Posted inଖେଳ

ଜିମ୍ବାୱେ ବିପକ୍ଷ ଟି-୨୦ ସିରିଜ୍‌ ପାଇଁ ଭାରତୀୟ ଦଳ ଘୋଷଣା: ପ୍ରଥମ ଥର ଏହି ୪ ଖେଳାଳିଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୨୪।୬: ଜିମ୍ବାୱେ ବିପକ୍ଷ ଟି-୨୦ ସିରିଜ୍‌ ପାଇଁ ବିସିସିଆଇ ଟିମ ଇଣ୍ଡିଆ ଘୋଷଣା କରିଛି। ଟି -୨୦ ବିଶ୍ୱକପ ୨୦୨୪ର ଖେଳୁଥିବା ସମସ୍ତ ଖେଳାଳିଙ୍କୁ ବିଶ୍ରାମ ଦିଆଯାଇଛି । ଜିମ୍ବାୱେରେ ଜୁଲାଇ୬ରୁ-୧୪ ଯାଏ ଭାରତକୁ ୫ଟି -୨୦ମ୍ୟାଚ ଖେଳିବାକୁ ପଡିବ। ଜିମ୍ବାୱେ ଗସ୍ତ ପାଇଁ ଦଳର ଅଧିନାୟକତ୍ୱ ଶୁବମାନ ଗିଲଙ୍କୁ ହସ୍ତାନ୍ତର କରାଯାଇଛି, କିନ୍ତୁ ଅନେକ ନୂତନ ଖେଳାଳିଙ୍କୁ ମଧ୍ୟ ସୁଯୋଗ ଦିଆଯାଇଛି, ଯେଉଁମାନେ ଏ ପର୍ଯ୍ୟନ୍ତ ସିନିୟର ସ୍ତରରେ ଭାରତ ପାଇଁ ଖେଳି ନାହାଁନ୍ତି।

ଅଭିଷେକ ଶର୍ମା, ନୀତୀଶ ରେଡ୍ଡୀ, ରିୟାନ ପରାଗ ଏବଂ ତୁଷାର ଦେଶପାଣ୍ଡେ ହେଉଛନ୍ତି ୪ ଜଣ ଖେଳାଳି ଯେଉଁମାନେ ପ୍ରଥମ ଥର ପାଇଁ ଟିମ ଇଣ୍ଡିଆରେ ଖେଳିବାର ସୁଯୋଗ ପାଇଛନ୍ତି। ଅଭିଷେକ ଏବଂ ନୀତୀଶ ଆଇପିଏଲ ୨୦୨୪ ରେ ସନରାଇଜର୍ସ ହାଇଦ୍ରାବାଦ ପାଇଁ ଚମତ୍କାର ପ୍ରଦର୍ଶନ କରିଥିଲେ। ତାଙ୍କ ବ୍ୟତୀତ ଆଇପିଏଲ ୨୦୨୪ରେ ସର୍ବାଧିକ ରନ ସଂଗ୍ରହ କରିଥିବା ରିୟାନଙ୍କ କଠିନ ପରିଶ୍ରମ ଶେଷରେ ଫଳ ଦେଇଛି। ସେ ସିଜିନ୍‌ରେ ରାଜସ୍ଥାନ ରୟାଲ୍ସ ପାଇଁ ଖେଳିଥିଲେ। ଚେନ୍ନାଇ ସୁପର କିଙ୍ଗ୍ସର ଷ୍ଟାର ଫାଷ୍ଟ ବୋଲର ଭାବେ ଉଭା ହୋଇଥିବା ତୁଷାର ଦେଶପାଣ୍ଡେ ମଧ୍ୟ ଭାରତୀୟ ଦଳରେ ମନୋନୀତ ହୋଇଛନ୍ତି। ଦେଶପାଣ୍ଡେ ଚଳିତ ସିଜନରେ ୧୭ ଉଇକେଯ୍‌ ନେଇଥିଲେ ।

ଭାରତୀୟ ଦଳ – ଶୁବମାନ ଗିଲ (ଅଧିନାୟକ), ଯଶସ୍ବୀ ଜୟସ୍ବାଲ, ଋତୁରାଜ ଗାଇକୱାଡ, ଅଭିଷେକ ଶର୍ମା, ରିଙ୍କୁ ସିଂ, ସଞ୍ଜୁ ସାମସନ (ଉଇକେଟ୍‌ କିପର), ଧ୍ରୁଭ ଜୁରେଲ (ଉଇକେଟ୍‌ କିପର), ନୀତୀଶ ରେଡ୍ଡୀ, ରିୟାନ ପରାଗ, ୱାଶିଂଟନ ସୁନ୍ଦର, ରବି ବିଷ୍ଣେୁାଇ, ଆବେଶ ଖାନ , ମୁକେଶ କୁମାର, ତୁଷାର ଦେଶପାଣ୍ଡେ।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri