Posted inଖେଳ

ଘରେ ବି ସଂଘର୍ଷ କରୁଛି ଟିମ୍‌ ଇଣ୍ଡିଆ

ଜୟପୁର,୧୭।୧୧: ଟି୨୦ ବିଶ୍ୱକପ୍‌ରେ ନୈରାଶ୍ୟଜନକ ପ୍ରଦର୍ଶନ କରିଥିବା ଟିମ୍‌ ଇଣ୍ଡିଆ ସ୍ବଦେଶ ଫେରିବା ପରେ ମଧ୍ୟ ସଂଘର୍ଷ କରୁଛି। ଅବଶ୍ୟ ବୁଧବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡକୁ ୫ ଉଇକେଟରେ ହରାଇ ଦେଇଛି ଭାରତ। କିନ୍ତୁ ୧୬୫ ରନ୍‌ର ପିଛା କରୁଥିବା ଘରୋଇ ଦଳ ଏକଦା ସୁବିଧାଜନକ(୧୦୯/୧) ସ୍ଥିତିରେ ଥିଲା। ତଥାପି ମ୍ୟାଚ୍‌କୁ ଜିତିବା ପାଇଁ ଭାରତୀୟ ଦଳକୁ ୧୯.୪ ଓଭର ପର୍ଯ୍ୟନ୍ତ ଲଢ଼େଇ କରିବାକୁ ପଡ଼ିଥିଲା। ଏହି ବିଜୟ ସହ ଭାରତୀୟ କ୍ରିକେଟରେ ନୂଆ ଯୁଗ ଆରମ୍ଭ ହୋଇଛି।

ଟିମ୍‌ ଇଣ୍ଡିଆକୁ ଭଲ ଆରମ୍ଭ ଦେଇଥିଲେ ଅଧିନାୟକ ରୋହିତ ଶର୍ମା ୪୮ (୫ ଚୌକା ଓ ୨ ଛକା) ଓ ସୂର୍ଯ୍ୟକୁମାର ଯାଦବ ୬୨ (୬ ଚୌକା ଓ ୩ ଛକା)। ଦଳ ୧୩ ଓଭର ସୁଦ୍ଧା ୧ ଉଇକେଟ ୧୦୮ ରନ୍‌ କରିଥିଲା। ମ୍ୟାଚ୍‌ରେ ଶେଷ ଆଡ଼କୁ ଟ୍ରେଣ୍ଟ ବୋଲ୍ଟ (୨ ଉଇକେଟ), ଟିମ୍‌ ସୌଦି ଓ ଡାରଲି ମିଚେଲ ଗୋଟିଏ ପରେ ଗୋଟିଏ ଉଇକେଟ ନେଇ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ପାଇଁ ସମ୍ଭାବନା ସୃଷ୍ଟି କରିଥିଲେ। କିନ୍ତୁ ଚୌକା ମାରି ମ୍ୟାଚ୍‌ ଭାରତକୁ ଜିତାଇ ଦେଇଥିଲେ ରିଷଭ ପନ୍ତ।

ପୂର୍ବରୁ ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ନ୍ୟୁଜିଲାଣ୍ଡକୁ ପ୍ରଥମ ଓଭରରେ ବଡ଼ ଝଟକା ଦେଇଥିଲେ ଭୁବନେଶ୍ୱର କୁମାର। ଏହାପରେ ମାର୍ଟିନ ଗୁପଟିଲ ୭୦ (୩ ଚୌକା ଓ ୪ ଛକା) ଏବଂ ମାର୍କ ଚାପମ୍ୟାନ (୬୩ ରନ୍‌, ୬ ଚୌକା ଓ ୨ ଛକା) ଦର୍ଶନୀୟ ଅର୍ଦ୍ଧଶତୀୟ ଇନିଂସ ଖେଳିଥିଲେ। ଦୁହେଁ ଦ୍ୱିତୀୟ ଉଇକେଟ ପାଇଁ ଦଳୀୟ ସ୍କୋରରେ ଯୋଡ଼ିଥିଲେ ୧୦୯ ରନ୍‌। କିନ୍ତୁ ୧୪ ତମ ଓଭରରେ ଅଶ୍ୱିନ ଦୁଇ ଉଇକେଟ ନେବାରୁ ମ୍ୟାଚ୍‌କୁ ପ୍ରତ୍ୟାବର୍ତ୍ତନ କରିଥିଲା ଭାରତ। ବୋଲିଂରେ ଭୁବି ଓ ଅଶ୍ୱିନ ୨ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

ବିଜୁଳି ଖୁଣ୍ଟରେ ପିଟିହେଲା ଟ୍ରାକ୍ଟର, ଆଉ ତା’ପରେ…

ବାଲିଶଙ୍କରା,୩ା୪(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ସାକୁଶପାନୀ ଗ୍ରାମରେ ଶୁକ୍ରବାର ବିଜୁଳି ଖୁଣ୍ଟରେ ଏକ ଟ୍ରାକ୍ଟର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri