Posted inଖେଳ

ଏସିଆ କପ୍‌ରେ ଏହି ୧୫ ଖେଳାଳିଙ୍କୁ ଟିମ ଇଣ୍ଡିଆରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୨୫।୭: ଏସୀୟ କ୍ରିକେଟର ମହାକୁମ୍ଭ ଅର୍ଥାତ୍‌ ୨୦୨୩ ଏସିଆ କପ୍‌ ଅଗଷ୍ଟ ୩୦ରୁ ଆରମ୍ଭ ହେବ। ଏହି ଟୁର୍ନାମେଣ୍ଟର ସମସ୍ତ ମ୍ୟାଚ ପାକିସ୍ତାନ ଏବଂ ଶ୍ରୀଲଙ୍କାରେ ଖେଳାଯିବ। ସେପ୍ଟେମ୍ବର ୨ରେ ଭାରତ ଏବଂ ପାକିସ୍ତାନର ଦଳ ମୁହାଁମୁହିଁ ହେବେ। ୨୦୨୩ଏସିଆ କପ୍‌ର କାର୍ଯ୍ୟସୂଚୀ ଘୋଷଣା ହୋଇସାରିଛି। ତେବେ ବିସିସିଆଇ ଏ ପର୍ଯ୍ୟନ୍ତ ଏହି ଟୁର୍ନାମେଣ୍ଟ ପାଇଁ ଟିମ ଇଣ୍ଡିଆର ଘୋଷଣା କରିନାହିଁ। ଏହା ପୂର୍ବରୁ ଜାଣନ୍ତୁ ଏହି ଟୁର୍ନାମେଣ୍ଟ ପାଇଁ ଭାରତର ୧୫ ସଦସ୍ୟ ବିଶିଷ୍ଟ ଦଳ କିଭଳି ହୋଇପାରିବ।

ଏସିଆ କପ୍‌ ଆରମ୍ଭ ପୂର୍ବରୁ ଭାରତର ପ୍ରମୁଖ ଖେଳାଳିମାନେ ଫିଟ୍‌ ହେବେ ବୋଲି ଅନେକ ରିପୋର୍ଟରେ ଦର୍ଶାଯାଇଛି। ଏହି କାରଣରୁ ବିସିସିଆଇ ଟୁର୍ନାମେଣ୍ଟ ପାଇଁ ଦଳ ଘୋଷଣା କରିନାହିଁ। ଏହି ଟୁର୍ନାମେଣ୍ଟରେ କେ.ଏଲ ରାହୁଲ, ଶ୍ରେୟସ ଆୟର ଏବଂ ଜସପ୍ରୀତ ବୁମ୍‌ରାଙ୍କୁ ସମସ୍ତେ ଦେଖିବାକୁ ପାଇବେ ବୋଲି ବିଶ୍ୱାସ କରାଯାଉଛି। ଏହା ବ୍ୟତୀତ ସୂର୍ଯ୍ୟକୁମାର ଯାଦବଙ୍କୁ ଦଳରେ ସ୍ଥାନ ମିଳିନାହିଁ।

ଏସିଆ କପ୍‌ରେ କେ.ଏଲ ରାହୁଲ ଉଇକେଟ୍‌କିପର ଭାବରେ ମଧ୍ୟମ କ୍ରମରେ ଖେଳୁଥିବା ଦେଖିବାକୁ ମିଳିବ। ଏହା ବ୍ୟତୀତ ସଞ୍ଜୁ ସାମସନଙ୍କୁ ରିଜର୍ଭ ଉଇକେଟ୍‌କିପର ଭାବରେ ଦଳରେ ଅନ୍ତର୍ଭୁକ୍ତ କରାଯାଇପାରେ। ଅନ୍ୟପକ୍ଷରେ ଯଶସ୍ବୀ ଜୟସ୍ବାଲ, ଋତୁରାଜ ଗାୟକୱାଡ ଏବଂ ସୂର୍ଯ୍ୟକୁମାର ଯାଦବଙ୍କୁ ଏସିଆ କପ୍‌ ଦଳରେ ସ୍ଥାନ ପାଇବା କଷ୍ଟକର।

ଏସିଆ କପ ପାଇଁ ଭାରତର ସମ୍ଭାବ୍ୟ ୧୫ ଜଣିଆ ଦଳ – ରୋହିତ ଶର୍ମା (ଅଧିନାୟକ), ଶୁଭମାନ ଗିଲ, ବିରାଟ କୋହଲି, ଶ୍ରେୟସ ଆୟର, କେ.ଏଲ ରାହୁଲ (ଉଇକେଟ୍‌ କିପର), ହାର୍ଦ୍ଦିକ ପାଣ୍ଡ୍ୟା, ରବିନ୍ଦ୍ର ଜାଡେଜା, କୁଲଦୀପ ଯାଦବ, ଯୁଜବେନ୍ଦ୍ର ଚହଲ, ମହମ୍ମଦ ସିରାଜ, ଜସପ୍ରୀତ ବୁମ୍‌ରା, ଭୁବନେଶ୍ୱର କୁମାର, ସଞ୍ଜୁ ସାମସନ, ମହମ୍ମଦ ଶାମି ଏବଂ ଶାର୍ଦ୍ଦୁଲ ଠାକୁର।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri