Posted inଖେଳ

ସିରିଜ ପୋଛିନେବା ପରେ ଏମିତି କହିଲେ ଅଧିନାୟକ ଧାଓ୍ବନ

ପୋର୍ଟ ଅଫ୍‌ ସ୍ପେନ୍‌,୨୮।୭: ଶିଖର ଧାଓ୍ବନ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜକୁ କ୍ଲିନ୍‌ ସୁଇପ୍‌ କରିଛି। ବୁଧବାର ଖେଲାଯାଇଥିବା ତୃତୀୟ ତଥା ଅନ୍ତିମ ମୁକାବିଲାକୁ ୧୧୯ ରନ୍‌ରେ ଜିତି ସିରିଜକୁ ୩-୦ରେ ଜିତି ନେଇଥିଲା। ଏହି ବିଜୟ ପରେ ଅଧିନାୟକ ଧାଓ୍ବନ କହିଛନ୍ତି, ଆମର ଖେଳାଳି ଯୁବ ହେଲେ ହେଁ ଅନୁଭବୀ। ସିରିଜରେ ସେମାନେ ବେଶ ଭଲ ପ୍ରଦର୍ଶନ କରିଛନ୍ତି। ଖରାପ ସମୟରୁ ବାହାରିବା କଳା ତାଙ୍କୁ ଭଲଭାବେ ଜଣା। ପୁରା ଟିମ୍‌ ଭଲ ପ୍ରଦର୍ଶନ କରିବା ପ୍ରମୁଖ କଥା। ଯେଉଁଭଳି ଶ୍ରେୟସ ଏବଂ ଅନ୍ୟ ଖେଳାଳି ଖେଳିଲେ ତାହା ପ୍ରଶଂସନୀୟ ଥିଲା। ମୁଁ ଦଳର ବୋଲରଙ୍କୁ ନେଇ ଗର୍ବ କରେ। ଆମେ ସିରିଜ ଜିତିଥିଲେ ହେଁ ମ୍ୟାଚ୍‌ରେ ନିଜର ଶତ ପ୍ରତିଶତ ଦେବାକୁ ଚେଷ୍ଟା କରିଥିଲୁ। ପ୍ରାରମ୍ଭରେ ମହମ୍ମଦ ସିରାଜ ଦୁଇଟି ଉଇକେଟ ନେଇଥିଲେ। ସେମାନଙ୍କ ବ୍ୟତିତ ଅକ୍ଷର, ଚହଲ, ଶାର୍ଦ୍ଦୁଳ ଆଦିଙ୍କୁ ବିଜୟର ଶ୍ରେୟ ଯାଉଛି।

ତେବେ ଧାଓ୍ବନ ତିନୋଟି ମ୍ୟାଚ୍‌ରେ ମୋଟ ୧୬୮ ରନ୍‌ କରିଥିଲେ। ଶୁଭମନ ଗିଲଙ୍କ ପରେ ସବୁଠାରୁ ଅଧିକ ରନ୍‌ କରିଥିବା ଖେଳାଳି ହେଉଛନ୍ତି ସେ। ଏବେ ଫର୍ମକୁ ଫେରିବା ଏବଂ ସିରିଜରେ ନିଜର ପ୍ରଦର୍ଶନକୁ ନେଇ ଧାଓ୍ବନ କହିଛନ୍ତି, ମୁଁ ନିଜ ଫର୍ମରେ ଖୁସି ଅଛି। କିଭଳି ୫୦କୁ ୧୦୦ କରିହେବ ତାହା ମୁଁ ଜାଣିଛି। ପ୍ରଥମ ମ୍ୟାଚ୍‌ରେ ୯୭ ରନ୍‌ କରିଥିଲି। ହେଲେ ଆଜି ବି ମୁଁ ଠିକ୍‌ ଥିଲା। ମୁଁ ଚ୍ୟାଲେଞ୍ଜ ନେଇ ରନ୍‌ ରେଟ୍‌ ଅଧିକ ରଖିବାକୁ ଚାହିଁଥିଲି। ହେଲେ ଉଇକେଟ ହରାଇଥିଲି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିକିତ୍ସାରେ ଅବହେଳା, ପ୍ରସୂତିଙ୍କ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରସ୍ଥିତ ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସାରେ ଅବହେଳା କରାଯାଇଥିବା ଯୋଗୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ ଘଟଣାକୁ ଜିଲାପାଳ ଆଦିତ୍ୟ ଗୋୟଲ ଗୁରୁତ୍ୱର…

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ ଅସୁସ୍ଥ, ମେଡିକାଲରେ ଭର୍ତ୍ତୀ

କଲ୍ୟାଣସିଂହପୁର,୪।୭(ଦୀପକ କୁମାର ପରିଡା): କଲ୍ୟାଣସିଂହପୁର ବ୍ଲକ ସୀମାନ୍ତ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ପଞ୍ଚାୟତ ଫୁକେର ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର…

ତାମିଲନାଡୁରୁ କେନ୍ଦୁଝର ଫେରିଲେ ୧୦ ଶ୍ରମିକ

କେନ୍ଦୁଝର,୨୭ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ରାଜ୍ୟ ତିରୁଭାଲ୍ଲୁର ଜିଲା ଅନ୍ତର୍ଗତ ପେରୀୟାପାଲ୍ୟମ ଅଞ୍ଚଳରେ ଥିବା ସାମୁଦ୍ରିକ ଖାଦ୍ୟ (ଚିଙ୍ଗୁଡି) ପ୍ରକ୍ରିୟାକରଣ କାରଖାନାରେ ଆମୋନିଆ ଗ୍ୟାସ୍‌ ଲିକ୍‌ ହୋଇ…

ଜିଲାପାଳଙ୍କୁ ଦାବିପତ୍ର ପରେ ପ୍ରଶାସନ ତତ୍ପର: ଅବକାରୀ ବିଭାଗର ବଡ଼ଧରଣର ଚଢ଼ାଉ, ୪ ଅଭିଯୁକ୍ତଙ୍କ ନାଁରେ ମାମଲା

ଥୁଆମୂଳ ରାମପୁର,୪ା୭(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଲନାଗୀ ପଞ୍ଚାୟତରେ ବେଆଇନ ମଦ କାରବାର ଯୋଗୁ ସ୍ଥାନୀୟ ଅଞ୍ଚଳରେ ଆର୍ଥିକ ଓ ସାମାଜିକ ସ୍ଥିତି ବିଗିଡ଼ିବା…

ଚାଉଳିଆଗଞ୍ଜ ଆଇଆଇସିଙ୍କ ଆତ୍ମହତ୍ୟା ନେଇ ଆସିଲା ସ୍ବାମୀଙ୍କ ବୟାନ, କହିଲେ କଥାବାର୍ତ୍ତାରେ ସେମିତି କିଛି…

କଟକ,୪ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାକୁ ନେଇ ସ୍ବାମୀଙ୍କ ବୟାନ ସାମ୍ନାକୁ ଆସିଛି। ସେ କହିଛନ୍ତି, ଶୁକ୍ରବାର ରାତି ୧୦ଟା ୨୫ରେ ସ୍ତ୍ରୀଙ୍କ…

କୋଚିଳା ନଦୀ ବନ୍ଧ ଧସିଲା, ଭୟରେ ଅଞ୍ଚଳବାସୀ

ଧାମନଗର,୪।୭(ସନ୍ତୋଷ କୁମାର ମହାପାତ୍ର): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ସକ୍ରିୟ ହେବାରେ ଲାଗିଛି। ଏନେଇ ରାଜ୍ୟରେ…

ଓ୍ବାଟର ସର୍ଭିସ ସେଣ୍ଟରରୁ ଚୋରି: ପିକ୍‌ଅପ୍‌ ଜବତ, ପୋଲିସ ୨ ଜଣଙ୍କୁ ଗିରଫ କରି…

ଦାରିଙ୍ଗବାଡ଼ି,୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡ଼ି ପଞ୍ଚାୟତ କାରିପାଙ୍ଗା ଗ୍ରାମର ଅରୁଣ ପ୍ରଧାନଙ୍କ ଓ୍ବାଟର ସର୍ଭିସ ସେଣ୍ଟରରୁ ଚୋରି ଘଟଣାରେ ପୋଲିସକୁ ମିଳିଛି ବଡ଼…

ପୁରୀରୁ କୋରାପୁଟକୁ ଗଡ଼ିବ ସ୍ବତନ୍ତ୍ର ଟ୍ରେନ୍‌, ନୋଟସ ଜାରି କରି ପୂର୍ବତଟ ରେଳ ବିଭାଗ କହିଲା ଆସନ୍ତା…

କୋରାପୁଟ,୪ା୭(ଅମିତାଭ ବେହେରା): ଦୀର୍ଘଦିନର ଅପେକ୍ଷାର ଅନ୍ତ ଘଟାଇ ଆସନ୍ତା ୬ ଜୁଲାଇରେ ପୁରୀ-କୋରାପୁଟ ତ୍ରି-ସାପ୍ତାହିକ ଏକ୍ସପ୍ରେସର ଉଦ୍‌ଘାଟନୀ ଯାତ୍ରା ଆରମ୍ଭ ହେବ। ଏହି ଅବସରରେ ୦୮୪୦୯ ପୁରୀ-କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri