ଚହଲଙ୍କୁ ଏମିତି କହିଦେଲେ ମୋଦି, ହସି ଉଠିଲେ ସମସ୍ତ ଖେଳାଳି

ନୂଆଦିଲ୍ଲୀ, ୫।୭: ଟି-୨୦ ବିଶ଼୍ବକପ୍‌ ଜିତି ଟ୍ରଫି ସହ ଭାରତ ଫେରିଥିବା କ୍ରିକେଟ୍‌ ଦଳକୁ ଜୋରଦାର ସ଼୍ବାଗତ କରାଯାଇଥିଲା । ଏଥିସହିତ ପ୍ରଧାନମନ୍ତ୍ରୀ ମୋଦିଙ୍କ ସେମାନଙ୍କର ସାକ୍ଷାତ ମଧ୍ୟ ହୋଇଛି । ପ୍ରଧାନମନ୍ତ୍ରୀ ଖେଳାଳିମାନଙ୍କୁ ସମ୍ମାନିତ କରିବା ସହ ସେମାନଙ୍କ ସହ କଥାବାରର୍ତ୍ତା ହୋଇଥିଲେ । ସେମାନଙ୍କ ଅନୁଭବ କିପରି ଥିଲା ପଚାରି ବୁଝିଥିଲେ । ଏହି ସମୟରେ ସେ ବୋଲର ଚହଲଙ୍କ ସହ ହସ-ମଜାକ୍‌ କରୁଥିବା ଦେଖିବାକୁ ମିଳିଥିଲା । ପ୍ରଧାନମନ୍ତ୍ରୀଙ୍କ ପ୍ରଶ୍ନରେ ଚହଲ ହସି ହସି ଉତ୍ତର ଦେଉଥିବା ବେଳେ ସାଥୀ ଖେଳାଳିମାନେ ମଧ୍ୟ ହସିଥିଲେ ।

ପିଏମ୍‌ ଚହଲଙ୍କୁ କହିଥିଲେ ଯେ, ତୁମେ ଏତେ ସିରିୟସ୍‌ ଦେଖାଯାଉଛ । ଏହା ଶୁଣି ସମସ୍ତ ଖେଳାଳି ହସି ଥିଲେ । ଏହାପରେ ରୋହିତ ପିଚ୍‌ରୁ ମାଟି ଖାଇବାର କାରଣ କରିଥିଲେ । ସେ କହିଥିଲେ ଯେ ମ୍ୟାଚ୍‌କୁ ଚିର ଦିନ ପାଇଁ ନିଜ ସହିତ ରଖିବାକୁ ସେ ପିଚ୍‌ରୁ ମାଟି ଖାଇଥିଲେ ।

ଫାଇନାଲ୍‌ ଦିନ କାମ ସହିତ ମ୍ୟାଚ୍‌ ଦେଖିବା ତାଙ୍କ ପାଇଁ ମୁସ୍କିଲ୍‌ ଥିଲା ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ଅନ୍ୟପଟେ ଟିମ୍‌ ଇଣ୍ଡିଆର କୋଚ୍‌ ରାହୁଲ ଦ୍ରାବିଡ଼ ୧୯ ଡିସେମ଼୍ବର ୨୦୨୩ ରାତି କଥା ମନେ ପକାଇଥିଲେ । ସେ ସମୟରେ ଟିମ୍‌ ଇଣ୍ଡିଆର ମ୍ୟାଚ୍‌ ହାରି ଯାଇଥିବାରୁ ପିଏମ୍‌ ସେଠାରେ ପହଞ୍ଚି ସେମାନଙ୍କୁ ଆଶ଼୍ବାସନା ଦେଇଥିଲେ । କିନ୍ତୁ ଚଳିତ ଥର ସେ ଖୁସିର ସହିତ ପିଏମ୍‌ଙ୍କୁ ଭେଟିଛନ୍ତି ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri