରହିଛନ୍ତି। ସେହିପରି ଅଷ୍ଟ୍ରେଲିଆକୁ ହରାଇ ତାଲିକାର ୩ୟ ସ୍ଥାନରେ ଥିବା ଶ୍ରୀଲଙ୍କା ଏହି ପରାଜୟ ସହ ୬ଷ୍ଠ ସ୍ଥାନକୁ ଖସି ଯାଇଛି। ଦଳର ବିଜୟ ପ୍ରତିଶତ ମାତ୍ର ୪୮.୧୫% ରହିଛି।

ପାକିସ୍ତାନର ବିଜୟ ପରେ ଭାରତ ଗୋଟିଏ ସ୍ଥାନ ଉପରକୁ ଉଠି ୪ର୍ଥ ସ୍ଥାନରେ ରହିଛି। ଭାରତର ବିଜୟ ପ୍ରତିଶତ ୫୨.୦୮% ଓ ୫ମ ସ୍ଥାନରେ ଥିବା ୱେଷ୍ଟଇଣ୍ଡିଜର ବିଜୟ ପ୍ରତିଶତ ୫୦% ରହିଛି। ଆଗାମୀ ଦିନରେ ପାକିସ୍ତାନ ଦ୍ୱିତୀୟ ଟେଷ୍ଟ ଜିତିଲେ ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକାର ନିକଟତର ହେବ। ସେହିପରି ଶ୍ରୀଲଙ୍କା ଯଦି ଦ୍ୱିତୀୟ ଟେଷ୍ଟ ଜିତେ ତେବେ ଦଳ ପୁଣିଥରେ ତୃତୀୟ ସ୍ଥାନ ହାସଲ କରିବାକୁ ସକ୍ଷମ ହେବ। ଅପରପକ୍ଷେ ପଏଣ୍ଟ ଟେବୁଲର ୭ମ ସ୍ଥାନରେ ଇଂଲଣ୍ଡ, ୮ମ ସ୍ଥାନରେ ନ୍ୟୁଜିଲ୍ୟାଣ୍ତ ଓ ୯ମ ସ୍ଥାନରେ ବାଂଲାଦେଶ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri