Posted inଖେଳ

ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ ଟେନ୍‌ସନ୍‌ରେ ଟିମ୍‌ ଇଣ୍ଡିଆ: ଏବେ ହେବ କ’ଣ…

ନୂଆଦିଲ୍ଲୀ,୫।୨: ଚାମ୍ପିଅନ୍ସ ଟ୍ରଫି ୨୦୨୫ ପୂର୍ବରୁ ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷରେ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳିବ। ଏହି ସିରିଜ ପାଇଁ ଷ୍ଟାର ସ୍ପିନର ବରୁଣ ଚକ୍ରବର୍ତ୍ତୀଙ୍କୁ ଦଳରେ ସାମିଲ କରାଯାଇଛି ବୋଲି ବିସିସିଆଇ ଘୋଷଣା କରିବା ପରେ ଭାରତୀୟ ଦଳ ପାଇଁ ଅପଡେଟ ଦଳ ପ୍ରକାଶ ପାଇଛି।

ତେବେ ଦଳରେ ଏକ ଉଲ୍ଲେଖନୀୟ କଥା ହେଉଛି ଯଶପ୍ରୀତ ବୁମ୍‌ରାଙ୍କ ନାମ ନଥିବାରୁ ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ଆକାଶ ଚୋପ୍ରାଙ୍କ ମନରେ ପ୍ରଶ୍ନ ଉଠିଛି। ତାଙ୍କ ଚିନ୍ତା ବାସ୍ତବରେ ସମସ୍ତଙ୍କ ଚିନ୍ତା ବଢାଇଦେଇଛି ।

ସୂଚନାଯୋଗ୍ୟ, ଇଂଲଣ୍ଡ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ଶେଷ ମ୍ୟାଚ ପାଇଁ ବୁମରାଙ୍କୁ ଭାରତୀୟ ଦଳରେ ସାମିଲ କରାଯାଇଥିଲା। ତେବେ ନୂଆ ଦଳ ପ୍ରକାଶ ପାଇବା ପରେ ତୃତୀୟ ଦିନିକିଆରୁ ବୁମ୍‌ରାଙ୍କ ନାମ ମଧ୍ୟ ବାଦ ପଡ଼ିଥିଲା।
ଟିମ ଇଣ୍ଡିଆର ଅପଡେଟେଡ ସ୍କ୍ବାଡ ଜାରି ହେବା ପରେ ଆକାଶ ଚୋପ୍ରା ତାଙ୍କର ଏକ୍ସ ଆକାଉଣ୍ଟରେ ଲେଖିଛନ୍ତି, ବୁମରାଙ୍କ ନାମ ଅପଡେଟ ସ୍କ୍ବାଡରେ ନାହିଁ। ଶେଷ ଦିନିକିଆ ପାଇଁ ମଧ୍ୟ ନୁହେଁ। ସିରାଜ ପୂର୍ବରୁ ଦଳରେ ନାହାନ୍ତି। ଇଂଲଣ୍ଡ ସିରିଜ୍‌ରେ ରାଣାଙ୍କୁ ଡେବ୍ୟୁ କରିବାର ଉପାୟ ଖୋଜନ୍ତୁ। ଯଦିଓ, ମୁଁ ଜାଣିନାହିଁ କିପରି… ଅର୍ଶଦୀପ କେବଳ କିଛି ଦିନିକିଆ ଖେଳିଛନ୍ତି ଏବଂ ଶାମି ଫେରିବା ରାସ୍ତାରେ ଅଛନ୍ତି। ତିନି ଜଣ ସିମର ଖେଳିବେ?
ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯିବା ତିନି ମ୍ୟାଚ ଦିନିକିଆ ସିରିଜର ଆରମ୍ଭ ୬ ଫେବୃଆରୀରୁ ହେବ। ସେହିପରି ସିରିଜର ଶେଷ ମୁକାବଲା ୧୨ ଫେବୃଆରୀରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri