ବିଶ୍ୱକପ ଟ୍ରଫି ସହ ଭାରତ ପହଞ୍ଚିଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୪।୭: ଭାରତରେ ପହଞ୍ଚିଲା ବିଶ୍ୱ ବିଜେତା ଟିମ୍‌ ଇଣ୍ଡିଆ। ଟି ୨୦ ବିଶ୍ୱକପ ଟ୍ରଫି ସହ ଟିମ୍‌ ଇଣ୍ଡିଆ ବାର୍ବାଡୋସରୁ ଭାରତ ଫେରିଛି। ଏନେଇ ବିସିସିଆଇ ଏକ୍ସ ପୋଷ୍ଟ କରିଛି। ଟିମ୍‌ର ସମସ୍ତ ଖେଳାଳୀ ଟ୍ରଫି ସହ ଏକ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ବିସିସିଆଇ ‘ଇଟସ୍‌ ହୋମ୍‌ ’ ବୋଲି କହିଛି। ଭାରତୀୟ ଟିମ୍‌ ବିମାନରେ ୧୬ଘଣ୍ଟାର ଯାତ୍ରା କରି ସ୍ବଦେଶ ଫେରିଛନ୍ତି। ଏୟାର ଇଣ୍ଡିଆର ଏକ ସ୍ବତନ୍ତ୍ର ବିମାନରେ ତାଙ୍କୁ ଭାରତ ଅଣାଯାଇଛି।

 

ତେବେ ଦିଲ୍ଲୀ ବିମାନ ବନ୍ଦରରେ ଟିମ୍‌କୁ ଭବ୍ୟ ସ୍ବାଗତ କରାଯାଇଛି। ଟିମ ଇଣ୍ଡିଆ ଗୁରୁବାର ସକାଳ ୧୧ଟାରେ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିବେ। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବା ଏହାପରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବା ପରେ ଭାରତୀୟ କ୍ରିକେଟ ଦଳ ମୁମ୍ବାଇ ଅଭିମୁଖେ ଯାତ୍ରା କରିବ। ଏଠାରେ ଟିମ ଇଣ୍ଡିଆ ଖେଳାଳିମାନେ ପ୍ରାୟ ୧ କିଲୋମିଟର ପର୍ଯ୍ୟନ୍ତ ଏକ ଖୋଲା ବସ୍‌ରେ ବିଜୟ ପରେଡରେ ଅଂଶଗ୍ରହଣ କରିବେ। ଏହି ପ୍ୟାରେଡ ନରିମାନ ପଏଣ୍ଟରୁ ୱାନକେଡେ ଷ୍ଟାଡିୟମ ମଧ୍ୟରେ ଅନୁଷ୍ଠିତ ହେବ। ଏହା ପରେ ଭାରତୀୟ ଖେଳାଳିଙ୍କୁ ୧୨୫ କୋଟି ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯିବ।

Image


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ…

ପୁଣି ହନିମୁନରେ ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ପ୍ରେମିକ ସହ ମିଶି ରଚିଲେ ଦୁର୍ଘଟଣାର ନାଟକ

ଶ୍ରୀଗଙ୍ଗାନଗର,୫।୨: ରାଜସ୍ଥାନରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ଖବର ସାମ୍ନାକୁ ଆସିଛି। ଜଣେ ନବବିବାହିତ ଯୁବକଙ୍କୁ ତାଙ୍କ ସ୍ତ୍ରୀ ନିଜ ପ୍ରେମିକ ସହ ମିଶି ଅତି ନିର୍ମମ ଭାବେ…

‘ମୋଦି, ତୁମର କବର ଖୋଳାଯିବ’, କାହିଁକି ଏପରି ସ୍ଲୋଗାନ ଦେଉଛି କଂଗ୍ରେସ? ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ…

ନୂଆଦିଲ୍ଲୀ,୫।୨: ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିବୃତ୍ତିରେ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ସେ କହିଥିଲେ…

ଏସିଆନ ଶୁଟିଂରେ ଭରତର ଆଧିପତ୍ୟ ଜାରି: ସୁରୁଚି-ରାଣାଙ୍କୁ ମିଳିଲା ରୌପ୍ୟ

ନୂଆଦିଲ୍ଲୀ,୫ା୨: ଭାରତ ନୂଆଦିଲ୍ଲୀଠାରେ ଚାଲିଥିବା ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ନିଜ ଆଧିପତ୍ୟ ଜାରି ରଖିଛି। ବିଶ୍ୱ ଚାମ୍ପିୟନ ସମ୍ରାଟ ରାଣା ଓ ବିଶ୍ୱ କପ୍‌ ଫାଇନାଲ ବିଜେତା…

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି…

ଫେବୃୟାରୀ ୯ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି 

ଭୁବନେଶ୍ୱର,୫।୨: ଆସନ୍ତା ସୋମବାର ଫେବୃଆରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ…

ମେଘାଳୟରେ ଭୟଙ୍କର ଖଣି ବିସ୍ଫୋରଣ: ୧୬ ଶ୍ରମିକଙ୍କ ମୃତ୍ୟୁ, ଅନେକ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୫।୨: ମେଘାଳୟର ଏକ ବେଆଇନ ଖଣିରେ ବିସ୍ଫୋରଣ ଘଟି ୧୬ ଶ୍ରମିକ ମୃତ୍ୟୁବରଣ କରିଛନ୍ତି। ଗୁରୁବାର ସକାଳେ ଥାଙ୍ଗସ୍କୁ ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ଏବେ ମଧ୍ୟ…

ଭାରତର ଏହି ଧାବିକା ହେଲେ ସସ୍‌ପେଣ୍ଡ

ନୂଆଦିଲ୍ଲୀ,୫ା୨: ଡୋପ୍‌ ଟେଷ୍ଟକୁ ଏଡାଇ ଭାରତର ଲଙ୍ଗ ଡିଷ୍ଟାନ୍ସ ଧାବିକା ପୂଜା ଆତ୍ମାରାମ ଆଥଲେଟିକ୍ସ ଇଣ୍ଡିଗ୍ରିଟି ୟୁନିଟ୍‌ (ଏଆଇୟୁ) ଦ୍ୱାରା ସାମୟିକ ସସ୍‌ପେଣ୍ଡ ହୋଇଛନ୍ତି। ପୂଜା ୫୦୦୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri