Posted inଖେଳ

ଟିମ୍‌ ଇଣ୍ଡିଆକୁ ମିଳିଲା ୧୨୫ କୋଟି ଟଙ୍କା ପୁରସ୍କାର: ଭାଷଣରେ ଭାବପ୍ରବଣ ହେଲେ କୋହଲି

ମୁମ୍ବାଇ,୪ା୭: ଟି୨୦ କ୍ରିକେଟ ବିଶ୍ୱକପ୍‌ ବିଜେତା ଭାରତୀୟ ଦଳ ଗୁରୁବାର ପହଞ୍ଚିବା ପରେ ମୁମ୍ବାଇରେ ବିଜୟ ପରେଡ୍‌ ହୋଇଥିଲା। ପରେ ଓ୍ବାଙ୍ଖଡେ ଷ୍ଟାଡିୟମରେ ରୋହିତ ଶର୍ମାଙ୍କ ଦଳକୁ ୧୨୫ କୋଟି ଟଙ୍କାର ଚେକ୍‌ ଦିଆଯାଇ ସମ୍ବର୍ଦ୍ଧିତ କରା ଯାଇଥିଲା।

ଭାରତୀୟ ଖେଳାଳିମାନେ ଏକ ଖୋଲା ଛାତ ବସ୍‌ରେ ନରିମାନ ପଏଣ୍ଟରୁ ଷ୍ଟାଡିୟମ ଯାଏ ଯାତ୍ରା କରିଥିଲେ। ଅପରାହ୍ନ ୫ଟାରେ ଏହି ବିଜୟ ପରେଡ୍‌ ହେବାର କାର୍ଯ୍ୟକ୍ରମ ରହିଥିଲା। ତେବେ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରି ଖେଳାଳିମାନେ ବିଳମ୍ବରେ ପହଞ୍ଚିବା କାରଣରୁ ସନ୍ଧ୍ୟା ୭.୩୦ ପରେ ଏହା ଆରମ୍ଭ ହୋଇଥିଲା। ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରି ଭାରତୀୟ ଦଳ ଅପରାହ୍ନ ୩.୪୨ ମିନିଟରେ ଦିଲ୍ଲୀ ଛାଡିଥିଲା। ଭାରତୀୟ ଖେଳାଳିଙ୍କ ଝଲକ ପାଇବା ପାଇଁ ମେରାଇନ୍‌ ଡ୍ରାଇଭ୍‌ର ସଡକ ଜନସମୁଦ୍ର ପାଲଟିଥିଲା। ଓ୍ବାଙ୍ଖଡେ ଷ୍ଟାଡିୟମ ସାଧାରଣ ଜନତାଙ୍କ ପାଇଁ ମୁକ୍ତ ବୋଲି ଘୋଷଣା କରାଯିବାର କିଛି ମିନିଟ ମଧ୍ୟରେ ଏହା ଭରି ଯାଇଥିଲା।

ଭାରତୀୟ ଖେଳାଳି ଭିସ୍ତାରା ବିମାନରେ ଛତ୍ରପତି ଶିବାଜୀ ମହାରାଜ ବିମାନ ବନ୍ଦରରେ ପହଞ୍ଚିବା ପରେ ସେମାନଙ୍କୁ ପ୍ରଥମେ ଓ୍ବାଟର ସାଲ୍ୟୁଟ ମିଳିଥିଲା। ଟର୍ମିନାଲ-୨ ଦେଇ ଭାରତୀୟ ଖେଳାଳି ବାହାରକୁ ଆସିବା ସହ ନରିମାନ ପଏଣ୍ଟରୁ ଖୋଲା ବସ୍‌ରେ ଚଢିଥିଲେ। ତୁହାକୁ ତୁହା ବର୍ଷା ଓ ଅସହ୍ୟ ଗୁଳୁଗୁଳି ସତ୍ତ୍ୱେ କ୍ରିକେଟ ଫ୍ୟାନ୍‌ଙ୍କ ମଧ୍ୟରେ ଅଫୁରନ୍ତ ଉତ୍ସାହ ଦେଖିବାକୁ ମିଳିଥିଲା। ଷ୍ଟାଡିୟମରେ ମଧ୍ୟ ଜଣେ ବି ଦର୍ଶକ ନିଜ ସ୍ଥାନ ଛାଡି ନ ଥିବା ଦେଖିବାକୁ ମିଳିଥିଲା। ଘଣ୍ଟା ଘଣ୍ଟା ଧରି ବିନା ଖାଦ୍ୟ ଓ ପାଣିରେ ବସିବାକୁ ପଡିଥିଲେ ମଧ୍ୟ କେହି ବି ନିଜ ସ୍ଥାନ ଛାଡି ନ ଥିଲେ। ଷ୍ଟାଡିୟମରେ ଡିଜେ ତାଳରେ ଭାରତୀୟ ଦଳର ଖେଳାଳିମାନେ ରେନ୍‌ ଡ୍ୟାନ୍ସ କରିଥିଲେ। ଏହା ପରେ ବିରାଟ କୋହଲି, ରୋହିତ ଶର୍ମା ଏବଂ ଜସପ୍ରୀତ ବୁମ୍ରା ପ୍ରଶଂସକଙ୍କୁ ସମ୍ବୋଧିତ କରିଥିଲେ। ସମ୍ବୋଧିତ ବେଳେ କୋହଲି ଭାବପ୍ରବଣ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri