ବଦ୍‌ଲା ନେବ ଭାରତ, ଏହି ଦେଶ ସହ ବଡ଼ ମୁକାବିଲା

ନୂଆଦିଲ୍ଲୀ, ୨୫।୬: କଙ୍ଗାରୁ ଦଳକୁ ହରାଇ ଟିମ ଇଣ୍ଡିଆ ଟି-୨୦ ବିଶ୍ୱକପ ୨୦୨୪ର ସେମିଫାଇନାଲରେ ପ୍ରବେଶ କରିଛି । ସୁପର-୮ର ଶେଷ ମ୍ୟାଚ୍‌ରେ ଟିମ ଇଣ୍ଡିଆ ଅଷ୍ଟ୍ରେଲିଆକୁ ହରାଇବା ସହିତ କ୍ରମାଗତ ତୃତୀୟ ମ୍ୟାଚ୍‌ ଜିତି ସେମିଫାଇନାଲରେ ପହଞ୍ଚିଛି । ଟିମ ଇଣ୍ଡିଆ ଗ୍ରୁପ-୧ ରେ ପ୍ରଥମ ସ୍ଥାନରେ ରହି ୪ ପଏଣ୍ଟ ପାଇଛି । ତେବେ ସେମିଫାଇନାଲ୍‌ରେ ଦଳ ଇଂଲଣ୍ଡକୁ ଭେଟିବ । ଏହା ସହିତ ଟିମ ଇଣ୍ଡିଆକୁ ୨ ବର୍ଷ ପୁରୁଣା ପରାଜୟର ପ୍ରତିଶୋଧ ନେବାର ସୁଯୋଗ ମିଳିବ ।

ସୁପର ୮ର ପ୍ରଥମ ଏବଂ ଦ୍ୱିତୀୟ ମ୍ୟାଚ ଜିତିବା ପରେ କ୍ରିକେଟ୍‌ ପ୍ରେମୀ ଏକ ପ୍ରକାର ନିଶ୍ଚିତ ଥିଲେ ଯେ ଟିମ ଇଣ୍ଡିଆ ସେମିଫାଇନାଲ୍‌ରେ ପହଞ୍ଚିବ। କିନ୍ତୁ ହାରିଥିଲେ ବାଦ୍‌ ପଡ଼ିବାର ମଧ୍ୟ ଆଶଙ୍କା ରହିଥିଲା । ହେଲେ ଶେଷ ମ୍ୟାଚରେ ଅଷ୍ଟ୍ରେଲିଆକୁ ଚକ୍‌ମା ଦେଇ ପରାସ୍ତ କରିଛି ଦଳ ।
ଦକ୍ଷିଣ ଆଫ୍ରିକା ଏବଂ ୱେଷ୍ଟଇଣ୍ଡିଜକୁ ପରାସ୍ତ କର ଗ୍ରୁପ୍‌-୨ରେ ପ୍ରଥମ ସ୍ଥାନ ହାସଲ କରିଥିଲା ଟିମ୍‌ ଇଂଲଣ୍ଡ । ଏଥିସହିତ ସେମିଫାଇନାଲରେ ପ୍ରବେଶ କରିଥିଲା। ତେବେ ବିଶ୍ୱକପ କାର୍ଯ୍ୟସୂଚୀ ଅନୁସାରେ ଯଦି ଟିମ ଇଣ୍ଡିଆ ସେମିଫାଇନାଲରେ ପ୍ରବେଶ କରେ, ତେବେ ସୁପର- ୮ ଗ୍ରୁପ ପରେ ଦଳ ଦ୍ୱିତୀୟ ସେମିଫାଇନାଲ ଖେଳିବ। ଏହି ସେମିଫାଇନାଲ ଜୁନ ୨୭ ରେ ଗୁଇନାର ପ୍ରୋଭିଡେନ୍ସ ଷ୍ଟାଡିୟମରେ ଖେଳାଯିବ । ଏହି ମ୍ୟାଚ ଭାରତୀୟ ସମୟ ରାତି ୮ ଟାରୁ ଆରମ୍ଭ ହେବ ।

ସୂଚନା ଥାଉକି, ସେଣ୍ଟ ଲୁସିଆସ୍ଥିତ ଡାରେନ ସାମି ଜାତୀୟ କ୍ରିକେଟ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଟି୨୦ କ୍ରିକେଟ ବିଶ୍ୱକପର ଶେଷ ସୁପର-୮ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୨୪ ରନ୍‌ରେ ପରାସ୍ତ କରି ଭାରତ ଅପରାଜେୟ ଭାବେ ସେମିଫାଇନାଲରେ ପହଞ୍ଚିଛି।

ଅଷ୍ଟ୍ରେଲିଆ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଫଳରେ ଆମନ୍ତ୍ରଣ ପାଇ ଭାରତ ବ୍ୟାଟିଂ କରିଥିଲା। ଅଧିନାୟକ ରୋହିତ ଶର୍ମାଙ୍କ ଦମ୍‌ଦାର ୯୨ ରନ୍‌ ବଳରେ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ୍‌ ହରାଇ ୨୦୫ ରନ୍‌ କରିଥିଲେ। ଯବାବରେ ଅଷ୍ଟ୍ରେଲିଆ ୨୦ ଓଭରରେ ୭ ଉଇକେଟ ହରାଇ ୧୮୧ ରନ୍‌ କରିବାରେ ସକ୍ଷମ ହୋଇଥିଲା।

ଅଧିନାୟକ ରୋହିତ ଶର୍ମାଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ ବୋଲରଙ୍କ ମିଳିତ ଅବଦାନ ବଳରେ ଭାରତ ଟି୨୦ କ୍ରିକେଟ ବିଶ୍ୱକପର ସେମିଫାଇନାଲରେ ପ୍ରବେଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

ବିଶ୍ୱକପରୁ ବାଦ ପଡ଼ିଲା ଜର୍ମାନୀ

ବୋଷ୍ଟନ,୩୦।୬: ଫିଫା ବିଶ୍ୱକପ୍‌ ୨୦୨୬ରେ ଏକ ବଡ଼ ବିପର୍ଯ୍ୟୟ ଘଟିଛି। ୪ ଥରର ଚାମ୍ପିୟନ ଜର୍ମାନୀ ବିଶ୍ୱକପର ରାଉଣ୍ଡ ଅଫ୍‌ ’32’ରୁ ପାରାଗୁଏ ବିପକ୍ଷରେ ପରାଜୟ ବରଣ…

ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍‌ ସହ ଘରୁ ମିଳିଲା…

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ…

ବଢିଲା ରବି ଧାନ ସଂଗ୍ରହ ଅବଧି: ଯୋଗାଣ ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୩୦।୬: ରବି ଧାନ ସଂଗ୍ରହ ଅବଧି ଜୁଲାଇ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି ସରକାର। ଅବଧି ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା…

Women’s T20 World Cup 2026 Prize Money: ବିଜୟୀ ଟିମ ଉପରେ ହେବ କୋଟି କୋଟି ଟଙ୍କା ବର୍ଷା, ଉପ ବିଜେତାବି ହେବେ ମାଲାମାଲ

ନୂଆଦିଲ୍ଲୀ,୩୦।୬: ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବାର ବହୁ ପୂର୍ବରୁ ICC ମହିଳା T20 ବିଶ୍ୱକପ 2026 ପାଇଁ ପୁରସ୍କାର ରାଶି ଘୋଷଣା କରିଥିଲା। ଏହି ସଂସ୍କରଣ ପାଇଁ ମୋଟ…

ଧାର୍ମିକ ଦୁର୍ନୀତି

ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ଜନ୍ମଭୂମି ବାବ୍ରୀ ମସ୍‌ଜିଦ୍‌ ବିବାଦରେ ସମାଧାନ ଘଟିବା ପରେ ସେହି ସ୍ଥାନରେ ଶ୍ରୀରାମ ମନ୍ଦିର ସ୍ଥାପନ ହୋଇ ୨୨ ଜାନୁଆରୀ ୨୦୨୪ରେ ରାମଲାଲାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri