Posted inଖେଳ

ବୋଲିଂରେ ରବି ବ୍ୟାଟିଂରେ ସୂର୍ଯ୍ୟ ଚମକିଲେ

କୋଲକାତା,୧୬।୨: ପ୍ରଥମେ ବୋଲରଙ୍କ ମାପଚୁପ ବୋଲିଂ ବଳରେ ଓ୍ବେଷ୍ଟଇଣ୍ଡିଜକୁ ୧୫୭/୭ରେ ରୋକି ଦେଇଥିଲା ଟିମ୍‌ ଇଣ୍ଡିଆ। ତା’ ପରେ ଅଧିନାୟକ ରୋହିତ ଶର୍ମା ଓ ସୂର୍ଯ୍ୟକୁମାର ଯାଦବଙ୍କ ବିସ୍ଫୋରକ ବ୍ୟାଟିଂ ପାଳି ଯୋଗୁ ଭାରତୀୟ ଦଳ ପ୍ରଥମ ଟି୨୦ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜକୁ ୬ ଉଇକେଟରେ ହରାଇ ଦେଇଛି। ଏହି ମ୍ୟାଚ୍‌ ଜରିଆରେ ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିଥିବା ଲେଗ୍‌ ସ୍ପିନର ରବି ବିଷ୍ଣୋଇ ଦୁଇ ଉଇକେଟ ନେଇଥିଲେ। ବିଜୟ ସହ ଭାରତୀୟ ଦଳ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ୧-୦ର ଅଗ୍ରଣୀ ହାସଲ କରିଛି। ପରବର୍ତ୍ତୀ ମ୍ୟାଚ୍‌ ଆସନ୍ତା ୧୮ ତାରିଖରେ ଇଡେନ ଗାର୍ଡେନ୍ସରେ ଖେଳାଯିବ।

୧୫୮ ରନ୍‌ର ଟାର୍ଗେଟ ନେଇ ଓହ୍ଲାଇଥିବା ଭାରତୀୟ ଦଳକୁ ବିସ୍ଫୋରକ ଆରମ୍ଭ ଦେଇଥିଲେ ଅଧିନାୟକ ରୋହିତ ଓ ଇଶାନ କିଷନଙ୍କ ଓପନିଂ ଯୋଡ଼ି। ଦୁହେଁ ୭.୨ ଓଭରରେ ୬୪ ରନ୍‌ ଯୋଡ଼ିଥିଲେ। ପ୍ରଥମ ବ୍ୟାଟର ଭାବେ ଆଉଟ୍‌ ରୋହିତ ୧୯ ବଲରେ ଖେଳିଥିଲେ ୪୦ ରନ୍‌ର ପାଳି। ତାଙ୍କ ଇନିଂସରେ ସାମିଲ ଥିଲା ୪ ଚୌକା ଓ ୩ ଛକା। ତା’ ପରେ କ୍ରମାଗତ ବ୍ୟବଧାନରେ କିଷନ ୩୫ (୪ ଚୌକା), ବିରାଟ କୋହଲି (୧୭) ଓ ରିଷଭ ପନ୍ତ (୮)ଙ୍କ ଉଇକେଟ ହରାଇଥିଲା ଭାରତ। ଏହାସତ୍ତ୍ୱେ ଘରୋଇ ଦଳ ମ୍ୟାଚ୍‌ରେ ଶେଷ ପର୍ଯ୍ୟନ୍ତ ଆଗୁଆ ରହିଥିଲା। ସୂର୍ଯ୍ୟକୁମାର ଯାଦବ (୩୪ ରନ୍‌) ଓ ଭେଙ୍କଟଶ ଆୟାର(୨୪)  ୧୮.୫ ଓଭରରେ  ୪ ଉଇକେଟ ହରାଇ ୧୬୨ ରନ୍‌ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri