Posted inଖେଳ

ଶୁକ୍ରବାର ନାଗପୁରରେ ଟିମ୍‌ ଇଣ୍ଡିଆ-ଅଷ୍ଟ୍ରେଲିଆ ଭେଟ, ବିଦର୍ଭ ଷ୍ଟାଡିୟମରେ ୬ ବର୍ଷ ଧରି ପରାଜିତ ହୋଇନି ଭାରତୀୟ ଦଳ…

ନୂଆଦିଲ୍ଲୀ, ୨୨।୯ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ତିନି ମ୍ୟାଚ୍‌ ବିଶିଷ୍ଟ ଟି -୨୦ ମ୍ୟାଚ ସିରିଜର ଦ୍ୱିତୀୟ ମ୍ୟାଚ ନାଗପୁରର ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଖେଳାଯିବ। ଶୁକ୍ରବାର (୨୩ସେପ୍ଟେମ୍ବର) ଟିମ ଇଣ୍ଡିଆ ଏହି ସିରିଜକୁ ବରାବର କରିବା ପାଇଁ ପଡ଼ିଆକୁ ଓହ୍ଲାଇବ। ପ୍ରଥମ ମ୍ୟାଚରେ ଚାରି ୱିକେଟରେ ଦଳକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ଯଦି ଭାରତୀୟ ଦଳ ଏହି ମ୍ୟାଚ ନ ଜିତେ ତେବେ ସିରିଜ ହାରିଯିବ। ବିଦର୍ଭ ଷ୍ଟାଡିୟମରେ ଭାରତର ରେକର୍ଡକୁ ଦେଖିଲେ ଜଣାଯାଏ ଯେ, ଘରୋଇ ଦଳ ଏହା ଗତ ୬ ବର୍ଷ ଧରି ଏଠାରେ ହାରିନାହିଁ ।

ପଞ୍ଚମ ଥର ପାଇଁ ବିଦର୍ଭ ଷ୍ଟାଡିୟମରେ ଟିମ ଇଣ୍ଡିଆ ଟି-୨୦ମ୍ୟାଚ ଖେଳିବ। ଦଳ ଶେଷ ଥର ପାଇଁ ୧୦ ନଭେମ୍ବର ୨୦୧୯ ରେ ବାଂଲାଦେଶ ବିପକ୍ଷରେ ବିଦର୍ଭ ଷ୍ଟାଡିୟମରେ ଖେଳିଥିଲା। ନାଗପୁରରେ ଏପର୍ଯ୍ୟନ୍ତ ଖେଳାଯାଇଥିବା ଚାରିଟି ଟି-୨୦ ମ୍ୟାଚରେ ଭାରତୀୟ ଦଳ ଦୁଇଟି ଜିତିଛି। ଏଥି ସହିତ ଦୁଇଟି ମ୍ୟାଚରେ ପରାଜୟର ସାମ୍ନା କରିବାକୁ ପଡିଛି। ଅଷ୍ଟ୍ରେଲିଆ ବିପକ୍ଷରେ ଦଳ ପ୍ରଥମ ଥର ପାଇଁ ଏଠାରେ ଟି-୨୦ ଖେଳିବ।

ନାଗପୁରର ବିଦର୍ଭ ଷ୍ଟାଡିୟମରେ ଭାରତର ଶେଷ ପରାଜୟ ୧୫ ମାର୍ଚ୍ଚ ୨୦୧୬ ରେ ହୋଇଥିଲା। ସେହି ପରାଜୟ ପରେ ଭାରତ ବିଦର୍ଭ ଷ୍ଟାଡିୟମରେ ଗୋଟିଏ ବି ମ୍ୟାଚ ହାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

୫ ଥର ଟାଇଟଲ ଜିତି ଇତିହାସ ରଚିଲେ ଗିଲ, ଏହି ତାଲିକାରେ କୋହଲିଙ୍କ ସ୍ଥାନ କେଉଁଠି? ଲିଷ୍ଟ ଦେଖିଲେ ଚମକିଯିବେ

ନୂଆଦିଲ୍ଲୀ,୧୩।୧୦: ଶୁଭମନ ଗିଲ ସର୍ବାଧିକ ଥର ‘ପ୍ଲେୟର ଅଫ ଦ ମନ୍ଥ’ ଟାଇଟଲ ଜିତିଥିବା ଭାରତୀୟ ଖେଳାଳି। ମଙ୍ଗଳବାର (ଅକ୍ଟୋବର ୧୩) ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC)…

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

ବେଆଇନ ଇଟାଭାଟି ଉଚ୍ଛେଦ ଆରମ୍ଭ: ଶ୍ରମିକଙ୍କ ଥଇଥାନକୁ ନେଇ ଉଠିଲା ପ୍ରଶ୍ନ

ନୀଳଗିରି, ୧୩।୧୦(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ କୁଳଡ଼ିହା ଅଭୟାରଣ୍ୟର ଇକୋ ସେନ୍ସିଟିଭ ଜୋନ୍‌ରେ ଥିବା ୧୩ଟି ବେଆଇନ ଇଟାଭାଟି ଉଚ୍ଛେଦ ପ୍ରକ୍ରିୟା…

ନଣଦେଇଙ୍କୁ ଭଲ ପାଉଥିଲେ ସ୍ତ୍ରୀ, ସ୍ବାମୀ ଜାଣିଲା ପରେ ଯାହା ଘଟିଲା, ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଗାଜିଆବାଦ,୧୩।୧୦: ଉତ୍ତରପ୍ରଦେଶର ଗାଜିଆବାଦ ଜିଲାରେ ସ୍ବାମୀଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର ରଚିଥିବା ଅଭିଯୋଗରେ ପୋଲିସ ମୃତକଙ୍କ ସ୍ତ୍ରୀ ଓ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ଖୋଡ଼ା…

ବ୍ରହ୍ମପୁର MKCGରେ ବିରଳ ଶିଶୁ ଜନ୍ମ ! ଦୁଇଟି ମୁଣ୍ଡ, ଗୋଟିଏ ଶରୀର

ବ୍ରହ୍ମପୁର,୧୩।୧୦(ସୁବାସ ଚନ୍ଦ୍ର ପାଢ଼ୀ ): ଏମକେସିଜି ମେଡିକାଲ କଲେଜ ଶିଶୁ ବିଭାଗରେ ଜଣେ ମହିଳା ଏକ ବିରଳ ଶିଶୁଙ୍କୁ ଜନ୍ମ ଦେଇଛନ୍ତି । ଛୁଆଙ୍କ ଦୁଇଟି ମୁଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?