Posted inଖେଳ

ବାରବାଟୀରେ ଟିମ ଇଣ୍ଡିଆ ଖେଳାଳି: ଅଭ୍ୟାସ ଦେଖିପାରିବେ ଦର୍ଶକ

କଟକ,୮।୧୨: ଓଡ଼ିଶାରେ ଏବେ କ୍ରିକେଟ୍‌ ଫିଭର ଚାଲିଛି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଏହାପୂର୍ବରୁ ଟିମ୍‌ ଇଣ୍ଡିଆର ଖେଳାଳିମାନେ କଟକର ବାରବାଟୀ ଷ୍ଟାଡିୟମରେ ପହଞ୍ଚିଛନ୍ତି। ଟିମ ଇଣ୍ଡିଆ ଖେଳାଳି ସ୍ବତନ୍ତ୍ର ବସ ଯୋଗେ ବାରବାଟୀରେ ପହଞ୍ଚିଛନ୍ତି। ବାରବାଟୀ ଷ୍ଟାଡିୟମରେ ୩ ଘଣ୍ଟା ଅଭ୍ୟାସ କରିବ ଟିମ ଇଣ୍ଡିଆ। ଦଳ ଅପରାହ୍ନ ୧.୩୦ରୁ ୪.୩୦ ଯାଏ ଅଭ୍ୟାସ କରିବ। ଗ୍ୟାଲେରୀ ନମ୍ବର ୬ ଓ ୭ରେ ଦର୍ଶକମାନେ ଅଭ୍ୟାସ ଦେଖି ପାରିବେ।
ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ହାର୍ଦ୍ଦିକ ପାଣ୍ଡ୍ୟା, ଯଶପ୍ରୀତ ବୁମରାଙ୍କ ଭଳି କିଛି ଭାରତୀୟ ଖେଳାଳି ପୂର୍ବରୁ ଆସିଥିବା ବେଳେ ରବିବାର ଦୁଇ ଦେଶର ପ୍ରାୟ ଖେଳାଳି ଭୁବନେଶ୍ୱରରେ ପହଞ୍ଚିଥିଲେ। ବିଶାଖାପାଟଣାଠାରେ ଦକ୍ଷିଣ ଆଫ୍ରିକା ବିପକ୍ଷ ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ଖେଳିଥିବା ତିଲକ ବର୍ମା, ଅର୍ଶଦୀପ ସିଂ, କୁଲଦୀପ ଯାଦବ, ହର୍ଷିତ ରାଣା, ଓ୍ବାଶିଂଟନ ସୁନ୍ଦରଙ୍କ ଭଳି ଖେଳାଳି ଆସିଛନ୍ତି। ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ସମେତ ଦଳର ସପୋର୍ଟ ଷ୍ଟାଫ ସଦସ୍ୟ ମଧ୍ୟ ପହଞ୍ଚିଥିଲେ। ସେହିଭଳି ଟେମ୍ବା ବଭୁମା, ଏଡେନ ମାରକ୍ରାମ, ଟ୍ରିଷ୍ଟାନ ଷ୍ଟବ୍ସ, ରିଜା ହେଣ୍ଡ୍ରିକ୍ସ, ମାର୍କୋ ଜାନସେନ, ମାଥ୍ୟୁ ବ୍ରିଜକେ, ଡଓ୍ବୋଲ୍ଡ ବ୍ରେଭିସ, କ୍ୱିଣ୍ଟନ ଡି କକ୍‌, କର୍ବିନ ବୋଶ୍ଚ, କେଶବ ମହାରାଜଙ୍କ ଭଳି ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ଦଳର ଖେଳାଳି ପହଞ୍ଚି ସାରିଛନ୍ତି।
ଦଳର ଖେଳାଳି ପ୍ରାୟ ଅପରାହ୍ନ ୨ଟା ୫୦ରେ ଏକ ସ୍ବତନ୍ତ୍ର ବିମାନ ଯୋଗେ ବିମାନ ବନ୍ଦରରେ ପହଞ୍ଚିଲେ। ଏହାପରେ ସେମାନଙ୍କୁ ଦୁଇଟି ସ୍ବତନ୍ତ୍ର ବସ ମାଧ୍ୟମରେ କଡ଼ା ସୁରକ୍ଷା ମଧ୍ୟରେ ହୋଟେଲ ମେଫେୟାରକୁ ନିଆଯାଇଥିଲା। ସେଠାରେ ମୟୂରଭଞ୍ଜର ପାରମ୍ପରିକ ସାନ୍ତାଳୀ ନୃତ୍ୟ, ବାଦ୍ୟ ଓ ଗୀତ ସହିତ ଫୁଲରେ ଖେଳାଳିଙ୍କୁ ସ୍ବାଗତ କରାଯାଇଥିଲା। ପରିବେଶ ପ୍ରକମ୍ପିତ ହୋଇଉଠିଥିଲା। ଏପରି କି ଦକ୍ଷିଣ ଆଫ୍ରିକୀୟ ଦଳର ଜଣେ ସଦସ୍ୟ ବାଦ୍ୟର ତାଳେ ତାଳେ ନାଚି ପରିବେଶର ଆନନ୍ଦ ନେଇଥିଲେ। ଖେଳାଳିଙ୍କୁ ସ୍ବାଗତ କରିବା ପାଇଁ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ସଭାପତି ପଙ୍କଜ ଲୋଚନ ମହାନ୍ତିଙ୍କ ସହ ଅନ୍ୟାନ୍ୟ ପଦାଧିକାରୀ ଉପସ୍ଥିତ ଥିଲେ। ଖେଳାଳିଙ୍କୁ ଦେଖିବା ପାଇଁ ଉଭୟ ହୋଟେଲ ଓ ବିମାନବନ୍ଦର ବାହାରେ କିଛି ପ୍ରଶଂସକ ଅପେକ୍ଷା କରି ରହିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ, ଜାଣନ୍ତୁ ଭାରତର ଏହି ଖେଳାଳି ଶୀର୍ଷରେ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?