Posted inଖେଳ

ହକି ବିଶ୍ୱକପ୍‌ରୁ ବିଦାୟ ନେଲା ଭାରତ

ଭୁବନେଶ୍ୱର,୨୨।୧(ବ୍ୟୁରୋ): ଭାରତ ୨୦୨୩ ହକି ବିଶ୍ୱକପ୍‌ରୁ ବିଦାୟ ନେଇଛି। କ୍ରସ୍‌ ଓଭର ମ୍ୟାଚ୍‌ରେ ଭାରତ ନ୍ୟୁଜିଲାଣ୍ଡଠାରୁ ପେନାଲଟି ସୁଟ୍‌ଆଉଟ୍‌ ପରାଜିତ ହୋଇଛି। ଫଳରେ ଭାରତର କ୍ୱାର୍ଟରଫାଇନାଲ ଖେଳିବା ଆଶା ମଉଳିଯାଇଛି। କଳିଙ୍ଗ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଆରମ୍ଭରୁ ଭାରତ ଭଲ ପ୍ରଦର୍ଶନ କରିଥିଲା। ପ୍ରଥମ କ୍ୱାର୍ଟରରେ କୌଣସି ଦଳ ଗୋଲ ଦେଇ ନ ଥିଲେ। ଦ୍ୱିତୀୟ କ୍ୱାର୍ଟରରେ ଲଳିତ ଉପାଧ୍ୟାୟ ଭାରତ ପାଇଁ ପ୍ରଥମ ଗୋଲ ସ୍କୋର କରି  ଦଳକୁ ୧-୦ ଗୋଲରେ ଆଗୁଆ କରାଇଥିଲେ। ୩ ମିନିଟ୍‌ ଭିତରେ ଭାରତର ପେନାଲଟି ଜରିଆରେ ଆଉ ଏକ ଗୋଲ ହୋଇଥିଲା। ଫଳରେ ଭାରତ ୨-୦ରେ ଆଗୁଆ ଥିଲା। ମ୍ୟାଚ୍‌ର ୨୮ ତମ ମିନିଟ୍‌ରେ ନ୍ୟୁଜିଲାଣ୍ଡ ପ୍ରଥମ ଗୋଲ କରିବାରେ ସକ୍ଷମ ହୋଇଥିଲା। ତୃତୀୟ କ୍ୱାର୍ଟରରେ ମଧ୍ୟ ଭାରତ ନ୍ୟୁଜିଲାଣ୍ଡ ଉପରେ ଭାରି ପଡିଥିଲା। ୪୦ତମ ମିନିଟ୍‌ରେ ବରୁଣ କୁମାର ଭାରତ ପାଇଁ ଆଉ ଗୋଲ କରି ଦଳକୁ ୩-୧ ଲିଡ୍‌ ଦେଇଥିଲେ। କିନ୍ତୁ ୪୩ ତମ ମିନିଟ୍‌ରେ ନ୍ୟୁଜିଲାଣ୍ଡ ପେନାଲଟି ଜରିଆରେ ଗୋଲ କରିଥିଲା। ଫଳରେ ନିର୍ଦ୍ଧାରିତ ସମୟରେ ଉଭୟ ଦଳ ୩-୩ ଗୋଲ କରିଥିଲେ।
ଏହାପରେ ପୋନାଲଟି ସୁଟ୍‌ଆଉଟ୍‌ର ସହାୟତା ନିଆଯାଇଥିଲା। ଏଥିରେ ଭାରତ ୪ଟି ଗୋଲ୍‌ ଦେଇଥିବାବେଳେ ନ୍ୟୁଜିଲାଣ୍ଡ ୫ଟି ଦେବାରେ ସକ୍ଷମ ହୋଇଥିଲା। ଫଳରେ ଭାରତକୁ ମ୍ୟାଚ୍‌ ହରାଇବାକୁ ପଡିଥିଲା।

Enter your email to get our daily news in your inbox.

All Right Reserved By Dharitri.Com

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

IMD ଡିଜିଙ୍କ ବଡ଼ ସୂଚନା; ଆହୁରି ୨ ଦିନ ଛେଚିବ ବର୍ଷା, ଆଜି ରାତିରେ ଦକ୍ଷିଣ ଓଡ଼ିଶାରେ ହେବ….

ଭୁବନେଶ୍ବର,୨୩ା୯: ଗଭୀର ଅବପାତର ଗତି ନେଇ ବଡ଼ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଗଭୀର ଅବପାତର ଗତି ମନ୍ଥର ରହିଛି, ସେଥିପାଇଁ ବର୍ଷାର…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

ଲଗାଣ ବର୍ଷା ନେଲା ଜୀବନ: ରେମୁଣାରେ ମାଟି କାନ୍ଥ ଭୁଷୁଡ଼ି ବାପା ମୃତ, ପୁଅ ଗୁରୁତର

ବାଲେଶ୍ୱର,୨୩ା୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରେମୁଣାରେ ବଡ଼ ଅଘଟଣ ଘଟିଯାଇଛି । ଖରିଦମୁଖୁରା ଗ୍ରାମରେ ମାଟି କାନ୍ଥ ଭୁଶୁଡ଼ି ପଡ଼ି ବାପାଙ୍କ ମୃତ୍ୟୁ…

କ୍ରିକେଟରେ ହଲଚଲ! ହଠାତ୍ ଇସ୍ତଫା ଦେଲେ କୋଚ୍, କାରଣ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୩ା୯: ଚାକିରି ବଦଳାଇବା ଏବେ ସାଧାରଣ କଥା। କିନ୍ତୁ କୌଣସି ଜାତୀୟ କ୍ରିକେଟ୍ ଦଳର କୋଚ୍ ଅନ୍ୟ ଏକ ଟିମ୍‌ରେ ଚାକିରି ପାଇଁ ଇସ୍ତଫା ଦେବା ନିଶ୍ଚିତ…

ଭାଙ୍ଗିଲା ପାଚେରି, ବିଦ୍ୟାଳୟ ଭିତରେ ପଶିଲା ଗାଁର ମଇଳା ପାଣି

ପାତ୍ରପୁର,୨୩ା୯(ଉମାଚରଣ ନେପାକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲା ପାତ୍ରପୁର ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ସହ ପନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?