Posted inଖେଳ

ଭାରତୀୟ ଦଳ ଘୋଷଣା,କୋହଲିଙ୍କୁ ବିଶ୍ରାମ

ନୂଆଦିଲ୍ଲୀ,୬।୭: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଅଧିନାୟକ ଭାବରେ ଶିଖର ଧାୱନ ଏବଂ ଉପଅଧିନାୟକ ଭାବରେ ରବିନ୍ଦ୍ର ଜାଡେଜା ନିଯୁକ୍ତ ହୋଇଛନ୍ତି। ବିରାଟ କୋହଲି, ରୋହିତ ଶର୍ମା, ଜଶପ୍ରୀତ ବୁମରା ଏବଂ ରିଷଭ ପନ୍ତଙ୍କୁ ବିଶ୍ରାମ ଦିଆଯାଇଛି। ଏହା ବ୍ୟତୀତ ଉମ୍ରାନ ମଲିକଙ୍କୁ ଦଳରେ ଚୟନ କରାଯାଇ ନାହିଁ। ୱେଷ୍ଟଇଣ୍ଡିଜ ଗସ୍ତରେ ଭାରତୀୟ ଦଳ ୩ଟି ଦିନିକିଆ ଏବଂ ୫ ଟି-୨୦ ମ୍ୟାଚ ଖେଳିବ। ପ୍ରଥମ ଦିନକିଆ ମ୍ୟାଚ ଜୁଲାଇ ୨୨ରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯିବ। ଉମ୍ରାନଙ୍କୁ ଦିନିକିଆ ଦଳରେ ସ୍ଥାନ ଦିଆଯାଇ ନାହିଁ, ଅନ୍ୟପକ୍ଷରେ ଅର୍ଶଦୀପ ସିଂ ତାଙ୍କ ସ୍ଥାନ ବଜାୟ ରଖିବାରେ ସଫଳ ହୋଇଛନ୍ତି।
୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପରେ ଭାରତୀୟ ଦଳ ୱେଷ୍ଟଇଣ୍ଡିଜ ବିପକ୍ଷରେ ୫ ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜ ଖେଳିବ। ଭାରତର ଦିନିକିଆ ଦଳରେ ଅର୍ଶଦୀପ ସିଂ, ସଞ୍ଜୁ ସାମସନ, ଦୀପକ ହୁଦା ଏବଂ ଶୁଭମନ ଗିଲଙ୍କ ଭଳି ତାରକାଙ୍କୁ ସୁଯୋଗ ଦିଆଯାଇଛି। କିନ୍ତୁ ଆଶ୍ଚର୍ଯ୍ୟର କଥା ହେଉଛି ଭାରତୀୟ ଦ୍ରୁତ ବୋଲର ଉମ୍ରାନଙ୍କୁ ଦିନିକିଆ ଦଳରେ ସାମିଲ କରାଯାଇ ନାହିଁ।

ଭାରତୀୟ ଦିନିକିଆ ଦଳ
ଶିଖର ଧାୱନ (ଅଧିନାୟକ), ରବିନ୍ଦ୍ର ଜାଡେଜା (ଉପ-ଅଧିନାୟକ), ରୁତୁରାଜ ଗାଇକ୍ୱାଡ, ଶୁଭମନ ଗିଲ, ଦୀପକ ହୁଦା, ସୂର୍ଯ୍ୟକୁମାର ଯାଦବ, ଶ୍ରେୟସ ଆୟାର, ଇଶାନ କିଶନ (ଉଇକେଟ୍‌କିପର), ସଞ୍ଜୁ ସାମସନ (ଉଇକେଟ୍‌କିପର), ଶାର୍ଦୁଲ ଠାକୁର, ୟୁଜବେନ୍ଦ୍ର ଚହଲ, ଆବେଶ ଖାନ, ପ୍ରସିଦ୍ଧ କ୍ରିଷ୍ଣା, ମହମ୍ମଦ ସିରାଜ, ଅର୍ଶଦୀପ ସିଂ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri