Posted inଖେଳ

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଟେନସନ୍‌ରେ ପଡ଼ିଲେ ଗୌତମ ଗମ୍ଭୀର! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପୂର୍ବରୁ ଭାରତୀୟ ଦଳ ସାମ୍ନାରେ ଏକ ବଡ଼ ପ୍ରଶ୍ନ ଠିଆ ହୋଇଛି। ଅଭିଷେକ ଶର୍ମାଙ୍କ ସହ ଇନିଂସ ଓପନ କରିବେ କିଏ? ଅଭିଜ୍ଞ ସଞ୍ଜୁ ସାମସନ ନା ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ? ତିନିଜଣ ଖେଳାଳି ଦଳରେ ଥିବାରୁ ପ୍ଲେଇଂ ଇଲେଭେନ ବାଛିବା ଟିମ ମ୍ୟାନେଜମେଣ୍ଟ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ ହୋଇଛି।

ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ସେପ୍ଟେମ୍ବର ୧୩ରୁ ଆରମ୍ଭ ହେବ। ତିନୋଟି ମ୍ୟାଚ ଯଥାକ୍ରମେ ସେପ୍ଟେମ୍ବର ୧୩, ୧୫ ଓ ୧୭ ତାରିଖରେ ଦିଲ୍ଲୀରେ ଖେଳାଯିବ। ଏହି ସିରିଜ ପାଇଁ ଶ୍ରେୟସ ଆୟରଙ୍କୁ ଅଧିନାୟକ ଏବଂ ତିଳକ ବର୍ମାଙ୍କୁ ଉପଅଧିନାୟକ ଦାୟିତ୍ୱ ଦିଆଯାଇଛି। ଦଳରେ ଅଭିଷେକ ଶର୍ମା, ବୈଭବ ସୂର୍ଯ୍ୟବଂଶୀ ଓ ସଞ୍ଜୁ ସାମସନ ମଧ୍ୟ ରହିଛନ୍ତି।

ଭାରତୀୟ ଦଳ ପାଇଁ ଓପନିଂ ଯୋଡ଼ିକୁ ନେଇ ଏହି ଦ୍ୱନ୍ଦ୍ୱ ନୂଆ ନୁହେଁ। ଆଇପିଏଲ ୨୦୨୬ରେ ଦମଦାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ଭାରତୀୟ ଦଳରେ ସ୍ଥାନ ପାଇଥିଲେ। ରାଜସ୍ଥାନ ରୟାଲ୍ସ ପାଇଁ ସେ ୧୬ଟି ମ୍ୟାଚରେ ୭୭୬ ରନ ସଂଗ୍ରହ କରିଥିଲେ। ତାଙ୍କ ବ୍ୟାଟିଂ ଆଭେରେଜ ୪୮.୫୦ ଏବଂ ଷ୍ଟ୍ରାଇକ ରେଟ୍‌ ୨୩୭.୩୦ ରହିଥିଲା। ଏହି ସମୟରେ ସେ ମାତ୍ର ୩୭ ବଲ୍ରେ ୧୦୩ ରନର ବିସ୍ଫୋରକ ଇନିଂସ ମଧ୍ୟ ଖେଳିଥିଲେ।

ତଥାପି ଆରମ୍ଭରେ ଟିମ ମ୍ୟାନେଜମେଣ୍ଟ ଅଭିଜ୍ଞ ସଞ୍ଜୁ ସାମସନ ଓ ଅଭିଷେକ ଶର୍ମାଙ୍କ ଓପନିଂ ଯୋଡ଼ି ଉପରେ ଭରସା ରଖିଥିଲା। କିନ୍ତୁ ଇଂଲଣ୍ଡ ଗସ୍ତ ସମୟରେ ପରିସ୍ଥିତି ବଦଳିଗଲା। ସଞ୍ଜୁ ପ୍ରାରମ୍ଭିକ ମ୍ୟାଚଗୁଡ଼ିକରେ ବଡ଼ ଇନିଂସ ଖେଳିବାରେ ବିଫଳ ହେବା ପରେ ସୂର୍ଯ୍ୟବଂଶୀଙ୍କୁ ସୁଯୋଗ ଦେବା ପାଇଁ ଚାପ ବଢ଼ିଥିଲା।

ଏହାପରେ ସଞ୍ଜୁଙ୍କୁ ପ୍ଲେଇଂ ଇଲେଭେନ୍‌ରୁ ବାଦ ଦେଇ ଅଭିଷେକ ଶର୍ମା ଓ ବୈଭବ ସୂର୍ଯ୍ୟବଂଶୀଙ୍କ ଯୁବ ଏବଂ ଆକ୍ରମଣାତ୍ମକ ଯୋଡ଼ିକୁ ଓପନିଂ ପାଇଁ ସୁଯୋଗ ଦିଆଯାଇଥିଲା। ତେବେ ଟିମ ମ୍ୟାନେଜମେଣ୍ଟର ପରୀକ୍ଷଣ ସେଠାରେ ଅଟକି ନଥିଲା। ଶେଷ ଟି-୨୦ ମ୍ୟାଚ୍ରେ ପୁଣି ଓପନିଂ ଯୋଡ଼ିରେ ପରିବର୍ତ୍ତନ ଦେଖିବାକୁ ମିଳିଥିଲା। ଫଳରେ ଆଫଗାନିସ୍ତାନ ସିରିଜ ପୂର୍ବରୁ ଭାରତର ଓପନିଂ କମ୍ବିନେସନ୍‌କୁ ନେଇ ଦ୍ୱନ୍ଦ୍ୱ ଆହୁରି ବଢ଼ିଛି।
ଏବେ ଦେଖିବାକୁ ବାକି ରହିଲା, ଆଫଗାନିସ୍ତାନ ବିପକ୍ଷ ସିରିଜ୍‌ରେ ଟିମ ମ୍ୟାନେଜମେଣ୍ଟ ଅଭିଷେକ ଶର୍ମାଙ୍କ ସହ କାହାକୁ ଓପନିଂ ପାଇଁ ବାଛୁଛି ସଞ୍ଜୁ ସାମସନ ନା ବୈଭବ ସୂର୍ଯ୍ୟବଂଶୀ?

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୭୦୦ ରନ୍‌ କରିଲେ ବି ହାରିଯିବ ତିଳକ ବର୍ମାଙ୍କ ଦଳ! ବୈଭବଙ୍କ ଦଳ ହେବ ଚାମ୍ପିଅନ, ଜାଣନ୍ତୁ ରୋଚକ ନିୟମ

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଖେଳାଯାଉଛି। ସେପ୍ଟେମ୍ବର ୬ରୁ ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଆରମ୍ଭ…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବ୍ୟକ୍ତିଙ୍କ ମୃତ୍ୟୁ

ପାଟଣା, ୯।୯ (ବୀର କିଶୋର ଦାଶ): ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ ପଞ୍ଚାୟତର ମୂଷାନାଳି ଗ୍ରାମରେ ବିଦ୍ୟୁତ୍ ଆଘାତ ଲାଗି ବୁଧବାର ସକାଳେ ଦୟାନିଧି ମହାନ୍ତ (୪୮)ଙ୍କ…

ଭଦ୍ରକ-ଧାମରା ରେଳପଥ ଅବରୋଧ ଡିପିସିଏଲ୍‌ର ଅନ୍ୟାୟ: ଅନୀତି ବିରୋଧରେ ଜନଆକ୍ରୋଶ

ତିହିଡ଼ି, ୯।୯ (ସଞ୍ଜିତ ବଳ): ଭଦ୍ରକ-ଧାମରା ରେଳପଥର ତିହିଡ଼ି ବ୍ଲକ ଅଧୀନ ପୀରହାଟ ଥାନା ଅନ୍ତର୍ଗତ ଗୁରୁଦାସପୁରଠାରେ ବୁଧବାର ସକାଳଠାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

PM ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ: ନୀତିନ ନବୀନ କହିଲେ- ଅକ୍ଟୋବର ୨ରେ…

ନୂଆଦିଲ୍ଲୀ,୯।୯: ଭାରତୀୟ ଜନତା ପାର୍ଟି (BJP) ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ମାସରେ ‘ସେବା ସଂକଳ୍ପ ଅଭିଯାନ’…

BJP ଅଫିସ୍‌ରେ ଆତଙ୍କ! AC ତଳୁ ବାହାରିଲା ୫ ଫୁଟ୍‌ର କିଙ୍ଗ କୋବ୍ରା, ତା’ପରେ…

ସୀତାପୁର,୯।୯: ଉତ୍ତରପ୍ରଦେଶର ସୀତାପୁରରେ ବୁଧବାର ସକାଳେ BJP କାର୍ଯ୍ୟାଳୟରେ ଦେଖିବାକୁ ମିଳିଥିଲା ଆତଙ୍କଜନକ ଦୃଶ୍ୟ। କାର୍ଯ୍ୟାଳୟରେ ଥିବା କର୍ମଚାରୀମାନେ ପ୍ରାୟ ୫ ଫୁଟ ଲମ୍ବର ଏକ କିଙ୍ଗ…

ସ୍କୁଲରେ ତାଲା ପକାଇଲେ ଅଭିଭାବକ:ବାତ୍ୟା ଆଶ୍ରୟସ୍ଥଳୀରେ ପାଠପଢ଼ିଲେ ଛାତ୍ରୀଛାତ୍ର

ମହାକାଳପଡ଼ା,୯।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳବର୍ତ୍ତୀ ସୁନିତି ପଞ୍ଚାୟତ ଅନ୍ତର୍ଗତ ଓଲ୍ଡ ଫିଲ୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଭିଭାବକମାନେ ତାଲା ପକାଇବା ଘଟଣାକୁ…

ପ୍ରଧାନ ଶିକ୍ଷକଙ୍କ ବଦଳି ନିଷ୍ପତ୍ତି ପ୍ରତ୍ୟାହାର ଦାବି: ଧାରଣାରେ ବସିଲେ ଅଭିଭାବକ

ବରୀ,୯।୯(ମହେନ୍ଦ୍ର ସ୍ବାଇଁ):ସରକାର ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ ଉପରେ ଗୁରୁତ୍ୱ ଦେଉଥିବାବେଳେ ବରୀ ଶିକ୍ଷାମଣ୍ଡଳ ଅଧୀନସ୍ଥ କୃଷ୍ଣନଗର ପ୍ରାଥମିକ ବିଦ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ,…

ଏସିଆ କପ୍‌ ଚାଲିଥିବାବେଳେ ସ୍ମୃତି ମନ୍ଧାନାଙ୍କୁ ମିଳିଲା ବଡ଼ ଖୁସିଖବର

ନୂଆଦିଲ୍ଲୀ,୯।୯: ମହିଳା ଏସିଆ କପରେ ହଂକଂ ବିପକ୍ଷରେ ଏକ ଚମତ୍କାର ଶତକ ମାରିଥିବା ସ୍ମୃତି ମନ୍ଧାନା ICC T20 ରାଙ୍କିଙ୍ଗର ଶୀର୍ଷ ୫ରେ ସ୍ଥାନ ପାଇଛନ୍ତି। ହଂକଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri