Posted inଖେଳ

ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ ଟେନ୍‌ସନ୍‌ରେ ଟିମ୍‌ ଇଣ୍ଡିଆ: ଏବେ ହେବ କ’ଣ…

ନୂଆଦିଲ୍ଲୀ,୫।୨: ଚାମ୍ପିଅନ୍ସ ଟ୍ରଫି ୨୦୨୫ ପୂର୍ବରୁ ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷରେ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳିବ। ଏହି ସିରିଜ ପାଇଁ ଷ୍ଟାର ସ୍ପିନର ବରୁଣ ଚକ୍ରବର୍ତ୍ତୀଙ୍କୁ ଦଳରେ ସାମିଲ କରାଯାଇଛି ବୋଲି ବିସିସିଆଇ ଘୋଷଣା କରିବା ପରେ ଭାରତୀୟ ଦଳ ପାଇଁ ଅପଡେଟ ଦଳ ପ୍ରକାଶ ପାଇଛି।

ତେବେ ଦଳରେ ଏକ ଉଲ୍ଲେଖନୀୟ କଥା ହେଉଛି ଯଶପ୍ରୀତ ବୁମ୍‌ରାଙ୍କ ନାମ ନଥିବାରୁ ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ଆକାଶ ଚୋପ୍ରାଙ୍କ ମନରେ ପ୍ରଶ୍ନ ଉଠିଛି। ତାଙ୍କ ଚିନ୍ତା ବାସ୍ତବରେ ସମସ୍ତଙ୍କ ଚିନ୍ତା ବଢାଇଦେଇଛି ।

ସୂଚନାଯୋଗ୍ୟ, ଇଂଲଣ୍ଡ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ଶେଷ ମ୍ୟାଚ ପାଇଁ ବୁମରାଙ୍କୁ ଭାରତୀୟ ଦଳରେ ସାମିଲ କରାଯାଇଥିଲା। ତେବେ ନୂଆ ଦଳ ପ୍ରକାଶ ପାଇବା ପରେ ତୃତୀୟ ଦିନିକିଆରୁ ବୁମ୍‌ରାଙ୍କ ନାମ ମଧ୍ୟ ବାଦ ପଡ଼ିଥିଲା।
ଟିମ ଇଣ୍ଡିଆର ଅପଡେଟେଡ ସ୍କ୍ବାଡ ଜାରି ହେବା ପରେ ଆକାଶ ଚୋପ୍ରା ତାଙ୍କର ଏକ୍ସ ଆକାଉଣ୍ଟରେ ଲେଖିଛନ୍ତି, ବୁମରାଙ୍କ ନାମ ଅପଡେଟ ସ୍କ୍ବାଡରେ ନାହିଁ। ଶେଷ ଦିନିକିଆ ପାଇଁ ମଧ୍ୟ ନୁହେଁ। ସିରାଜ ପୂର୍ବରୁ ଦଳରେ ନାହାନ୍ତି। ଇଂଲଣ୍ଡ ସିରିଜ୍‌ରେ ରାଣାଙ୍କୁ ଡେବ୍ୟୁ କରିବାର ଉପାୟ ଖୋଜନ୍ତୁ। ଯଦିଓ, ମୁଁ ଜାଣିନାହିଁ କିପରି… ଅର୍ଶଦୀପ କେବଳ କିଛି ଦିନିକିଆ ଖେଳିଛନ୍ତି ଏବଂ ଶାମି ଫେରିବା ରାସ୍ତାରେ ଅଛନ୍ତି। ତିନି ଜଣ ସିମର ଖେଳିବେ?
ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯିବା ତିନି ମ୍ୟାଚ ଦିନିକିଆ ସିରିଜର ଆରମ୍ଭ ୬ ଫେବୃଆରୀରୁ ହେବ। ସେହିପରି ସିରିଜର ଶେଷ ମୁକାବଲା ୧୨ ଫେବୃଆରୀରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସାତ୍ତ୍ୱିକ-ଚିରାଗ ଫାଇନାଲରେ

ବ୍ୟାଙ୍କକ୍‌,୧୬ା୫: ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଏବଂ ଚିରାଗ ଶେଟ୍ଟି ଥାଇଲାଣ୍ଡ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୯ ଓ ୨୦୨୪ରେ…

କ୍ରିକେଟ ଖେଳୁଥିବା ବେଳେ ଯୁବକଙ୍କ ଉପରେ ହେଲା ବଜ୍ରପାତ: ଟଳିପଡ଼ିଲେ…

ମୋହନା,୧୬।୫(ମନ୍ମଥ ମିଶ୍ର ):  ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବାଘମାରି ପଞ୍ଚାୟତ ଶୁଲୁବା ଗାଁ ରେ ଅଘଟଣ ଘଟିଛି।  ଗାଁ ନିକଟସ୍ଥ ଏକ ପଡିଆରେ ବୟନ୍ତ…

ସନ୍ତରଣରେ ପ୍ରତିଭା ଦେଖାଇଲେ ଛାତ୍ରୀଛାତ୍ର

ରାଉରକେଲା,୧୫।୫(ବିପ୍ଳବ ରଞ୍ଜନ ଦାଶ): ନବଗଠିତ ଜିଲା ସୁଇମିଂ ଆସୋସିଏଶନ ପକ୍ଷରୁ ବିର୍ସାମୁଣ୍ଡା ଆଥଲେଟିକ ସୁଇମିଂ ପୁଲ୍‌ରେ ଜିଲାସ୍ତରୀୟ ସନ୍ତରଣ ପ୍ରତିଯୋଗିତା ସଫଳତାର ସହ ଆୟୋଜିତ ହୋଇଯାଇଛି। ବିଭିନ୍ନ…

୫ଟଙ୍କା ଶସ୍ତା ହେଲା ପେଟ୍ରୋଲ; ଏହି ସରକାର କମାଇଲେ ତେଲଦାମ୍‌

ଇସଲାମାବଦ,୧୬।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଅନେକ ଦେଶକୁ ପ୍ରଭାବିତ କରୁଛି। ଯେତେବେଳେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପରିବର୍ତ୍ତନ ଘଟେ, ଏହାର ତୁରନ୍ତ ପ୍ରଭାବ ସାଧାରଣ ଲୋକଙ୍କ…

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

ଧରମ ଝିଅକୁ ୫ମାସର ଗର୍ଭବତୀ କରି ୨୦ବର୍ଷ ଜେଲ ଗଲେ ଦିବ୍ୟାଙ୍ଗ ବାପା।

କଳିଙ୍ଗନଗର, ୧୬।୫ (ଶୁଭାଶିଷ ରାଉତ): ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଦଣ୍ଡାଦେଶ ହୋଇଛି।…

ଗୃହ ବିଭାଗ ନିଜ ପାଖରେ ରଖିଲେ ବିଜୟ

ଚେନ୍ନାଇ,୧୬।୫: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ସୁପାରିଶ ଉପରେ କାର୍ଯ୍ୟ କରି ରାଜ୍ୟପାଳ ବିଶ୍ୱନାଥ ଆର୍ଲେକର ରାଜ୍ୟର ନୂତନ କ୍ୟାବିନେଟକୁ ବିଭାଗ ଆବଣ୍ଟନ କରିଛନ୍ତି।…

ଶକ୍ତି ସଙ୍କଟକୁ ନେଇ ବଡ଼ ଚେତାବନୀ ଦେଲେ ମୋଦି

ଆମଷ୍ଟରଡମ,୧୬।୫: ନେଦରଲ୍ୟାଣ୍ଡସର ହେଗରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱକୁ ଶକ୍ତି ସଙ୍କଟ ବିଷୟରେ ସତର୍କ କରାଇ ଦେଇଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri