Posted inଖେଳ

ଶାମିଙ୍କ ହାତ ଚୁମିଲେ ଅଶ୍ୱିନ, ଟିମ୍‌ରେ ନ ଥାଇ ବି ପହଞ୍ଚିଲେ ଚହଲ; କିଛି ଏଭଳି ଢଙ୍ଗରେ…

ନୂଆଦିଲ୍ଲୀ,୧୭।୧୧: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ସେମିଫାଇନାଲ ମୁକାବିଲାରେ ଜବରଦସ୍ତ ବୋଲିଂ ପ୍ରଦର୍ଶନ କରିଥିଲେ ମହମ୍ମଦ ଶାମି। ସେହିଭଳି ବ୍ୟାଟିଂରେ ବିରାଟ କୋହଲି ନିଜର ୫୦ତମ ଦିନିକିଆ ଶତକ ସହ ମହାନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିଥିଲେ। ଗୋଟିଏ ପଟେ ଖେଳାଳିଙ୍କ ଉପଲବ୍ଧି ଏବଂ ଅନ୍ୟପକ୍ଷେ ଦଳ ଫାଇନାଲକୁ ପ୍ରବେଶ କରିଥିବାରୁ ସମସ୍ତେ ଖୁସିରେ ବିଭୋର ହୋଇଛନ୍ତି। ଭାରତୀୟ ଡ୍ରେସିଂ ରୁମ୍‌ରେ ମଧ୍ୟ ଜୋରଦାର ସେଲିବ୍ରେଶନ କରାଯାଇଛି। ଏହାର ଭିଡିଓ ବିସିସିଆଇ ଶେୟାର କରିଛି।

ଭିଡିଓରେ କୋହଲି ଏବଂ ଶାମିଙ୍କୁ ସମସ୍ତେ ଶୁଭେଚ୍ଛା ଜଣାଉଥିବା ଦେଖାଯାଇଛି। ଏହି ସମୟରେ ରବିଚନ୍ଦ୍ରନ ଅଶ୍ୱିନ ବୋଲିଂ ଷ୍ଟାର ଶାମିଙ୍କ ହାତକୁ ଚୁମୁଥିବା ଦେଖାଯାଉଛି। ସେହିଭଳି ଦଳରେ ସାମିଲ ହୋଇ ନ ଥିଲେ ହେଁ ଭାରତୀୟ କ୍ରିକେଟର ୟୁଜବେନ୍ଦ୍ର ଚହଲ ମଧ୍ୟ ସେଠାରେ ପହଞ୍ଚି ଖେଳାଳିମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହାଛଡ଼ା କୋହଲି ଏବଂ ବିରାଟ ମଧ୍ୟ ପରସ୍ପରକୁ ଆଲିଙ୍ଗନ କରି ଖୁସିବ୍ୟକ୍ତ କରୁଥିବା ନଜର ଆସିଛି।

କହିରଖୁଛୁ, ଭାରତ ନ୍ୟୁଜିଲାଣ୍ଡ ବିପକ୍ଷରେ ୩୯୭ ରନ୍‌ର ବିଶାଳ ସ୍କୋର କରିଥିଲା। ଏହାପରେ ଲକ୍ଷ୍ୟର ପିଛା କରି ନ୍ୟୁଜିଲାଣ୍ଡ ଟିମ୍‌ ୩୨୭ ରନ୍‌ କରିବାରେ ସଫଳ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri