Posted inଖେଳ

ନ୍ୟୁଜିଲାଣ୍ଡକୁ ପରାସ୍ତ କରି ପଏଣ୍ଟ ଟେବୁଲ୍‌ ଶୀର୍ଷରେ ଟିମ୍‌ ଇଣ୍ଡିଆ

ଧର୍ମଶାଳା,୨୨।୧୦: ବିଶ୍ୱକପ୍‌ର ୨୧ତମ ମ୍ୟାଚ୍‌ରେ ଭାରତ ନ୍ୟୁଜିଲାଣ୍ଡ ବିପକ୍ଷରେ ଦମ୍‌ଦାର ବିଜୟ ହାସଲ କରିଛି। ୨୭୪ ରନ୍‌ର ପିଛା କରି ଭାରତ କିଓ୍ବି ଟିମ୍‌କୁ ୪ ଉଇକେଟ୍‌ରେ ପରାସ୍ତ କରିଛି। ଭାରତ ପକ୍ଷରୁ କୋହଲି ସର୍ବାଧିକ ୯୫ ରନ୍‌ର ପାଳି ଖେଳି ଦଳ ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଯଦିଓ ସେ ନିଜ ଶତକ ପୂରଣ କରିପାରି ନ ଥିଲେ କିନ୍ତୁ ଗୋଟିଏ ପଟେ ସେ ଭାରତୀୟ ଇନିଂସକୁ ସମ୍ଭାଳିଥିଲେ। ଏହି ବିଜୟ ସହ ଭାରତ ବିଶ୍ୱକପ୍‌ ପଏଣ୍ଟ ଟେବୁଲ୍‌ରେ ଶୀର୍ଷରେ ପହଞ୍ଚିଛି। ବର୍ତ୍ତମାନ ଭାରତରେ ୧୦ ପଏଣ୍ଟ ରହିଛି। ଏଥି ସହିତ ନ୍ୟୁଜିଲାଣ୍ଡ ପ୍ରଥମ ପରାଜୟର ସମ୍ମୁଖୀନ ହୋଇଛି ଏବଂ ଏହି ଦଳ ପଏଣ୍ଟ ଟେବୁଲରେ ଦ୍ୱିତୀୟ ସ୍ଥାନରେ ରହିଛି।
ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ ଜିତି ଧର୍ମଶାଳାର ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଏହି ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ  ପ୍ରଥମେ ବ୍ୟାଟିଂ କରି ୫୦ ଓଭରରେ ସମସ୍ତ ଉଇକେଟ ହରାଇବା ପରେ ୨୭୩ ରନ ସଂଗ୍ରହ କରିଥିଲା। ନ୍ୟୁଜିଲାଣ୍ଡ ପାଇଁ ଡାରିଲ ମିଚେଲ ସର୍ବାଧିକ ୧୩୦ ରନ ସ୍କୋର କରିଥିଲେ। ରାଚିନ ରବିନ୍ଦ୍ର ୭୫ ରନ ଏବଂ ଗ୍ଲେନ ଫିଲିପ୍ସ ୨୩ ରନ ଯୋଗଦାନ କରିଥିଲେ। ଭାରତ ପାଇଁ ମହମ୍ମଦ ଶାମି ପାଞ୍ଚ ଉଇକେଟ ନେଇଥିଲେ ଏବଂ କୁଲଦୀପ ଯାଦବ ଦୁଇଟି ଉଇକେଟ ନେଇଛନ୍ତି। ଜସପ୍ରୀତ ବୁମରା ଏବଂ ମହମ୍ମଦ ସିରାଜ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।
ବିରାଟ କୋହଲି ଭାରତ ପାଇଁ ୯୫ ରନର ଇନିଂସ ଖେଳିଥିଲେ। ରୋହିତ ଶର୍ମା ୪୬ ରନ ସଂଗ୍ରହ କରି ରବିନ୍ଦ୍ର ଜାଡେଜା ୩୯ରନ ସ୍କୋର କରିଥିଲେ। ଶ୍ରେୟସ ୩୩ ରନ, ରାହୁଲ ୨୭ ରନ ଏବଂ ଗିଲ ୨୬ ରନ ଯୋଗଦାନ କରିଥିଲେ। ନ୍ୟୁଜିଲାଣ୍ଡ ପାଇଁ ଲକି ଫର୍ଗୁସନ ଦୁଇଟି ଉଇକେଟ ନେଇଥିଲେ। ଏହି ସମୟରେ ବୋଲ୍ଟ-ହେନେରୀ ଏବଂ ସାଣ୍ଟନର୍‌ ପ୍ରତ୍ୟେକ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ଭାରତୀୟ ଦଳର ପରବର୍ତ୍ତୀ ମ୍ୟାଚ ୨୯ ଅକ୍ଟୋବରରେ ଇଂଲଣ୍ଡ ସହିତ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri