Posted inଖେଳ

ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ ଦେବାକୁ ପଡ଼ିବ ବ୍ରୋନକୋ ଟେଷ୍ଟ: ବ୍ରୋନକୋ ଟେଷ୍ଟ କ’ଣ ଜାଣନ୍ତୁ…

ମୁମ୍ବାଇ,୨୧ା୮: ଭାରତୀୟ ଖେଳାଳିଙ୍କ ମଧ୍ୟରେ ଶୀର୍ଷସ୍ତରର ଫିଟ୍‌ନେସକୁ ବଜାୟ ରଖିବା ପାଇଁ ବିସିସିଆଇ ରଗବୀ କେନ୍ଦ୍ରୀୟ ବ୍ରୋନକୋ ଟେଷ୍ଟ ଆଣିବାକୁ ଯାଉଛି। ଏ ନେଇ ଏକ ଜାତୀୟ ଇଂରାଜୀ ଖବରକାଗଜରେ ଏକ ରିପୋର୍ଟ ପ୍ରକାଶ ପାଇଛି।

ଏହି ବ୍ରୋନକୋ ଟେଷ୍ଟରେ ୨୦, ୪୦ ଓ ୬୦ ମିଟିର ବିଶିଷ୍ଟ ଅନେକ ଶଟଲ ଦୌଡ଼ିବାକୁ ହୋଇଥାଏ। ରିପୋର୍ଟ ମୁତାବକ, ଭାରତୀୟ ଦଳର ଷ୍ଟ୍ରେନ୍ଥ ଓ କଣ୍ଡିଶନିଂ କୋଚ୍‌ ଆଡ୍ରିଆନ ଲେ ରକ୍ସ ବ୍ରୋନକୋ ଟେଷ୍ଟ ଲାଗି ପରାମର୍ଶ ଦେଇଥିଲେ। ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀର ଫିଟ୍‌ନେସ ଟେଷ୍ଟ ସମ୍ପର୍କରେ ତାଙ୍କ ସହ ଏକମତ ହୋଇଥିଲେ। ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ବେଳେ ଦେଖାଇଥିବା ଫିଟ୍‌ନେସ ସମସ୍ୟା କାରଣରୁ ଏହି ନିଷ୍ପତ୍ତି ନିଆଯାଇଛି।

ଖେଳାଳିଙ୍କ ଫିଟ୍‌ନେସ ପରୀକ୍ଷା କରିବା ଲାଗି ୟୋ-ୟୋ ଟେଷ୍ଟ ସହିତ ୨ କିମି ବିଶିଷ୍ଟ ରେସକୁ ଧାର୍ଯ୍ୟ ସମୟ ମଧ୍ୟରେ ଶେଷ କରିବାକୁ ଟାର୍ଗେଟ ଦିଆଯାଉଛି। ଉକ୍ତ ରିପୋର୍ଟ ମୁତାବକ, ଦଳର କିଛି ମୁଖ୍ୟ ଖେଳାଳିମାନେ ବେଙ୍ଗାଲୁରୁସ୍ଥିତ ବିସିସିଆଇର ସେଣ୍ଟର ଅଫ୍‌ ଏକ୍ସିଲେନ୍ସିରେ ବ୍ରୋନକୋ ଟେଷ୍ଟର ସମ୍ମୁଖୀନ ହୋଇସାରିଛନ୍ତି।

ଉଲ୍ଲେଖଯୋଗ୍ୟ ଯେ, ବ୍ରୋନକୋ ଟେଷ୍ଟ ୨୦ ମିଟର ଶଟଲ ରନ ସହ ଆରମ୍ଭ ହୋଇଥାଏ। ଏହାପରେ ୪୦ ଓ ୬୦ ଶଟଲ ରନ ଦୌଡ଼ିବାକୁ ହୁଏ। ଖେଳାଳିଙ୍କୁ ଏହି ଓ୍ବାର୍କ ଆଉଟ୍‌ର ୫ ସେଟ୍‌, ବିନା କୌଣସି ବ୍ରେକରେ ଏବଂ ୬ ମିନିଟ୍‌ ମଧ୍ୟରେ ଶେଷ କରିବାକୁ ଟାଗେର୍ଟ ଦିଆଯାଉଥିବା ରିପୋର୍ଟରେ ପ୍ରକାଶ ପାଇଛି। ଏଥିସହିତ ବୋଲରଙ୍କୁ ଜିମ୍‌ରେ ଅଧିକ ପରିଶ୍ରମ କରିବା ପରିବର୍ତ୍ତେ ଅଧିକ ଦୌଡ଼ିବାକୁ ପରାମର୍ଶ ଦିଆଯାଇଛି


Enter your email to get our daily news in your inbox.

All Right Reserved By Dharitri.Com

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri