Posted inଖେଳ

ବାରବାଟୀରେ ଅଭ୍ୟାସ କଲା ଟିମ୍‌ ଇଣ୍ଡିଆ

କଟକ,୮।୨: ଜାରି ରହିଛି ଭାରତ-ଇଂଲଣ୍ଡ ଦିନିକିଆ ସିରିଜ। ସିରିଜର ପ୍ରଥମ ମ୍ୟାଚରେ ଇଂଲଣ୍ଡକୁ ହରାଇ ଭାରତ ୧-୦ରେ ଆଗୁଆ ରହିଛି। ଫେବୃଆରୀ ୯ରେ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଦ୍ବିତୀୟ ଦିନିକିଆ ମ୍ୟାଚ୍‌। ଏନେଇ ଶନିବାର ବାରବାଟୀ ଷ୍ଚାଡିୟମରେ ଟିମ୍‌ ଇଣ୍ଡିଆ ଅଭ୍ୟାସ ଆରମ୍ଭ କରିଛି। ଭୁବନେଶ୍ବରରୁ ଏକ ସ୍ବତନ୍ତ୍ର ବସ୍‌ ଯୋଗେ ଖେଳାଳି ବାହାରି ଷ୍ଚାଡିୟମରେ ପହଞ୍ଚି ଥିଲେ। ହେଲେ ନିଜ ପ୍ରିୟ ଖେଳାଳିଙ୍କ ଟିକିଏ ଝଲକ ପାଇଁ ରାସ୍ତାରେ ଦର୍ଶକଙ୍କ ଭିଡ ଜମିଥିଲା। ଟିମ୍‌ ଇଣ୍ଡିଆର ନେଟ୍‌ ଅଭ୍ୟାସ ଦେଖିବା ପାଇଁ ବାରବାଟୀରେ ଖଚାଖଚ ଭିଡ ଜମିଛି। ପ୍ରାକ୍ଟିସ ପୂର୍ବରୁ ବିରାଟ କୋହଲି ଓ ଅନ୍ୟ ଖେଳିମାନେ ୱାର୍ଣ୍ଣମ୍‌ପ୍‌ କରିଥିଲେ। ଅନ୍ୟପକ୍ଷେ ଖେଳାଳିଙ୍କ ସୁରକ୍ଷା ପାଇଁ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

ରୋହିତ ଶର୍ମାଙ୍କ ନେତୃତ୍ୱରେ ପଡିଆକୁ ଓହ୍ଲାଇବ ଟିମ୍‌ ଇଣ୍ଡିଆ । ସେହିଭଳି ଶୁଭମନ ଗିଲଙ୍କୁ ଉପଅଧିନାୟକ ଭାବେ ଦଳରେ ସାମିଲ କରାଯାଇଛି । କୋହଲିଙ୍କ ଉପରୁ ସସପେନ୍ସ ହଟିଛି । ଚର୍ଚ୍ଚା ହେଉଥିଲା କୋହଲିଙ୍କୁ ସୁଯୋଗ ମିଳିବନାହିଁ। କିନ୍ତୁ ବିସିସିଆଇ ପୁଣି କୋହଲିଙ୍କ ଉପରେ ଭରସା କରିଛି । ଶ୍ରେୟସ ଆୟରଙ୍କୁ ସୁଯୋଗ ମିଳିଥିବା ବେଳେ ମିଡିଲ ଅର୍ଡରରେ ପ୍ରମୁଖ ଭୂମିକା ତୁଲାଇବେ ସେ । ଉଭୟ କୋହଲି ଓ ଆୟରଙ୍କ ଉପରେ ଦଳ ବିଶେଷ ଭାବେ ନିର୍ଭର କରିବ । ସେହିଭଳି ଦଳରେ ଦୁଇ ଜଣ ଉଇକେଟ କିପରଙ୍କୁ ସାମିଲ କରାଯାଇଛି । ଲୋକେସ ରାହୁଲ ଏବଂ ଋଷଭ ପନ୍ତଙ୍କୁ ମିଳିଛି ସୁଯୋଗ । ତେବେ ରାହୁଲଙ୍କୁ ପ୍ଲେଇଂ ଇଲେଭେନରେ ସାମିଲ କରାଯାଇପାରେ।

ସମ୍ଭାବ୍ୟ ଏକାଦଶ: ରୋହିତ ଶର୍ମା (ଅଧିନାୟକ), ଶୁଭମନ୍‌ ଗିଲ (ଉପଅଧିନାୟକ), ବିରାଟ କୋହଲି, ଶ୍ରେୟସ ଆୟର, ଲୋକେସ ରାହୁଲ, ହାର୍ଦ୍ଦିକ ପାଣ୍ଡ୍ୟା, ଅକ୍ଷର ପଟେଲ, କୁଲଦୀପ ଯାଦବ, ଅର୍ଶଦୀପ ସିଂହ, ଜସପ୍ରୀତ ବୁମରାହ ଓ ମହମ୍ମଦ ଶାମି


Enter your email to get our daily news in your inbox.

All Right Reserved By Dharitri.Com

ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’…

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର…

ଶ୍ରୀମନ୍ଦିର ଖଣ୍ଡୋଲାଇଟ୍‌ ପଥରକୁ ନେଇ ସାଂଘାତିକ କଥା କହିଲେ ବବିଙ୍ଗ ଦାଦା: ଚର୍ଚ୍ଚାରେ..

ଯାଜପୁର ଟାଉନ,୧୨।୪(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ବାହାବଳପୁରରେ ନିର୍ମାଣ ହୋଇଥିବା ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଘର ଏବେ ଚର୍ଚ୍ଚାରେ। ଉକ୍ତ…

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ଏତେ ପ୍ରୀତି କାହିଁକି

ଆମେ ଅନ୍ତର୍ଜାତୀୟ ମଧ୍ୟସ୍ଥତା ଧାରଣାକୁ ଘୃଣାଜନକ ମନେକରୁ। ଏହା କାହିଁକି କରୁଛୁ ସେ ବିଷୟରେ ମୋ ପାଖରେ ତଥ୍ୟ ନାହିଁ। ତେବେ ଆମେ ଜାଣୁ ଯେ ଯେଉଁମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri