Posted inଖେଳ

ରୋମାଞ୍ଚକର ବିଜୟ ସହ ଫାଇନାଲରେ ଭାରତୀୟ ମହିଳା କ୍ରିକେଟ୍‌ ଟିମ୍‌

ବର୍ମିଂହାମ,୬।୮: ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୨୨ରେ ପଦକ ପକ୍କା କରିଛି ଭାରତୀୟ ମହିଳା କ୍ରିକେଟ ଟିମ୍‌। ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ପ୍ରଥମଥର ମହିଳା କ୍ରିକେଟକୁ ସାମିଲ କରାଯାଇଥିବା ବେଳେ ଭାରତ ପ୍ରଥମ ଟିମ ଭାବେ ଫାଇନାଲରେ ପ୍ରବେଶ କରିଛି। ଶନିବାର ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ସେମି ଫାଇନାଲରେ ଟିମ୍‌ ଇଣ୍ଡିଆ ୪ ରନରେ ବିଜେତା ହୋଇ ପଦକ ପକ୍କା କରିଛି। ତେବେ ଫାଇନାଲରେ ଭାରତ ପରାଜିତ ହେଲେ ହେଁ ରୌପ୍ୟ ପଦକ ହାସଲ କରିବ।

ଭାରତୀୟ ମହିଳା ଦଳ ପ୍ରଥମେ ବ୍ୟାଟିଂ କରି ୧୬୪ ରନ କରିଥିଲା। ଏହାର ଜବାବରେ ଇଂଲଣ୍ଡ ୬ ଉଇକେଟ ହରାଇ କେବଳ ୧୬୦ ରନ କରିପାରଥିଲା। ଶେଷ ଓଭରରେ ଇଂଲଣ୍ଡକୁ ଜିତିବା ପାଇଁ ୧୪ ରନ ଦରକାର ଥିବା ବେଳେ ଦଳ କେବଳ ୯ ରନ କରିବାକୁ ସକ୍ଷମ ହୋଇଥିଲା। ମ୍ୟାଚ୍‌ ଏତେ ରୋମାଞ୍ଚକର ଥିଲା ଯେ ଭାରତକୁ ଶେଷ ବଲ୍‌ରେ ଫାଇନାଲ ଟିକେଟ ମିଳିଛି। ଭାରତ ପକ୍ଷରୁ ସ୍ନେହା ରାଣା ଦୁଇଟି ଉଇକେଟ ନେଇଥିବା ବେଳେ ଦୀପ୍ତି ଶର୍ମା ଗୋଟିଏ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଅଲରାଉଣ୍ଡର କାମେରନ ଗ୍ରୀନଙ୍କୁ ନେଇ ମୁହଁ ଖୋଲିଲା କ୍ରିକେଟ ଅଷ୍ଟ୍ରେଲିଆ

ମୁମ୍ୱାଇ,୩୦ା୩: ଅଷ୍ଟ୍ରେଲିଆନ ଅଲରାଉଣ୍ଡର କାମେରନ ଗ୍ରୀନ ଚଳିତ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ କେବଳ ଜଣେ ବ୍ୟାଟର ଭାବେ ଖେଳିବେ। ଏ ନେଇ କ୍ରିକେଟ ଅଷ୍ଟ୍ରେଲିଆ(ସିଏ) ପକ୍ଷରୁ…

ରାଜସ୍ଥାନ-ଚେନ୍ନାଇ ମହାମୁକାବିଲା, ଟସ୍‌ ଜିତିଲା ରାଜସ୍ଥାନ

ଗୌହାଟି,୩୦।୩: ଗୌହାଟିର ବରସାପାରା କ୍ରିକେଟ ଷ୍ଟାଡିୟମରେ IPL 2026ର ସୋମବାର ଖେଳାଯାଉଥିବା ତୃତୀୟ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତି ନେଇଛି। ଫଳରେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

ଇରାନକୁ ଭୟଙ୍କର ଧମକ ଦେଲେ ଟ୍ରମ୍ପ, ଶୁଣିକି ଥରହର ହେଲା…..

ତେହରାନ,୩୦ା୩: ଇରାନ ସହିତ ଚାଲିଥିବା ସାମରିକ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ଧମକ ଦେଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri