୧୭ ବର୍ଷର ରେକର୍ଡ ଭାଙ୍ଗିଲା ଟିମ୍‌ ଇଣ୍ଡିଆ, ବଢ଼ିଲା ବିଶ଼୍ବକପ୍‌ର ଆଶା

ନୂଆଦିଲ୍ଲୀ, ୨୩।୬: ଟି-୨୦ ବିଶ଼୍ବକପ୍‌ ଟାଇଟଲ ହାତେଇବା ଆଶା ଏବେ ଟିମ୍‌ ଇଣ୍ଡିଆର ବଢ଼ିଛି । କାରଣ ଟିମ୍‌ ଇଣ୍ଡିଆର ପ୍ରଦର୍ଶନ ଜବରଦସ୍ତ ରହିଛି । ଗୋଟିଏ ମ୍ୟାଚ୍‌ରେ ସର୍ବାଧିକ ଛକ୍କା ମାରି ୧୭ ବର୍ଷର ରେକର୍ଡ ଭାଙ୍ଗିଛି ଦଳ । ବଂଲାଦେଶ ବିପକ୍ଷ ମ୍ୟାଚ୍‌ରେ ଛକ୍କା ବର୍ଷା ଦେଖିବାକୁ ମିଳିଥିଲା । ଏହି ମ୍ୟାଚ୍‌ରେ ୨୦୦୭ ଟି-୨୦ ବିଶ଼୍ବ କପ୍‌ରେ ମାରିଥିବା ସବୁଠାରୁ ଅଧିକ ଛକ୍କାର ରେକର୍ଡ ଭାଙ୍ଗିଛି ।

୨୦୦୭ ମସିହାରେ ଟି-୨୦ ବିଶ଼୍ବ କପ୍‌ରେ ଇଂଲଣ୍ଡ ବିପକ୍ଷରେ ଡବରନ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୧୧ ଛକ୍କା ମାରି ରେକର୍ଡ କରିଥିଲା । ଗତକାଲି ପର୍ଯ୍ୟନ୍ତ ଏହା ଟି-୨୦ ବିଶ଼୍ବକପ୍‌ରେ ସବୁଠାରୁ ଅଧିକ ଛକ୍କା ମାରିଥିବା ମ୍ୟାଚ୍‌ ରହିଥିଲା । କିନ୍ତୁ ବର୍ତ୍ତମାନ ଅର୍ଥାତ ୧୭ ବର୍ଷ ପରେ ଟିମ୍‌ ଇଣ୍ଡିଆ ନିଜ ରେକର୍ଡ ଭାଙ୍ଗି ନୂଆ ରେକର୍ଡ କରିଛି । ବାଂଲାଦେଶ ବିପକ୍ଷ ମ୍ୟାଚ୍‌ରେ ୧୩ ଛକ୍କା ମାରିଛି । ବଡ଼ କଥା ହେଉଛି କି ଯେଉଁ ବର୍ଷ ସର୍ବାଧିକ ଛକ୍କା ମାରି ରେକର୍ଡ କରିଥିଲା ଟିମ୍‌ ଇଣ୍ଡିଆ ସେହି ବର୍ଷ ଟ୍ରଫି ମଧ୍ୟ ହାତେଇ ଥିଲା । ତେବେ ଚଳିତ ଟୁର୍ଣ୍ଣାମେଣ୍ଟରେ ନୂଆ ରେକର୍ଡ ହୋଇଥିବାରୁ ଟ୍ରଫି ହାତେଇବା ନେଇ ଆଶା କରାଯାଉଛି ।

ସୂଚନା ଥାଉକି, ଗତକାଲି ଖେଳାଯାଇଥିବା ଭାରତ-ବାଂଲାଦେଶ ମ୍ୟାଚ୍‌ରେ ୫୦ ରନରେ ଜିତି କ୍ରମାଗତ ବିଜୟ ହାସଲ କରିଛି ଭାରତ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ବଳରେ ଦଳ ୨୦ ଓଭରରେ ୫ ୱିକେଟ୍‌ ହରାଇ ୧୯୬ ରନ୍‌ କରିଥିଲା।

ଜବାବରେ ବାଂଲାଦେଶ ୨୦ ଓଭରରେ ୮ ୱିକେଟ୍‌ ହରାଇ ୧୪୬ ରନ୍‌ କରିଥିଲା। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ପକ୍ଷରୁ ରୋହିତ ଶର୍ମା(୨୩) ଓ ବିରାଟ କୋହଲି(୩୭) ପ୍ରଥମ ୱିକେଟ୍‌ରେ ୩୯ ରନ୍‌ ଯୋଡିଥିଲେ। ୩ ନମ୍ବରରେ ବ୍ୟାଟିଂ କରିଥିବା ରିଷଭ ପନ୍ତ ୩୬ ରନ୍‌ କରିଥିଲେ। ଶିବମ ଦୁବେ କ୍ରିଜ୍‌ରେ ଯୋଗ ଦେଇ୨୪ ବଲ୍‌ରୁ ୩୪ ରନ୍‌ କରି ଆଉଟ ହୋଇଥିଲେ।

ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା୨୭ ବଲ୍‌ ଖେଳି ୫୦ ରନ୍‌ କରିବା ସହ ଶେଷ ଯାଏ ଅପରାଜିତ ରହିଥିଲେ। ହାର୍ଦ୍ଦିକଙ୍କ ଇନିଂସରେ ୪ ଚୌକା ଓ ୩ ଛକା ସାମିଲ ଥିଲା। ବାଂଲାଦେଶ ପକ୍ଷରୁ ତାଞ୍ଜିମ ହସନ ଶକିବ ଓ ରିଶଦ ହୋସେନ୍‌ ୨ଟି ଲେଖାଏ, ଶାକିବ ଅଲ ହସନ ଗୋଟିଏ ୱିକେଟ୍‌ ନେଇଥିଲେ। ୧୯୭ ରନ୍‌ ଲକ୍ଷ୍ୟରେ ବାଂଲାଦେଶ ପ୍ରଥମ ୪ ଓଭରରେ ୩୫ ରନ୍‌ କରିଥିଲା।

ବାଂଲାଦେଶ ପକ୍ଷରୁ ଅଧିନାୟକ ନଜମୁଲ ହୋସେନ ଶନ୍ତୋ ୪୦, ତାଞ୍ଜିଦ ହସନ ୨୯ ଓ ରିଶଦ ହୋସେନ ୨୪ ରନ୍‌ କରିଥିଲେ। କୁଲଦୀପ ଯାଦବଙ୍କ ସ୍ପିନ ଯାଦୁ ଦେଖିବାକୁ ମିଳିଥିଲା। ମାତ୍ର ୧୯ ରନ୍‌ ଦେଇ କୁଲଦୀପ ୩ ବାଂଲାଦେଶୀ ବ୍ୟାଟରଙ୍କୁ ଆଉଟ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଯଶପ୍ରୀତ ବୁମ୍‌ରା ଓ ଅର୍ଶଦୀପ ସିଂ ଦୁଇଟି ଲେଖାଏ, ହାର୍ଦ୍ଦିକ ପାଣ୍ଡ୍ୟା ଗୋଟିଏ ୱିକେଟ୍‌ ନେଇଥିଲେ। ଅଲରାଉଣ୍ଡ ପ୍ରଦର୍ଶନ ପାଇଁ ହାର୍ଦ୍ଦିକଙ୍କୁ ପ୍ଲେୟର ଅଫ୍‌ ଦ ମ୍ୟାଚ୍‌ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri