Posted inଖେଳ

ଭାରତୀୟ ଦଳର ପାକିସ୍ତାନ ଗସ୍ତକୁ ଅନୁମତି ଦେଲେ ସରକାର, ୬୦ ବର୍ଷରେ ପ୍ରଥମ

ନୂଆଦିଲ୍ଲୀ,୨୭।୧: ଭାରତୀୟ ଟେନିସ ଟିମ୍ ଡେଭିସ୍ କପ୍ ଖେଳିବାକୁ ପାକିସ୍ତାନ ଗସ୍ତରେ ଯିବ। ପ୍ରାୟ ୬୦ ବର୍ଷ ପରେ ଭାରତୀୟ ଦଳ ଡେଭିସ୍ କପ୍ ମ୍ୟାଚ୍ ପାଇଁ ପାକିସ୍ତାନ ଯିବାକୁ ଯାଉଛି। ଭାରତ ସରକାର ଏଥିପାଇଁ ପାକିସ୍ତାନ ଯିବାକୁ ଅନୁମତି ଦେଇଛନ୍ତି। ଭାରତୀୟ ଡେଭିସ୍ କପ୍ ଦଳର ଖେଳାଳି ଏବଂ ସପୋର୍ଟ ଷ୍ଟାଫଙ୍କ ପାଇଁ ପାକିସ୍ତାନ ହାଇ କମିଶନ ମଧ୍ୟ ଭିସା ଜାରି କରିଛନ୍ତି। ଭାରତ ଏବଂ ପାକିସ୍ତାନ ମଧ୍ୟରେ ଡେଭିସ୍ କପ୍‌ରେ ବିଶ୍ୱ ଗ୍ରୁପ୍ -୧ ମ୍ୟାଚ୍ ଇସଲାମାବାଦରେ ୩ ଏବଂ ୪ ଫେବୃଆରୀରେ ଧାର୍ଯ୍ୟ କରାଯାଇଛି।

ଅନ୍ତର୍ଜାତୀୟ ଟେନିସ୍ ଫେଡେରେସନ୍ (ଆଇଟିଏଫ୍) ଏହି ମ୍ୟାଚକୁ ତୃତୀୟ ଦେଶକୁ ସ୍ଥାନାନ୍ତର କରିବାକୁ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରିଦେଇଥିଲା। ଏହା ପରେ ଅଲ ଇଣ୍ଡିଆ ଟେନିସ୍ ଆସୋସିଏସନ୍ (ଏଆଇଟିଏ) ନିଜ ଦଳକୁ ପାକିସ୍ତାନ ଯାତ୍ରା କରିବାକୁ ଅନୁମତି ଦେବାକୁ ସରକାରଙ୍କଠାରୁ ଅନୁମତି ମାଗିଥିଲା। ଯଦି ଭାରତୀୟ ଦଳ ଏହି ଗସ୍ତରେ ଯାଇ ନଥାନ୍ତେ, ତେବେ ଅନ୍ତର୍ଜାତୀୟ ଟେନିସ୍ ଫେଡେରେସନ୍ ପାକିସ୍ତାନକୁ ବିଜୟୀ ଘୋଷଣା କଋଥାନ୍ତେ।

ଭାରତୀୟ ଡେଭିସ୍ କପ୍ ଦଳ ଶେଷ ଥର ପାଇଁ ୧୯୬୪ ରେ ପାକିସ୍ତାନ ଯାତ୍ରା କରିଥିଲା। ସେ ସମୟରେ ପାକିସ୍ତାନକୁ ୪-୦ରେ ପରାସ୍ତ କରିଥିଲେ। ୨୦୧୯ ମସିହାରେ, ଉଭୟ ଦଳର ଡେଭିସ୍ କପ୍ ମ୍ୟାଚ୍ କାଜାଖସ୍ତାନକୁ ସ୍ଥାନାନ୍ତରିତ ହୋଇଥିଲା।ତା’ପରେ ଏଆଇଟିଏ ରାଜନୈତିକ ଉତ୍ତେଜନା ଦର୍ଶାଇ ପରିବର୍ତ୍ତନ ଆଣିବାକୁ ଆଇଟିଏଫକୁ ଅନୁରୋଧ କରିଥିଲା।ସେତେବେଳେ ଏଆଇଟିଏ ର ଅନୁରୋଧ ଗ୍ରହଣ କରାଯାଇଥିଲା। ଭାରତୀୟ ଦଳ ରବିବାର ପାକିସ୍ତାନ ଯାଇପାରେ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଟ ହେଲାଣି ରନ୍ଧନ ଗ୍ୟାସ ସଙ୍କଟ: ଡିପୋରେ ପଡ଼ିଛି ତାଲା, ଖାଲି ସିଲିଣ୍ଡର ଧରି…

ମୋହନା, ୧୨।୩ (ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ଏବେ ରନ୍ଧନ ଗ୍ୟାସର ଘୋର ସଙ୍କଟ ଦେଖାଦେଇଛି। ବିଶ୍ୱ ବଜାରରେ ଇରାନ ଓ ଇଜରାଏଲ ମଧ୍ୟରେ…

ଆମେରିକାକୁ ଥରାଇ ଦେଲାଣି ଇରାନର ସୁପ୍ରିମ ଲିଡରଙ୍କ ବୟାନ! ହର୍ମୁଜ ବନ୍ଦ ରଖିବାକୁ ଦେଲେ କଡ଼ା ଚେତାବନୀ

ତେହରାନ,୧୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ, ଇରାନ ହର୍ମୁଜ ପ୍ରଣାଳୀ ବନ୍ଦ କରିବାକୁ ଘୋଷଣା କରିଛି, ଯାହା ସାରା ବିଶ୍ୱରେ ଶକ୍ତି ପ୍ରବେଶକୁ ବାଧା ସୃଷ୍ଟି କରୁଛି।…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ଗ୍ୟାସ ବୁକିଂ ସମୟ ବଦଳାଇଲେ ଏଜେନ୍ସି, ଏହି ନମ୍ବରରେ କରନ୍ତୁ କଲ, ନୋଟ୍‌ କରନ୍ତୁ ସମୟ, ୨୪ ଘଣ୍ଟାରେ ମିଳିବ ସିଲିଣ୍ଡର!

ଆଗ୍ରା,୧୨।୩: ଯଦି ଆପଣଙ୍କୁ ଗ୍ୟାସ ସିଲିଣ୍ଡର ବୁକ କରିବାକୁ ପଡିବ, ତେବେ ଏହି ଖବରକୁ ଭଲ ଭାବେ ପଢନ୍ତୁ, କାରଣ ବୁକିଂ କେବଳ ସକାଳ ୫ ଟାରୁ…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ରହସ୍ୟମୟ ମୃତ୍ୟୁ: ସ୍ତ୍ରୀଙ୍କ ଉପସ୍ଥିତିକୁ ନେଇ ବଢୁଛି ସନ୍ଦେହ, ହତ୍ୟା ନା ଆତ୍ମହତ୍ୟା…

ଥୁଆମୂଳ ରାମପୁର,୧୨।୩: ଶ୍ୱଶୁର ଘରେ ଜ୍ୱାଇଁଙ୍କ ମୃତ୍ୟୁକୁ ନେଇ ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ବଢ଼ିବା ସହ ସନ୍ଦେହ ପ୍ରକାଶ ପାଇଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର…

IPL 2026 ପୂର୍ବରୁ ‘ଫିକ୍ସିଂ’କୁ ନେଇ କ୍ରିକେଟ ଜଗତରେ ଆଲୋଡ଼ନ,ପୂର୍ବତନ KKR ଖେଳାଳିଙ୍କୁ ନିଲମ୍ବିତ କଲା ICC

ନୂଆଦିଲ୍ଲୀ,୧୨।୩: IPL 2026 ଆରମ୍ଭ ହେବା ପୂର୍ବରୁ, କ୍ରିକେଟ ଜଗତ ‘ଫିକ୍ସିଂ’ ଅଭିଯୋଗରେ ଦୋହଲିଯାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) କୋଲକାତା ନାଇଟ ରାଇଡର୍ସ (KKR) ପାଇଁ…

ମିଳିଲାନି ସୁଭଦ୍ରା ଟଙ୍କା: ବିଡ଼ିଓଙ୍କ ଦ୍ୱାରସ୍ଥ ହେଲେ ଆଦିବାସୀ ମହିଳା

ଗୁଡାରି,୧୨।୩ (ପ୍ରମୋଦ କୁମାର ପତି): ରାଜ୍ୟ ସରକାରଙ୍କ ‘ସୁଭଦ୍ରା’ ଯୋଜନାରେ ଯୋଗ୍ୟ ମହିଳାଙ୍କୁ ମହିଳା ଦିବସ ଅବସରରେ ଚତୁର୍ଥ କିସ୍ତି ଟଙ୍କା ମିଳିଛି। କିନ୍ତୁ ରାୟଗଡା ଜିଲା…

କାର୍‌ ନେଲା ଜୀବନ

ପାତ୍ରପୁର,୧୨ା୩(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ସୁରଙ୍ଗୀଠାରେ ଏକ କାର୍‌ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିିଛି। ସେ ହେଲେ ସୁରଙ୍ଗୀ ଗ୍ରାମର ଅଭିମନ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri